Posted inଜାତୀୟ

ଡୋଡା ବସ ଦୁର୍ଘଟଣାରେ ମୁତ୍ୟ ସଂଖ୍ୟା ୩୬ ଛୁଇଁଲା, ୨୨ ଆହତ, ବସ କାଟି ବାହାର କରାଗଲା ୨୫ ମୃତଦେହ…

ଶ୍ରୀନଗର,୧୫।୧୧ : ଜମ୍ମୁ-କଶ୍ମୀରର ଡୋଡା ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। କିସ୍ତୱାଡରୁ ଜମ୍ମୁକୁ ଯାଉଥିବା ଏକ ବସ ଡୋଡାର ଆସାର ଅଞ୍ଚଳର ଟ୍ରୁଙ୍ଗାଲ ନିକଟରେ ୩୦୦ ଫୁଟ ଖାଲରେ ଖସି ପଡିଥିଲା। ସୂଚନା ଅନୁଯାୟୀ, ବସରେ ୫୫ଜଣ ଯାତ୍ରୀ ଥିଲେ। ବସରେ୫୨ ସିଟ ଥିବା ପୋଲିସ କହିଛି। ଏହି ଦୁର୍ଘଟଣାରେ ୩୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଆହତ ହୋଇଛନ୍ତି। ପୋଲିସ ଏବଂ ଉଦ୍ଧାରକାରୀ ଦଳର ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି।

ଚେନାବ ନଦୀର ଖାଇରେ ବସ ଖସି ପଡ଼ିଛି। କିଛି ଯାତ୍ରୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ଆହତମାନଙ୍କୁ ଆସାରର ପ୍ରାଥମିକ ସ୍ବାସ୍ଥ୍ୟ ସେବା କେନ୍ଦ୍ରରେ ଭର୍ତ୍ତି କରାଯାଇଛି, ଯେଉଁଠାରେ ଡାକ୍ତରମାନେ ଚିକିତ୍ସା କରୁଛନ୍ତି। ବରିଷ୍ଠ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର କାରଣ ଅନୁସନ୍ଧାନ କରୁଛନ୍ତି।

ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଥିବା ଲୋକମାନେ କହିଛନ୍ତି ବସ କାଟିବା ପରେ ଭିତରେ ଫସି ରହିଥିବା ଲୋକ ଏବଂ ମୃତଦେହକୁ ବାହାରକୁ ଅଣାଯାଇଥିଲା। ଆହତମାନଙ୍କୁ କିସ୍ତୱାଡର ଜିଲା ଡାକ୍ତରଖାନା ଏବଂ ଡୋଡା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତର ଆହତଙ୍କୁ ଜମ୍ମୁ ନିଆଯାଇଛି। ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ଇତିମଧ୍ୟରେ ୨୫ ମୃତଦେହ ଉଦ୍ଧାର କରାଯାଇଛି। ଅନ୍ୟ ମୃତକଙ୍କ ଉଦ୍ଧାର ପାଇଁ କାର୍ଯ୍ୟ ଜାରି ରହିଛି।

ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏବଂ ଏଲଜି ମନୋଜ ସିହ୍ନା ଦୁଃଖ ପ୍ରକାଶ କରିଛନ୍ତି।

 

ଜମ୍ମୁ କଶ୍ମୀରର ଏଲଜି ମନୋଜ ସିହ୍ନା ଟୁଇଟ କରି କହିଛନ୍ତି ଦୁର୍ଘଟଣା ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ହୃଦୟରୁ ସମବେଦନା ଏବଂ ଦୁର୍ଘଟଣାରେ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ପ୍ରଭାବିତ ଲୋକଙ୍କୁ ସମସ୍ତ ଆବଶ୍ୟକୀୟ ସହାୟତା ପ୍ରଦାନ କରିବାକୁ ବିଭାଗୀୟ କମିଶନର ଏବଂ ଜିଲା ପ୍ରଶାସନ ନିର୍ଦ୍ଦେଶ ଦିଆଯାଇଛି।

 

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri