୨୦ରୁ ୧୦ ଆଲର୍ଟ କେନ୍ଦ୍ରରେ ବାଜୁନି ସାଇରନ

କେନ୍ଦ୍ରାପଡ଼ା ଅଫିସ, ୪ା୫: ଆସନ୍ତା ୬ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ପାଣିପାଗ ବିଶେଷଜ୍ଞଙ୍କ ଏହି ଆକଳନ କେନ୍ଦ୍ରାପଡ଼ାବାସୀଙ୍କୁ ଆତଙ୍କିତ କରିଛି। ୧୯୯୯ ମହାବାତ୍ୟାଠାରୁ ୨୦୨୧ ୟାସ୍‌ ପର୍ଯ୍ୟନ୍ତ ଓଡ଼ିଶାରେ ହୋଇଥିବା ପ୍ରତ୍ୟେକ ସାମୁଦ୍ରିକ ଝଡ଼କୁ ଜିଲାବାସୀ ସମ୍ମୁଖୀନ ହେଉଛନ୍ତି। ଧନ ଓ ଜୀବନ ସହ ପରିବେଶ ନଷ୍ଟ ହୋଇଛି। ଜିଲା ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ଏ ନେଇ ବୈଠକ କରୁଥିଲେ ମଧ୍ୟ ଦୁର୍ବଳ ନଦୀବନ୍ଧର ମରାମତି ସରିନାହିଁ। ବାତ୍ୟା ସମୟରେ ଅତ୍ୟନ୍ତ ଉପଯୋଗୀ ସାବ୍ୟସ୍ତ ହେଉଥିବା ବାତ୍ୟା ଆଶ୍ରୟସ୍ଥଳକୁ ଜିଲା ପ୍ରଶାସନ ପକ୍ଷରୁ ଅଦ୍ୟାବଧି ଯାଞ୍ଚ କରାଯାଇନାହିଁ। ବାତ୍ୟା ଆଶ୍ରୟସ୍ଥଳରେ ଥିବା ଉପକରଣର ତନଖି ହେଉ ନ ଥିବାରୁ ଅଧିକାଂଶ ଆପଦ୍‌କାଳରେ ଉପଯୋଗୀ ହୋଇପାରୁନାହିଁ। ଏଥିସହ ଜିଲା ଉପାନ୍ତ ଅଞ୍ଚଳରେ ପ୍ରତିଷ୍ଠା କରାଯାଇଥିବା ୨୦ଟି ଆଲର୍ଟ କେନ୍ଦ୍ରରେ ସାଇରନ୍‌ ଅଛି। ସୁନାମି ଓ ବାତ୍ୟା ଆସିବା କ୍ଷଣି ୪୫ ମିନିଟ୍‌ ସାଇରନ୍‌ ବାଜି ଉଠିଥାଏ। ଫଳରେ ସାଇରନ୍‌ ଲାଗିଥିବା ସ୍ଥାନରୁ ୨ କିମି ଦୂର ପର୍ଯ୍ୟନ୍ତ ଏହା ଶୁଣାଯାଏ। ଲୋକମାନେ ତଳିଆ ଅଞ୍ଚଳରୁ ଉଚ୍ଚସ୍ଥାନକୁ ଯିବାକୁ ଏହା ଦ୍ୱାରା ସୂଚନା ଦିଆଯାଇଥାଏ। ପରେ ଲୋକମାନେ ସ୍ଥାନାନ୍ତର ହୋଇଥାନ୍ତି। ହେଲେ ଏଥିମଧ୍ୟରୁ ୧୦ଟିରେ ସାଇରନ୍‌ ବାଜୁ ନ ଥିବା ସ୍ଥାନୀୟ ଅଞ୍ଚଳବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି।
ଏ ସମ୍ପର୍କରେ ବୁଦ୍ଧିଜୀବୀ ଶିବାଶିଷ ମହାନ୍ତି, ପରିବେଶବିତ୍‌ ହେମନ୍ତ କୁମାର ରାଉତ, ଶ୍ରୀକାନ୍ତ ନାୟକ, ସାମାଜିକ କର୍ମୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ କହିଛନ୍ତି ଯେ, ବାତ୍ୟା ଓ ବନ୍ୟା ପରି ପ୍ରାକୃତିକ ବିପର୍ଯ୍ୟୟକୁ ପ୍ରତିବର୍ଷ ଜିଲାବାସୀ ଭୋଗୁ ଥିଲେ ମଧ୍ୟ ଏହାର ଆଶୁ ନିରାକରଣ ପ୍ରତି ରାଜନେତା ଏବଂ ପ୍ରଶାସକ ଅଣଦେଖା କରିଚାଲିଛନ୍ତି। ଲଘୁଚାପଜନିତ ସାମୁଦ୍ରିକ ଝଡ଼ ଭୟଙ୍କର ହେଲେ ଜିଲାରେ ବନ୍ୟାର ଆଶଙ୍କା ଦେଖାଦେଇଥାଏ। ଜିଲାରେ ଉଦ୍‌ବୃତ ଜଳ ନିଷ୍କାସନ ଏକ ବଡ଼ ସମସ୍ୟା। ଏହାର ନିରାକରଣ ପାଇଁ କେନ୍ଦ୍ରାପଡ଼ା ଜଳସମ୍ପଦ ଡିଭିଜନ, ମହାନଦୀ ଡିଭିଜନ, ଚିତ୍ରୋପତ୍ଳା ଡିଭିଜନ, ଡ୍ରେନେଜ୍‌ ଡିଭିଜନର ଅଧିକାରୀମାନେ ସତର୍କ ହେବା କଥା। ମେ’ ମାସ ପୂର୍ବରୁ ନଦୀବନ୍ଧର ଦୁର୍ବଳ ସ୍ଥାନ ଚିହ୍ନଟ ସହ ମରାମତି ହେବା କଥା। ତେବେ ଅଦ୍ୟାବଧି ଜିଲାରେ ଥିବା ଦୁର୍ବଳ ନଦୀବନ୍ଧ ସମ୍ପୂର୍ଣ୍ଣ ମରାମତି ହୋଇ ନ ଥିବା ବେଳେ ସାମାନ୍ୟ ବନ୍ୟାରେ ତାହା ଭାଙ୍ଗିବା ଆଶଙ୍କା ଅଛି। ସେହିପରି ନିଷ୍କାସନ ପଥ ପରିଷ୍କାର ପାଇଁ ଅଦ୍ୟାବଧି ଉଦ୍ୟମ କରାଯାଇନାହିଁ। ବାତ୍ୟାର ବେଗ ଅଧିକ ହେଲେ ସାମୁଦ୍ରିକ ତଟ କ୍ଷୟ ସହ ଜଙ୍ଗଲ ଉପରେ ପ୍ରଭାବ ପକାଇବ। ୨୦୧୮ରେ ତିତିଲି, ୨୦୧୯ରେ ଫନି ଓ ୨୦୨୦ରେ ଅମ୍ଫାନ ସାମୁଦ୍ରିକ ବାତ୍ୟା ଏହାର ଉଦାହରଣ ସାଜିଛି। ଏହାସତ୍ତ୍ୱେ ଜଙ୍ଗଲ ଜମି ଜବରଦଖଲ, ଚିଙ୍ଗୁଡ଼ିଘେରି ନିର୍ମାଣ ଆଦି ସମସ୍ୟାକୁ ରାଜନେତା ଓ ପ୍ରଶାସକ ସର୍ବଦା ଉପେକ୍ଷା କରିଚାଲିଛନ୍ତି। ବନ୍ୟା, ବାତ୍ୟା, ସୁନାମି ପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଆଲର୍ଟ କେନ୍ଦ୍ରରୁ ସାଇରନ୍‌ ଦ୍ୱାରା ସତର୍କ କରାଯାଇଥାଏ। ତେବେ ୨୦୨୧ ୟାସ୍‌ ସାମୁଦ୍ରିକ ଝଡ଼ ସମୟରେ ରାଜନଗରର ୧୧ଟି ଓ ମହାକାଳପଡ଼ାର ୯ଟି କେନ୍ଦ୍ର ମଧ୍ୟରୁ ରଟପଙ୍ଗା, ନରସିଂହପୁର, ଜମ୍ବୁ, ତନ୍ତିଆପାଳ, ଏଣ୍ଡୁଳାପୁର, କଇଥା, ଚିଞ୍ଚତ୍ରି, ପେଣ୍ଠ, ବ୍ରାହ୍ମଣଶାସନ ଓ କନ୍ଦରାପାଟିଆ ବ୍ୟତୀତ ଅନ୍ୟ ୧୦ଟିରେ ସାଇରନ୍‌ ବାଜି ନ ଥିଲା। ଏଠାରେ ସିଷ୍ଟମ ସବୁ ଅକାମୀ ହୋଇପଡ଼ିଛି। ସେହିପରି ଜିଲାର ବାତ୍ୟା ଆଶ୍ରୟସ୍ଥଳ ଅସୁରକ୍ଷିତ ହୋଇଥିବା ବେଳେ ରକ୍ଷଣାବେକ୍ଷଣ ଅଭାବରୁ ଉପକରଣ ନଷ୍ଟ ହୋଇଛି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ସମ୍ଭାବ୍ୟ ସାମୁଦ୍ରିକ ଝଡ଼ର ସମ୍ମୁଖୀନ ପାଇଁ ଜିଲା ପ୍ରଶାସନ ପ୍ରାକ୍‌ ପ୍ରସ୍ତୁତିରେ ଅଛି। ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳର ନିରୀକ୍ଷଣ ସହିତ ସ୍ଥାନାନ୍ତର, ଗମନାଗମନ, ସ୍ବାସ୍ଥ୍ୟସେବା ଆଦିକୁ ଗୁରୁତ୍ୱ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri