୧ରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ୨୪ରେ ୧ ଘଣ୍ଟିଆ ଓପିଡି ସେବା ବନ୍ଦ

ଭୁବନେଶ୍ୱର, ୨୧ା୬ (ବନ୍ଦନା ସେଠୀ): ଅନ୍ତର୍ଜାତୀୟ ଡାକ୍ତର ଦିବସ ଅବସରରେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନର ଆହ୍ବାନ ଦେଇଛି ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା)। ଏହା ପୂର୍ବରୁ ଅର୍ଥାତ୍‌ ଜୁନ୍‌ ୨୪ ପୂର୍ବାହ୍ନ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଓପିଡି ସେବାକୁ ୧ ଘଣ୍ଟା ପାଇଁ ବର୍ଜନ କରିବେ ଡାକ୍ତର। ୧୦ ଦଫା ଦାବି ନେଇ ଏହି କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ ବୋଲି ଶନିବାର ଓମ୍‌ସା ପକ୍ଷରୁ ଆୟୋଜିତ ବୈଠକରେ ସୂଚନା ଦିଆଯାଇଛି।
ଓମ୍‌ସାର ଡା. କିଶୋର ଚନ୍ଦ୍ର ମିଶ୍ର କହିଛନ୍ତି, ଡାକ୍ତରଙ୍କ ବିଭିନ୍ନ ଦାବି ଓ ସମସ୍ୟାର ସମାଧାନ ପାଇଁ ଡାକ୍ତର ସଂଘ ପକ୍ଷରୁ ସରକାରଙ୍କୁ ବାରମ୍ବାର ଅନୁରୋଧ କରାଯାଇଛି। ୩ମାସ ମଧ୍ୟରେ ସଂଘର ଦାବି ପୂରଣ କରାଯିବ ବୋଲି ସରକାର ଜାନୁଆରୀରେ ପ୍ରତିଶ୍ରୁତି ଦେଇଥିଲେ। ମାତ୍ର ଇତିମଧ୍ୟରେ ୬ ମାସ ବିତିସାରିଥିଲେ ହେଁ ଏଯାଏ ଗୋଟିଏ ବି ଦାବି ପୂରଣ ହୋଇନାହିଁ। ତେଣୁ ଜୁନ୍‌ ୩୦ ସୁଦ୍ଧା ଦାବି ପୂରଣ ନ ହେଲେ ଜୁଲାଇ ୧ରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ।
ବୈଠକରେ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଡାକ୍ତରଙ୍କ ଉପରେ ହୋଇଥିବା ବର୍ବର ଆକ୍ରମଣ ଘଟଣାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ସରକାର ସେମାନଙ୍କ ପ୍ରତି ଉଦାସୀନତା ପ୍ରକାଶ କରୁଥିବାରୁ ଡାକ୍ତରମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବା ସହ ଅନେକ ସମୟରେ ବିନା କାରଣରେ ଲୋକଙ୍କ ଆକ୍ରୋଶର ଶିକାର ହେଉଛନ୍ତି। ତେଣୁ ଡାକ୍ତରମାନଙ୍କ ନ୍ୟାୟସଙ୍ଗତ ଦାବି ପ୍ରତି ଅବହେଳା ଏବଂ ସ୍ବାସ୍ଥ୍ୟ ସଂସ୍ଥାନଗୁଡ଼ିକରେ ଅବନତି ଘଟୁଥିବା ସୁରକ୍ଷା ପରିବେଶ ପ୍ରତିବାଦରେ ଏହି କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବ। ସେହିପରି ଜୁଲାଇ ୧ରୁ ଡାକ୍ତରଙ୍କ ଗଣ ଇସ୍ତଫା ଆରମ୍ଭ ହେବ। ଓମ୍‌ସା ପକ୍ଷରୁ ଡାକ୍ତରଙ୍କ ଇସ୍ତଫାପତ୍ର ସଂଗ୍ରହ କରି ସରକାରଙ୍କ ନିକଟକୁ ପଠାଯିବ। ଦୀର୍ଘଦିନ ଧରି ଦାବି ପୂରଣ ନ ହେବା ଏବଂ ଡାକ୍ତରଙ୍କ ଉପରେ ବାରମ୍ବାର ଆକ୍ରମଣ ଘଟଣା ପ୍ରତି ଏହା ଅସନ୍ତୋଷର ପ୍ରତିଫଳନ ବୋଲି କୁହାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?