ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ ଛାତ୍ର ପବିତ୍ର ରଣାଙ୍କୁ ସ୍କୁଲ ନିକଟରେ ଗୋଟିଏ ପାଗଳ କୁକୁର ଗୋଡ଼ାଇ ଗୋଡ଼ାଇ କାମୁଡ଼ିଥିଲା। କୁକୁରଟି ତାଙ୍କ ହାତର ଆଙ୍ଗୁଳି ସହ ବିଭିନ୍ନ ସ୍ଥାନକୁ ଝୁଣି ଦେଇଥିଲା। ଏପରିକି ଛାତ୍ରଙ୍କ ହାତର ବୁଢ଼ା ଆଙ୍ଗୁଳି ଛିଣ୍ଡି ପଡ଼ିଥିଲା। ଗୁରୁତର ଅବସ୍ଥାରେ ପରିବାର ଲୋକେ ପ୍ରଥମେ ପବିତ୍ରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ପରେ ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଘଟଣାକୁ କେନ୍ଦ୍ର କରି ବୁଧବାର ଉତ୍ତେଜନା ଦେଖାଦେଇଥିଲା। ପୂର୍ବାହ୍ନରେ ଅଭିଭାବକ ଓ ଗ୍ରାମବାସୀ ବିଦ୍ୟାଳୟରେ ତାଲା ପକାଇଥିଲେ। ସ୍କୁଲରେ ଅଧିକ ଶିକ୍ଷକ ନିଯୁକ୍ତି ଓ କ୍ଷତିପୂରଣ ଦାବି କରି ବିଦ୍ୟାଳୟ ବନ୍ଦ କରିଦେଇଥିଲେ। ଅପରାହ୍ନ ୩ଟା ପର୍ଯ୍ୟନ୍ତ ଧାରଣା ଜାରି ରହିଥିଲା। ଜିଲା ଶିକ୍ଷାଅଧିକାରୀ ବସନ୍ତ କୁମାର ନାୟକ ଘଟଣାସ୍ଥଳରେ ପହଞ୍ଚି ବୁଝାଶୁଝା କରିଥିଲେ। ସ୍କୁଲରେ ଖୁବ୍‌ଶୀଘ୍ର ଜଣେ ଶିକ୍ଷକ ନିଯୁକ୍ତି ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। କ୍ଷତିପୂରଣ ବାବଦରେ ଜିଲାପାଳଙ୍କ ସହ ପରାମର୍ଶ କରି ଆହତ ଛାତ୍ରଙ୍କ ଅଭିଭାବକଙ୍କୁ ଡକାଯାଇ ନିଷ୍ପତ୍ତି ନିଆଯିବ ବୋଲି କହିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri