Posted inଜାତୀୟ

କରୋନା ସଂକ୍ରମଣରୁ ରକ୍ଷା କରିବନି ଏନ୍‌ ୯୫ ମାସ୍କ

ନୂଆଦିଲ୍ଲୀ,୨୧।୭: କରୋନା ଭାଇରସ ସଂକ୍ରମଣ ପରେ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ବିଶେଷ ଭାବେ ଏନ୍‌ ୯୫ ମାସ୍କ ପିନ୍ଧିବା ଭଲ ବୋଲି କୁହାଯାଇଥିଲା। କିନ୍ତୁ ଏବେ ଏନ୍‌ ୯୫ ମାସ୍କକୁ ନେଇ ଏମିତି ଖବର ଆସିଛି ଯାହାକୁ ଶୁଣିବା ପରେ ଆଶ୍ଚର୍ଯ୍ୟ ଲାଗୁଛି। ଏନ୍‌ ୯୫କୁ ନେଇ ସରକାର ଏକ ଆଡଭାଇଜରୀ ଜାରି କରିଛନ୍ତି। ଯେଉଁଥିରେ ଏନ୍‌ ୯୫ ମାସ୍କ ବ୍ୟବହାର ନ କରିବାକୁ ପରାମର୍ଶ ଦିଆଯାଇଛି। ଏହା କରୋନା ସଂକ୍ରମଣ ରୋକିବାରେ ଆଦୌ ସକ୍ଷମ ନୁହେଁ ବୋଲି କୁହାଯାଇଛି। ସରକାରଙ୍କ ସ୍ବାସ୍ଥ୍ୟ ସେବା ମହାନିର୍ଦ୍ଦେଶକ ଡା. ରାଜୀବ ଗର୍ଗ କହିଛନ୍ତି ଏନ୍‌ ୫୯ ମାସ୍କ ପିନ୍ଧିବା ଦ୍ୱାରା ଏଥିରେ ଥିବା ବଲ୍କ କରୋନା ଭୂତାଣୁକୁ ବାହାରକୁ ବାହାରିବାକୁ ଦେଇ ନ ଥାଏ। ତେଣୁ ଏହା କରୋନା ସଂକ୍ରମଣକୁ ରୋକିବାକୁ ସମ୍ପୂର୍ଣ୍ଣ ଭାବେ ଫେଲ୍‌ ମାରିଛି । ଏ ସମ୍ପର୍କରେ ରାଜ୍ୟ କେନ୍ଦ୍ର ସରକାରଙ୍କୁ ପତ୍ର ମାଧ୍ୟମରେ ସୂଚନା ଦିଆଯାଇଛି। ବିଶେଷ ଭାବେ ଯେଉଁ ଏନ୍‌ ୯୫ ମାସ୍କରେ ବଲ୍ବ ଲାଗିଛି ତାକୁ ବ୍ୟବହାର କରିବାକୁ ସ୍ବାସ୍ଥ୍ୟ ସେବା ମନ୍ତ୍ରଣାଳୟ ବାରଣ କରିଛି। ଏହା ପୂର୍ବରୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଧ୍ୟ ଏନ୍‌ ୯୫ ମାସ୍କ ବ୍ୟବହାର ବଦଳରେ ଥ୍ରୀ ଲେୟାର ମାସ୍କ ବ୍ୟବହାର କରିବାକୁ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri