Posted inଖେଳ

ପ୍ରଥମ T20ରେ ଅର୍ଶଦୀପଙ୍କୁ ବାଦ୍ ଦେବା ପରେ ଟାର୍ଗେଟରେ ଗମ୍ଭୀର

ନୂଆଦିଲ୍ଲୀ,୨୯।୧୦: କାନବେରାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ତେବେ ମ୍ୟାଚ୍ ଆରମ୍ଭ ପୂର୍ବରୁ ଦଳ ଚୟନକୁ ନେଇ ବିବାଦ ଦେଖାଦେଇଥିଲା, ଯେଉଁଥିପାଇଁ ଭାରତର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ଫ୍ୟାନ୍ସଙ୍କ କ୍ରୋଧର ଶିକାର ହୋଇଛନ୍ତି।

ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍ ପାଇଁ ଭାରତର ସର୍ବାଧିକ ୱିକେଟ୍ ନେଇଥିବା ଦ୍ରୁତ ବୋଲର ଅର୍ଶଦୀପ ସିଂଙ୍କୁ ପୁଣି ଥରେ ଦଳରୁ ବାଦ୍ ଦିଆଯାଇଛି। ତାଙ୍କ ସ୍ଥାନରେ ହର୍ଷିତ ରାଣାଙ୍କୁ ସୁଯୋଗ ମିଳିଥିଲା। ଏହି ବାମହାତୀ ଦ୍ରୁତ ବୋଲରଙ୍କୁ ନିକଟରେ ଶେଷ ହୋଇଥିବା ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆରେ ମଧ୍ୟ ବାଦ୍ ଦିଆଯାଇଥିଲା। ଲଗାତାର ଦୁଇଟି ମ୍ୟାଚ୍‌ରେ ଅର୍ଶଦୀପଙ୍କୁ ବାଦ୍ ଦିଆଯିବା ପରେ ଫ୍ୟାନ୍ସମାନେ କୋଚ୍ ଗୌତମ ଗମ୍ଭୀରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।

କାନବେରାର ମାନୁକା ଓଭାଲ୍‌ରେ ବୁଧବାର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଲଗାତାର ବର୍ଷା ଯୋଗୁଁ ବାତିଲ ହୋଇଛି। ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ କିଛି ଚମତ୍କାର ଶଟ୍ ଖେଳି ନିଜ ଫର୍ମକୁ ଫେରିଥିଲେ। ତାଙ୍କ ଉପ-ଅଧିନାୟକ ଶୁଭମନ ଗିଲ୍ (୨୦ ବଲ୍‌ରେ ୩୭*) ମଧ୍ୟ ଭଲ ଫର୍ମରେ ଥିଲେ।

ଟସ୍ ହାରି ପ୍ରଥମେ ବ୍ୟାଟିଂ କରୁଥିବା ଭାରତ, ବର୍ଷା ଆସିବା ପୂର୍ବରୁ ୯.୪ ଓଭରରେ ୧ ୱିକେଟ୍ ହରାଇ ୭୫ ରନ୍ କରିଥିଲା। ସୂର୍ଯ୍ୟକୁମାର ୨୪ ବଲ୍‌ରେ ଅପରାଜିତ ୩୯ ରନ୍ କରିଥିଲେ। ସେ ଏବଂ ଗିଲ୍ ଦ୍ୱିତୀୟ ୱିକେଟ୍ ପାଇଁ ୩୫ ବଲ୍‌ରେ ୬୨ ରନର ଭାଗିଦାରୀ କରିଥିଲେ। ପୂର୍ବରୁ, ଅଭିଷେକ ଶର୍ମା (୧୪ ବଲ୍‌ରେ ୧୯ ରନ୍) ତିନୋଟି ଚୌକା ମାରି ଇନିଂସ୍ ଆରମ୍ଭ କରିଥିଲେ, କିନ୍ତୁ ସେ ଜୋସ୍ ହାଜେଲଉଡ୍‌ଙ୍କ ବଲ୍‌ରେ ଆଉଟ୍ ହୋଇଥିଲେ। ବର୍ଷା ଯୋଗୁଁ ଦୁଇଥର ମ୍ୟାଚ୍ ବାଧାପ୍ରାପ୍ତ ହେବା ପରେ ଶେଷରେ ମ୍ୟାଚ୍ ବାତିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri