Posted inଜାତୀୟ

ହସ୍ପିଟାଲରୁ ନବଜାତକଙ୍କୁ ଟାଣି ନେଇ ଝୁଣି ଖାଇଲା କୁକୁର…

ବେଙ୍ଗାଲୁରୁ,୩।୪ : କର୍ନାଟକର ଶିବମୋଗା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଥିବା ଜିଲା ସରକାରୀ ହସ୍ପିଟାଲରୁ ଜଣେ ନବ ଜାତକଙ୍କୁ କୁକୁର ଟାଣିନେଇ ବାହାରକୁ ନେଇ ଝୁଣି ଖାଇଛି। ସୁରକ୍ଷା ଦାୟିତ୍ୱରେ ଥିବା ସୁରକ୍ଷାକର୍ମୀ କୁକୁରଠାରୁ ନବଜାତକଙ୍କୁ ଆଣିବାକୁ ଉଦ୍ୟମ କରିଥିଲେ। ତେବେ ସେତେବେଳକୁ ନବଜାତକଙ୍କର ମୃତ୍ୟୁ ଘଟି ସାରିଥିଲା।

ପ୍ରସୂତୀ ଓ୍ବାର୍ଡରେ କୁକୁର ପଶି ନବଜାତକଙ୍କୁ ଟାଣିନେଇଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। ଏସମ୍ପର୍କରେ ଓ୍ବାର୍ଡର କେହି ଜାଣି ପାରି ନ ଥିଲେ।

ଡାକ୍ତରଖାନାର ସୁରକ୍ଷାକର୍ମୀମାନେ କହିଛନ୍ତି, ସେମାନେ କୁକୁର ପାଟିରେ ପିଲାଟିକୁ ଦେଖିଥିଲେ। ତା’ପରେ କୁକୁର ପଉରେ ଗୋଡାଇ ନବଜାତକଙ୍କୁ ଛାଡାଇଈବାକୁ ଉଦ୍ୟମ କରାଯାଇଥିଲା। ଶନିବାର ପ୍ରାୟ ସକାଳ ୭ ଟା ସମୟରେ କୁକୁରଟି ହସ୍ପିଟାଲର ପ୍ରସୂତୀ ୱାର୍ଡ ପାଖରେ ବୁଲାବୁଲି କରୁୁଥିଲା। ନବଜାତକଙ୍କୁ କୁକୁରର କବଳରୁ ଉଦ୍ଧାର କରାଯାଇଥିଲା। ଏହା ପରେ ଡାକ୍ତରମାନେ ତାଙ୍କୁ ପରୀକ୍ଷା କରିଥିଲେ। ସେତେବେଳକୁ ତାଙ୍କର ମୃତ୍ୟୁ ଘଟି ସାରିଥିଲା।

ପୋଲିସ  ଏଫଆଇଆର୍‌ ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଶିଶୁର ମାତାପିତା ଏପର୍ଯ୍ୟନ୍ତ ଚିହ୍ନଟ ହୋଇନାହାଁନ୍ତି। ପୋଲିସର ସୂଚନାନୁସାରେ, ପୋଷ୍ଟମର୍ଟମ ପରେ ନବଜାତକଙ୍କର ମୃତ୍ୟୁର ପ୍ରକୃତ ସମୟ ଜଣା ପଡିବ। ଅଧିକାରୀମାନେ ଗର୍ଭବତୀ ମହିଳାଙ୍କ ରେକର୍ଡ ଯାଞ୍ଚ କରିବା ପାଇଁ ନିକଟସ୍ଥ ସମସ୍ତ ଘରୋଇ ଏବଂ ସରକାରୀ ଡାକ୍ତରଖାନା ପହଞ୍ଚିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri