ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ ବୁଧବାରଠାରୁ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହାର ପ୍ରଭାବରେ ଭଞ୍ଜନଗର ହସ୍ପିଟାଲର ବାହ୍ୟ ରୋଗୀ ବିଭାଗ (OPD) ସମେତ ଅତ୍ୟାବଶ୍ୟକ ନ ଥିବା ବିଭିନ୍ନ ସ୍ବାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଫଳରେ ଦୂରଦୂରାନ୍ତରୁ ଚିକିତ୍ସା ପାଇଁ ଆସିଥିବା ରୋଗୀମାନେ ସ୍ବାସ୍ଥ୍ୟସେବା ପାଇ ନ ପାରି ନିରାଶ ହୋଇ ଫେରିଯାଉଥିବା ଦେଖିବାକୁ ମିଳିଛି। ଅନ୍ୟପଟେ କେତେକ ରୋଗୀ ସରକାରଙ୍କ ବିଫଳତାକୁ ନେଇ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଆମ୍ବୁଲାନ୍ସରେ ଆସୁଥିବା ଗୁରୁତର ରୋଗୀଙ୍କୁ ହିଁ ଚିକିତ୍ସା କରାଯାଉଛି। ଅନ୍ୟ ରୋଗୀଙ୍କୁ ଆଦୌ ଚିକିତ୍ସା କରାଯାଉନାହିଁ। ଡାକ୍ତରମାନେ ଜରୁରୀକାଳିନ ସେବା, ଆପାତକାଳୀନ ଚିକିତ୍ସା ଓ ଗୁରୁତର ରୋଗୀଙ୍କ ଚିକିତ୍ସା ପୂର୍ବଭଳି ଜାରି ରଖିଛନ୍ତି। ତେବେ ଓପିଡି, ନିର୍ଦ୍ଧାରିତ ଅସ୍ତ୍ରୋପଚାର ଓ ଅନ୍ୟାନ୍ୟ ନିୟମିତ ସେବା ବନ୍ଦ ରହିଥିବାରୁ ସାଧାରଣ ରୋଗୀମାନେ ଅଧିକ ହଇରାଣର ସମ୍ମୁଖୀନ ହୋଇଛନ୍ତି। ରାଜ୍ୟବ୍ୟାପୀ OMSAର ଆହ୍ବାନରେ ଏହି ଆନ୍ଦୋଳନ ଆରମ୍ଭ ହୋଇଥିବା ବେଳେ, ସରକାର ଶୀଘ୍ର ସମସ୍ୟାର ସମାଧାନ କରି ସ୍ବାସ୍ଥ୍ୟସେବାକୁ ସ୍ବାଭାବିକ କରିବାକୁ ସାଧାରଣରେ ପକ୍ଷରୁ ଦାବି ହୋଇଛି। ଭଞ୍ଜନଗର ଉପଖଣ୍ଡରେ ଅନ୍ଦୋଲୋନର ନେତୃତ୍ୱ ଡ. ଗୋବିନ୍ଦ ମହାପାତ୍ର, ଡ. ପ୍ରଣବ ପାତ୍ର, ଡ. ଭଗବାନ ସାହୁ ପ୍ରମୁଖ ନେଉଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ୫୦ ପ୍ରତିଶତରୁ କମ୍‌ ଡାକ୍ତର ଅଛନ୍ତି। ତେଣୁ ରୋଗୀଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇବା ସମୟରେ ଡାକ୍ତରମାନେ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ କେତେକ ସ୍ଥାନରେ ରୋଗୀଙ୍କ ସମ୍ପର୍କୀୟମାନେ ମଧ୍ୟ ଡାକ୍ତରଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛନ୍ତି। ଯାହାକୁ ନେଇ ଡାକ୍ତରମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ସୁରକ୍ଷା ସମେତ ଅନ୍ୟାନ୍ୟ ଦାବି ନେଇ ଡାକ୍ତରମାନେ ଅନ୍ଦୋଲନକୁ ଓହ୍ଲାଇଛନ୍ତି। ଡାକ୍ତରଙ୍କ ଆନ୍ଦୋଳନ ପାଇଁ ମୃତଦେହ ବ୍ୟବଚ୍ଛେଦ ହୋଇପାରୁନାହିଁ, ବୁଧବାର ସନ୍ଧ୍ୟାରେ ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଞ୍ଚଳରେ ଜଣଙ୍କୁ ମର୍ଡର କରାଯାଇଥିଲା। ତେବେ ଆଜି ରାତି ସାଢ଼େ ୯ ଟାରେ ଉକ୍ତ ମୃତଦେହ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ଅଣାଯାଇଥିଲା। କିନ୍ତୁ ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁ ମୃତଦେହକୁ ମେଡିକାଲରେ ରଖାଯାଇନାହିଁ। ଯାହାକୁ ନେଇ ବିବାଦ ଦେଖାଦେଇଛି। ପୋଲିସ ମେଡିକାଲରେ ପହଞ୍ଚି ମୃତଦେହ ବ୍ୟବଛେଦ କିଭଳି ହେବ ସେନେଇ ଯୋଜନା ଚଳାଇଛି। ଖବର ଲେଖା ହେବା ବେଳକୁ ଡାକ୍ତରମାନେ ମୃତଦେହ ବ୍ୟବଚ୍ଛେଦ କରିବେ ନାହିଁ କହିବାରୁ ମୃତଦେହକୁ ବ୍ରହ୍ମପୁର ବଡ଼ ମେଡିକାଲ ଅଭିମୁଖେ ନିଆଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?