କାମରେ ଲାଗୁନି ମୋ ସରକାର କକ୍ଷ

ଧାମନଗର,୧।୧୧(ସନ୍ତୋଷ କୁମାର ମହାପାତ୍ର): ମୋ ସରକାର କାର୍ଯ୍ୟକ୍ରମ ଦ୍ୱାରା ଲୋକଙ୍କୁ ବିଭିନ୍ନ ସେବା ଯୋଗାଇଦେବା, ପ୍ରତ୍ୟେକ ବିଭାଗ ଏହାର ସମୀକ୍ଷା କରି ଅବସ୍ଥାରେ ଉନ୍ନତି ଆଣିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ଯେଉଁ ଅଧିକାରୀମାନେ ଏଥିରେ ଖିଲାପ କରିଛନ୍ତି, ସେମାନେ ଦଣ୍ଡିତ ହେବାର ପୂର୍ବରୁ ସୂଚନା ଅଛି। ଭଦ୍ରକ ଜିଲା ଧାମନଗର ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା ମୋ ସରକାର କକ୍ଷ ଲୋକଙ୍କ କାମରେ ଲାଗୁନି। ବ୍ଲକ ଅଫିସ୍‌ ପରିସରରେ ୧ ବର୍ଷରୁ ଊଦ୍ଧର୍‌ବ ହେଲା ଏହି କକ୍ଷ ସ୍ଥାପନ କରାଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟ କରାଯାଉ ନାହିଁ କି କେହି ଅଧିକାରୀ ସେଥିପାଇଁ ନିଯୁକ୍ତି ହୋଇନାହାନ୍ତି। ବ୍ଲକର ଦୂର ଦୁରାନ୍ତରୁ ଆସୁଥିବା ସାଧାରଣ ଲୋକଙ୍କ ସମସ୍ୟା ସମାଧାନ ଦିଗରେ ମୋ ସରକାର କକ୍ଷ କାମରେ ଆସୁନାହିଁ। ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଜଣେ ଅଧିକାରୀଙ୍କୁ ସେଠାରେ ନିଯୁକ୍ତି କରାଯିବା କଥା। ଏକ ଭଙ୍ଗା ଟେବୁଲ, ଚେୟାର ଦୁଇଟି ପଡ଼ିଥିବା ବେଳେ କକ୍ଷଟି ଅପରିଷ୍କାର ହୋଇପଡ଼ିଛି। ଏନେଇ ବିଡିଓ ବନବିହାରୀ ଦିଣ୍ଡା କହିଛନ୍ତି, ଆବଶ୍ୟକ କର୍ମଚାରୀ ନ ଥିବାରୁ ସେଠାରେ କେହି ବସୁ ନାହାନ୍ତି। ଯେଉଁମାନଙ୍କର ଅଭିଯୋଗ ଦେବାର ଅଛି, ସେମାନେ ବ୍ଲକ କାର୍ଯ୍ୟାଳୟକୁ ଆସି ଲିଖିତ ଭାବେ ଦେଇପାରିବେ। ଆହୁରି ମଧ୍ୟ ଅଭିଯୋଗ ଦେବା ପାଇଁ ଜନଶୁଣାଣି ପୋର୍ଟାଲ ଅଛି। ସେଠାରେ ମଧ୍ୟ ଅନ୍‌ଲାଇନରେ ଅଭିଯୋଗ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

୧୫ ବର୍ଷ ପରେ ପ୍ରଥମ ଡିଜିଟାଲ ଜନଗଣନା: ଦିଗପହଣ୍ଡିରେ ପରିଗଣନାକାରୀଙ୍କୁ ମିଳିଲା ତାଲିମ

ଦିଗପହଣ୍ଡି,୨୬। ୩(ଅଶେଷ ନାଥ ମିଶ୍ର):କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧିନସ୍ଥ ଜନଗଣନା ନିର୍ଦ୍ଦେଶାଳୟ ଏବଂ ବିପର୍ଯୟ ପରିଚାଳନା ବିଭାଗ ଆନୁକୁଲ୍ୟରେ ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri