ଗୋଡ଼େଇ ଗୋଡ଼େଇ ଲୋକଙ୍କୁ କାମୁଡୁଛି କୁକୁର: ଅନେକ ଗୁରୁତର

ବାଲିଗୁଡ଼ା,୨୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ରେ ପାଗଳ କୁକୁର ଆତଙ୍କ ଦେଖିବାକୁ ମିଳିଛି। ବୁଧବାର ଏକ ପାଗଳ କୁକୁର କାମୁଡ଼ାରେ ୫ ଜଣ ଆହତ ହୋଇଛନ୍ତି । କଲୋନୀସାହି ଗାଁର ମିରୋଜ କୁମାର ସିଂ (୩୨ବର୍ଷ) ସକାଳୁ ପରିସ୍ରା କରିବାକୁ ଯାଉଥିବା ବେଳେ ସମୟରେ ହଠାତ୍‌ ପାଗଳ କୁକୁର ଦୌଡ଼ି ଆସି ମିରୋଜ କୁମାର ସିଂଙ୍କୁ କାମୁଡ଼ି ଦେଇଥିଲା। ପରେ ତାଙ୍କୁ କୋଟଗଡ଼ ଚିକିତ୍ସାଳୟକୁ ପରିବାର ଲୋକେ ନେଇଥିଲେ। ଗୁରୁତର ଥିବାରୁ ସଙ୍ଗେ ସଙ୍ଗେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। କୁକୁର କାମୁଡ଼ିଥିବା ଅନ୍ୟ ୪ଜଣ ହେଲେ ଟାଙ୍କି ସାହିର ଅର୍ଜୁନ ସାହୁଙ୍କ ପୁଅ ରାଜେଶ କୁମାର ସାହୁ, ହାଟପଦା ଗ୍ରାମର ତୁଣ୍ଡୁଡା ନାୟକ, ଝରିଆପଦାର ସନ୍ତୋଷ ମହାନ୍ତି ଓ ମଦାଙ୍ଗି ଗ୍ରାମର ଜଣେ ବ୍ୟକ୍ତି। ଫଳରେ କୋଟଗଡ଼ ବଜାର, ବ୍ଲକ ହାଟ କାମକୁ ଯିବା ପାଇଁ ଲୋକେ ଭୟଭୀତ ହେଉଛନ୍ତି। ଏଥିପ୍ରତି ପଞ୍ଚାୟତ କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ ଦାବି ହୋଇଛି l


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri