ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ ଗ୍ରାମ ୯ ନମ୍ବର ୱାର୍ଡରେ ଥିବା ଚହଲା ପଡିଆ ଡାହାଣ କଡ଼ କିଆବୁଦା ନିକଟରୁ ଗୋଟେ କୁକୁର ଏକ ନବଜାତ ଶିଶୁର ମୁଣ୍ଡ ଧରି ପଡିଆ ନିକଟରେ ଥିବା ଶିବ ମନ୍ଦିର ସାମ୍ନା ରାସ୍ତା ନିକଟକୁ ଆଣିଥିଲା। ତାହାକୁ ଲୋକମାନେ ଦେଖି କୁକୁରକୁ ଗୋଡ଼ାଇ ଦେବା ଫଳରେ ସେ ସେଠାରେ ମୁଣ୍ଡ ଛାଡି ପଳାଇଥିଲା। କିଛି ସମୟ ପରେ ପୁନର୍ବାର ସେହି କୁକୁର କିଆ ବୁଦା ଭିତରୁ ସେହି ମୃତ ଶିଶୁର ଗୋଡ଼ ଧରି ଆସିଥିଲା। ଏହାଦେଖି ସୋର ପୋଲିସକୁ ଖବର ଦେଇଥିଲେ।

ସୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କ ଉପସ୍ଥିତରେ ପ୍ରଥମେ ସେହି ଖଣ୍ଡ ବିଖଣ୍ଡିତ ଶରୀରକୁ ପୋତି ଦେଇଥିଲେ। ପରେ ଥାନା ଅଧିକାରୀ ଙ୍କ ନିର୍ଦେଶ ମୁତାବକ ପୋତାଯାଇଥିବା ସ୍ଥାନକୁ ପୋଲିସ ରାତିସାରା ଜଗିରହିଥିଲା। ସକାଳେ ଗତରୁ ଖୋଲି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ମୃତ ଶିଶୁକୁ କେହି ଜନ୍ମ ପରେ କିଆ ବୁଦା ମୂଳେ ଫିଙ୍ଗି ଦେଇ ଥାଉ କିମ୍ବା ପୋତି ଦେଇ ଥାଉ ବୋଲି ଲୋକମାନେ ଅନୁମାନ କରୁଛନ୍ତି। ମାତ୍ର ବାଲିକିତ୍ତିରଣ ଗ୍ରାମର ଏଭଳି କୌଣସି ଘଟଣା କାହାରି ହୋଇ ନ ଥିବା ଗ୍ରାମବାସୀମାନେ ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri