ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା ଜରୁରୀକାଳୀନ ଚିକିତ୍ସା ବ୍ୟାହତ ହେଉଥିବା ବେଳେ ଶୁକ୍ରବାର ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଏହାର ଏକ ଚିନ୍ତାଜନକ ଚିତ୍ର ସାମ୍ନାକୁ ଆସିଛି। ଏକ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇ ଆସିଥିବା ଆହତମାନଙ୍କୁ ଠିକ୍ ସମୟରେ ପର୍ଯ୍ୟାପ୍ତ ଚିକିତ୍ସା ନ ମିଳିବାରୁ ସେମାନଙ୍କୁ ବୁର୍ଲା ଭୀମସାର୍‌କୁ ସ୍ଥାନାନ୍ତର କରାଯାଇଥିବା ଅଭିଯୋଗ ହୋଇଛି।

ସୂଚନା ଅନୁଯାୟୀ, ବରଗଡ଼-ବିଜେପୁର ରାସ୍ତାର ଏକାମ୍ର ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଏକ ଦ୍ରୁତଗାମୀ ପିକଅପ୍ ଭ୍ୟାନ୍ ଧକ୍କାରେ ୩ ଜଣ ଯୁବକ ଗୁରୁତର ଭାବେ ଆହତ ହୋଇଥିଲେ। ଆହତ ଯୁବକମାନେ ହେଲେ ଧୂସରବାହାଲ ଗ୍ରାମର ମହେନ୍ଦ୍ର ବୁଡ଼େକ (୨୧), ବାନ୍ଦେନବାହାଲ ଗ୍ରାମର ରାକେଶ (୨୪) ଏବଂ ଭୀମା ଭୁଏ (୨୦)। ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ଚିକିତ୍ସା ପାଇଁ ବରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା।

ଅଭିଯୋଗ ଅନୁଯାୟୀ, ଆହତମାନଙ୍କୁ ଡାକ୍ତରଖାନା ଅଣାଯିବା ସମୟରେ ସେଠାରେ ଡାକ୍ତରଙ୍କ ଆନ୍ଦୋଳନ ଚାଲିଥିଲା। ଫଳରେ ଜରୁରୀକାଳୀନ ବିଭାଗରେ ରୋଗୀଙ୍କୁ ଦେଖିବା ପାଇଁ ବରିଷ୍ଠ ଡାକ୍ତର ଉପସ୍ଥିତ ନଥିଲେ। ସେଠାରେ ମାତ୍ର ଜଣେ ଜୁନିୟର ଡାକ୍ତର ଉପସ୍ଥିତ ଥିବାରୁ ସେ ଆହତମାନଙ୍କୁ କେବଳ ପ୍ରାଥମିକ ଚିକିତ୍ସା ଯୋଗାଇ ଦେଇଥିଲେ। ମାତ୍ର ଯୁବକମାନଙ୍କ ଅବସ୍ଥା ଗୁରୁତର ଥିବାରୁ ଏବଂ ପର୍ଯ୍ୟାପ୍ତ ଚିକିତ୍ସା ସୁବିଧା ମିଳିପାରି ନଥିବାରୁ ସେମାନଙ୍କୁ ତୁରନ୍ତ ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ଭୀମସାର୍) କୁ ସ୍ଥାନାନ୍ତର କରାଯାଇଛି।

ଡାକ୍ତରମାନଙ୍କ ନିଜସ୍ୱ ଦାବି ଯୋଗୁ ଏଭଳି ଜରୁରୀକାଳୀନ ସମୟରେ ଗୁରୁତର ରୋଗୀ ଓ ଆହତମାନେ ହଇରାଣ ହେଉଥିବାରୁ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଜୀବନ ମରଣ ସହ ସଂଗ୍ରାମ କରୁଥିବା ରୋଗୀଙ୍କ ସୁରକ୍ଷା ପାଇଁ ବିକଳ୍ପ ବ୍ୟବସ୍ଥା କରିବାକୁ ସାଧାରଣରେ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?