ଭୂତକୋଠି ପାଲଟିଛି ଗୋଷ୍ଠୀ ଶୌଚାଳୟ

କୁଜଙ୍ଗ,୧୩।୫ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କ୍ଷେତ୍ର ଓ ବାଣିଜ୍ୟ କେନ୍ଦ୍ର ଭାବେ କୁଜଙ୍ଗ ପରିଚିତ। ଏଠାରେ ବ୍ଲକ, ତହସିଲ କାର୍ଯ୍ୟାଳୟ ସମେତ ଥାନା, ୫ ନ୍ୟାୟାଳୟ, ୫୦ରୁ ଉର୍ଦ୍ଧ୍ୱ ସରକାରୀ କାର୍ଯ୍ୟାଳୟ, ୧୦ରୁ ଊର୍ଦ୍ଧ୍ୱ ରାଷ୍ଟ୍ରାୟତ୍ତ ଓ ଘରୋଇ ବ୍ୟାଙ୍କ କାର୍ଯ୍ୟ କରୁଛି। ବିଭିନ୍ନ କାମରେ ଦୈନିକ ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ଏଠାକୁ ଆସନ୍ତି। ସେହିପରି ମିଶନ ଶକ୍ତି କାମରେ ବହୁ ମହିଳା ମଧ୍ୟ ଆସନ୍ତି। ମାତ୍ର ଝାଡ଼ା ଓ ପରିସ୍ରା ଯିବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏନେଇ ବାରମ୍ବାର ଦାବି ହେବାପରେ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘ ମହିଳା ଓ ଶିଶୁ ବିକାଶ କାର୍ଯ୍ୟାଳୟକୁ ଲାଗି ଏକ ଗୋଷ୍ଠୀ ଶୌଚାଳୟ ନିର୍ମାଣ କରାଯାଇଛି। ୨୦୨୨ ନଭେମ୍ବରରେ ଏହାକୁ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରାଯାଇଛି। ଇତିମଧ୍ୟରେ ମଧ୍ୟ ସାତ ମାସରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଫଳରେ ଏହା ଭୂତକୋଠି ପରି ଲାଗୁଛି। ଉକ୍ତ ଶୌଚାଳୟ ନିର୍ମାଣରେ ବ୍ଲକ ପ୍ରଶାସନ ପକ୍ଷରୁ ୨ ଲକ୍ଷ ୧୦ ହଜାର ଓ ପଞ୍ଚାୟତ ପକ୍ଷରୁ ୯୦ ହଜାର ଟଙ୍କା ଖର୍ଚ୍ଚ କରାଯାଇ ମୋଟ୍‌ ୩ ଲକ୍ଷ ଟଙ୍କାରେ ଏହାକୁ ନିର୍ମାଣ କରାଯାଇଛି। ଏହି ଶୌଚାଳୟରେ ଗୋଟିଏ ପୁରୁଷ, ଗୋଟିଏ ମହିଳା ଓ ଅନ୍ୟଟି ଦିବ୍ୟାଙ୍ଗମାନଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ଲେଖା ଅଛି। ମାତ୍ର ଏଠାରେ ପାଣି ପାଇଁ ବ୍ୟବସ୍ଥା ନ ଥିବାବେଳେ କବାଟ ସବୁ ଅକାମୀ ହୋଇଯାଇଛି। ଫଳରେ ଏହା ଲୋକଙ୍କ କାମରେ ଲାଗୁନାହିଁ। ଏସମ୍ପର୍କରେ ବିଡିଓ ସୌମଶ୍ରୀ ପାଣିଗ୍ରାହୀଙ୍କୁ ପଚାରିବାରେ କହିଛନ୍ତି, ଛାତ ଉପରେ ପାଣି ଟାଙ୍କି ଅଛି। ମାତ୍ର ପାଣି ସରିଯାଇ ଥାଇପାରେ। ପୁନର୍ବାର ମଟର ଚଲାଇଲେ ପାଣି ଆସିବ ବୋଲି କହିଛନ୍ତି। ଅନ୍ୟପଟେ ରକ୍ଷଣାବେକ୍ଷଣ ପାଇଁ ଦାୟିତ୍ୱ କାହାକୁ ଦିଆଯାଇ ନ ଥିବାରୁ ଶୌଚାଳୟର ଏପରି ଅବସ୍ଥା ହୋଇଛି ବୋଲି ସେ ପ୍ରକାଶ କରିଛନ୍ତି। ଖୁବଶୀଘ୍ର ଶୌଚାଳୟ କାର୍ଯ୍ୟକ୍ଷମ ନିମନ୍ତେ ଏକ ସ୍ବୟଂସହାୟିକା ଗୋଷ୍ଠୀକୁ ଦାୟିତ୍ୱ ଦେବାପାଇଁ ପଦକ୍ଷେପ ନିଆଯାଉଛି ବୋଲି ପାଣିଗ୍ରାହୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri