ଚିନ୍ତା ବଢ଼ାଉଛି କୁକୁରଙ୍କ ଦୌରାତ୍ମ୍ୟ, ଏଥିରୁ ରକ୍ଷା ପାଇବା ପାଇଁ…

ଦାରିଙ୍ଗବାଡ଼ି,୯ା୧(ଅରୁଣ ସାହୁ): ଘରେ ଘରେ କୁକୁର ପାଳନ ପାଇଁ ଆଗ୍ରହ ରହିଥାଏ। କୁହାଯାଏ, କୁକୁର ମଣିଷର ପ୍ରକୃତ ବିଶ୍ୱସ୍ତ ବନ୍ଧୁ। ପାଳିତ କୁକୁର କିମ୍ବା ବୁଲା କୁକୁର ମଣିଷକୁ ସୁରକ୍ଷା ଦେବାରେ କାମ କରିଥାଏ କିନ୍ତୁ ସେହି ବନ୍ଧୁ ଥରେ ଥରେ ଭୁଲିଯାଏ ଯେ, ସେ ମନୁଷ୍ୟର ବନ୍ଧୁ ଓ ଅନେକ ସମୟରେ ମନୁଷ୍ୟକୁ ଆକ୍ରମଣ କରିବାକୁ ପଛେଇ ନ ଥାଏ। ଅନେକ ସମୟରେ ଏହାକୁ ନେଇ ବିଭିନ୍ନ ଖବର ଖବରକାଗଜରେ ଶିରୋନାମା ପାଲଟିଯାଇଥାଏ। ଏବେ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ବୁଲା କୁକୁରଙ୍କ ଦୌରାତ୍ମ୍ୟ ବୃଦ୍ଧି ଚିନ୍ତାଜନକ ପରିସ୍ଥିତି ହୋଇଥିବା ବେଳେ କୁକୁରଙ୍କ ଭିଡ଼କୁ ନେଇ ସରକାର ମଧ୍ୟ ଚିନ୍ତା ପ୍ରକଟ ସହ ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି। ଆଉ କୁକୁରଙ୍କୁ ଭଲ ପାଉଥିବା ଲୋକଙ୍କ ମଧ୍ୟରେ କୁକୁରଙ୍କ ପ୍ରତି ସରକାରଙ୍କ ବିଭିନ୍ନ ଯୋଜନାକୁ ନେଇ ଅସନ୍ତୋଷ ଦେଖାଯାଇଛି।

ଏହି କ୍ରମରେ ବୁଲା କୁକୁର କିମ୍ବା ଅଜଣା କୁକୁରଙ୍କ ଠାରୁ କିଭଳି ଦୂରରେ ରହିବେ ସେନେଇ ବିଦ୍ୟାଳୟଗୁଡ଼ିକରେ ସଚେତନ କରାଯାଇଛି। ଛାତ୍ରୀଛାତ୍ରଙ୍କୁ ଏସମ୍ପର୍କରେ ବୈଠକ କରି ସଚେତନ କରାଯିବା ସହ ଛାତ୍ରୀଛାତ୍ରଙ୍କୁ ନେଇ ଶୋଭାଯାତ୍ରା ମାଧ୍ୟମରେ ସଚେତନ କରାଯାଇଛି। ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ପୂର୍ବାହ୍ନର ପ୍ରଧାନଶିକ୍ଷକ ବିଦେଶୀ ନାୟକଙ୍କ ନେତୃତ୍ୱରେ ଏକ ସଚେତନ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ କୁକୁର ପ୍ରତି ସାବଧାନ କରାଯିବା ସହ ସେମାନଙ୍କଠାରୁ କିଭଳି ଦୂରତା ବଜାୟ ରଖିବେ ବିଶେଷ କରି ଅଜଣା ଓ ବୁଲା କୁକୁରଠାରୁ ଦୂରରେ ରହିଲେ କ’ଣ ସବୁ ଫାଇଦା ସେ ସମ୍ପର୍କରେ ପରାମର୍ଶ ଦିଆଯାଇଥିଲା। ଏଥିସହ ବିଦ୍ୟାଳୟର ଅନ୍ୟ ଶିକ୍ଷୟିତ୍ରୀଶିକ୍ଷକ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri