Posted inଜାତୀୟ

ସିନେମା ଆମ ସମାଜର ଦସ୍ତାବିଜ୍‌: ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୮ା୧୦(ପି.ଟି.): ଲୋକଙ୍କ ମଧ୍ୟରେ ସମ୍ପର୍କ ବଢ଼ାଇବାରେ ଚଳଚ୍ଚିତ୍ର କଳାକାରମାନେ ପରିବର୍ତ୍ତନର ଏଜେଣ୍ଟ ଏବଂ ସଚେତନତା ପ୍ରସାରଣରେ ସିନେମା ସବୁଠୁ ପ୍ରଭାବଶାଳୀ ମାଧ୍ୟମ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଅବସରରେ କହିଛନ୍ତି। ବର୍ଷୀୟାନ ଅଭିନେତ୍ରୀ ଓ୍ବାହିଦା ରେହମାନଙ୍କୁ ସମ୍ମାନଜନକ ଦାଦାସାହେବ ଫାଲ୍‌କେ ପୁରସ୍କାର ସମେତ ଅନ୍ୟମାନଙ୍କୁ ପୁରସ୍କୃତ କରିବା ପରେ ରାଷ୍ଟ୍ରପତି ଉଦ୍‌ବୋଧନ ଦେଇ କହିଥିଲେ, ଚଳଚ୍ଚିତ୍ର କେବଳ ବ୍ୟବସାୟ ଏବଂ ମନୋରଞ୍ଜନରେ ସୀମିତ ନୁହେଁ। ଏହା ଆମ ସମାଜର ଏକ ଦସ୍ତାବିଜ ଏବଂ ଏହାକୁ ବିକଶିତ କରିବାର ମାଧ୍ୟମ। ଚଳିତ ବର୍ଷର ପୁରସ୍କାର ବିଜୟୀ ଚଳଚ୍ଚିତ୍ରଗୁଡ଼ିକ ଜଳବାୟୁ ପରିବର୍ତ୍ତନ, ନାବାଳିକା ଚାଲାଣ, ନାରୀ ନିର୍ଯାତନା, ଦୁର୍ନୀତି ଏବଂ ସାମାଜିକ ଶୋଷଣ ଆଦି ବିଭିନ୍ନ ପ୍ରସଙ୍ଗକୁ ମୁକାବିଲା କରିବାରେ ସହାୟକ ହୋଇଛି। ଭାରତୀୟ ଚଳଚ୍ଚିତ୍ର ଦେଶର ସାମାଜିକ ବିବିଧତା ଏବଂ ଉନ୍ନତ ସାଂସ୍କୃତିକ ଐତିହ୍ୟର ପ୍ରଚାରରେ ସହାୟକ ହେବାର ବିଶ୍ୱାସ ରହିଛି। ଏହି ଚଳଚ୍ଚିତ୍ରଗୁଡ଼ିକ କେବଳ ଦେଶ ଓ ସମାଜ ପାଇଁ ଲାଭଦାୟକ ନୁହେଁ, ବ୍ୟବସାୟିକ ସଫଳତା ପାଇଁ ମଧ୍ୟ ଲାଭଦାୟକ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ଭାରତୀୟ ଚିତ୍ରଶିଳ୍ପ ପାଇଁ ଗର୍ବ ଅନୁଭବ କରୁଥିବା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫:  ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା…

ଦିଲ୍ଲୀର ଆଇପିଏଲ୍‌ ଅଭିଯାନ ଶେଷ

କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍‌…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri