ଜାନୁୟାରୀ ୭ରୁ ‘ଡିଓଡି ଜୀ-ସାର୍ଥକ ସଂସାର ଡ୍ୟାନ୍ସ ଲିଗ୍‌’

ଭୁବନେଶ୍ୱର,୫।୧: ଲୋକପ୍ରିୟ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକରେ ଜାନୁୟାରୀ ୭ରୁ ଆରମ୍ଭ ହେବାକୁ ଯାଉଛି ‘ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ (ଡିଓଡି), ଜୀ-ସାର୍ଥକ ସଂସାର ଡ୍ୟାନ୍ସ ଲିଗ୍‌’। ଜୀ-ସାର୍ଥକରେ ପ୍ରସାରିତ ହେଉଥିବା ମେଗା ଧାରାବାହିକଗୁଡ଼ିକର ଅଭିନେତ୍ରୀମାନେ ଏଥିରେ ପ୍ରତିଯୋଗୀ ଭାବରେ ଭାଗ ନେବେ। ଏପରିକି ସୁଜିତ ଓ ଚାନ୍ଦିନୀଙ୍କ ଦମ୍‌ଦାର ସଂଯୋଜନାରେ ଆରମ୍ଭ ହେବାକୁ ଯାଉଥିବା ଏହି ଡ୍ୟାନ୍ସ ଲିଗ୍‌ରେ ଅଭିନେତା ଦେବାଶିଷ ପାତ୍ର, ଅଭିନେତ୍ରୀ ଲିପି ମହାପାତ୍ର ଏବଂ ଡ୍ୟାନ୍ସର ହରିହର ଦାଶ ଜୁରି ଆସନ ଅଳଙ୍କୃତ କରିବେ ଏବଂ ବାଛିବେ କେଉଁ ଦଳ ହେବ ବିଜେତା।

ଏହି ଡ୍ୟାନ୍ସ ଲିଗ୍‌ରେ ପ୍ରତିଯୋଗୀ ଭାବେ ଭାଗନେବେ ନିକିତା,ଅଙ୍କିତା,ଜସ୍ମିନ, ଦୀପିକା, ଅନନ୍ୟା, ଏଲି, ଅର୍ପିତା ଓ ଛନ୍ଦିତା,ଉପରୋକ୍ତ ଅଭିନେତ୍ରୀମାନଙ୍କୁ ନେଇ ଦୁଇଟି ଦଳରେ ହେବାକୁ ଥିବା ଡ୍ୟାନ୍ସ ଧମାକାର ଟକ୍କର ସହ ଏହି ଶୋ, ଆପଣଙ୍କୁ ଭରପୂର ମନୋରଞ୍ଜନ ଯୋଗାଇବ। ଅଭିନେତ୍ରୀ ଭାବରେ ପରଦା ଉପରେ ଅଭିନୟର ଯାଦୁ ଦେଖାଇ ଦର୍ଶକଙ୍କ ମନ ଜିଣି ସାରିଥିବା ଏହି ଚୁଲ୍‌ବୁଲି ନାୟିକାମାନେ ନୃତ୍ୟ ପ୍ରଦର୍ଶନରେ କେତେ କମାଲ ଦେଖାଇ ପାରିବେ, ତା’ ଉପରେ ସମସ୍ତଙ୍କର ନଜର ରହିବ।

ପ୍ରଥମଥର ପାଇଁ ଓଡ଼ିଆ ଟେଲି ଇଣ୍ଡଷ୍ଟ୍ରିରେ ଏପରି ଏକ ଡ୍ୟାନ୍ସ ରିୟଲିଟି ଶୋ ହେବାକୁ ଯାଉଛି। ଯଦିଓ ପୂର୍ବରୁ ଅନେକ କିଛି ସଫଳ କାର୍ଯ୍ୟକ୍ରମରେ ଅଭିନେତ୍ରୀମାନେ ନୃତ୍ୟ ପରିବେଷଣ କରି ସେମାନଙ୍କର ଟ୍ୟାଲେଣ୍ଟ ଦେଖାଇ ସାରିଛନ୍ତି, କିନ୍ତୁ ଏହି ଶୋରେ ସେମାନେ ପରସ୍ପରକୁ ଏକ ପ୍ରତିଯୋଗୀ ଭାବରେ ଟକ୍କର ଦେଇ ସାମ୍ନା କରିବେ। ନିଜ ଭିତରେ ପ୍ରତିଯୋଗୀ ମନୋଭାବ ନେଇ କେହି ନୃତ୍ୟ ପ୍ରଦର୍ଶନରେ ମଧ୍ୟ କାହାଠାରୁ କମ୍‌ ନୁହନ୍ତି ତାହା ସେମାନେ ପ୍ରତିପାଦିତ କରିବା ପାଇଁ ଏହି ରିଆଲିଟି ଶୋ’ରେ ଚେଷ୍ଟା କରିବେ ଜ଼ୀ ସାର୍ଥକ ଚାନେଲର ମୁଖ୍ୟ ପ୍ରତୀକ ସିଲ୍‌ କହିଛନ୍ତି । ଏହି ମେଗା ଡ୍ୟାନ୍ସିଂ ରିଆଲିଟି ଶୋ ଆଗାମୀ ଜାନୁୟାରୀ ୭ରୁ ପ୍ରତି ଶନିବାର ଓ ରବିବାର ରାତି ୯:୩୦ ରୁ ୧୦:୩୦ ମଧ୍ୟରେ ପ୍ରସାରିତ ହେବ ବୋଲି ଜୀ-ସାର୍ଥକ ପକ୍ଷରୁ ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri