ଗୀତ ଶୁଣି ତାଳିମାରି ନାଚୁଛି କୁକୁର,ସୋସିଆଲ ମିଡ଼ିଆରେ ଭାଇରାଲ, ୬ ମିଳିୟନ ଲାଇକ-୬୧ ମିଳିୟନ ଭିୟୁ…

ପ୍ରୟାଗରାଜ,୩୧।୧ : ସୋସିଆଲ ମିଡିଆରେ କିଛି ଭିଡିଓ ଅଛି ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ କରିଥାଏ। ସମଗ୍ର ଦେଶ ରାମଙ୍କ ପ୍ରତି ଭକ୍ତିରେ ବୁଡି ରହିଛି। ଏହି ସମୟରେ, ଏକ କୁକୁରର ଭିଡିଓ ଭାଇରାଲ ହେବାରେ ଲାଗିଛି। ଲୋକମାନେ ଏହି ଭିଡିଓକୁ ବହୁତ ପସନ୍ଦ କରୁଛନ୍ତି। କୁକୁରଟି ରାଧା ରାଧା ଶୁଣିବା ମାତ୍ରେ ତାଳି ମାରି ନାଚୁଛି। ଭିଡିଓ ଦେଖିବା ପରେ ଲୋକଙ୍କ ମନରେ ଏକ ପ୍ରଶ୍ନ ଉଙ୍କି ମାରୁଛି କି କୁକୁର କୃଷ୍ଣ ଏବଂ ରାଧାଙ୍କ ପ୍ରତି ଭକ୍ତିଭାବରେ କରତାଳି ଦେଉଛିକି?

ଇନଷ୍ଟାଗ୍ରାମରେ ଶେୟାର ହୋଇଥିବା ଭିଡିଓରେ ଦେଖିବାକୁ ମିଳୁଛି ପାର୍କରେ ଥିବା ଏକ କୁକୁର ସହିତ ଅନ୍ୟ ଲୋକ ମଧ୍ୟ ଉପସ୍ଥିତ ଅଛନ୍ତି। ଏହି ସମୟରେ ମହିଳାମାନଙ୍କ ସମେତ କିଛି ଲୋକ କୁକୁର ସାମ୍ନାରେ କରତାଳି ଦେଇ ରାଧେ ରାଧେ କରୁଛନ୍ତି। ଏହା ପରେ କୁକୁର ମଧ୍ୟ ସେଠାରେ ବସି ଏହାର ଦୁଇ ଆଗ ଗୋଡରେ ମଣିଷମାନଙ୍କ ଭଳି ତାଳି ମାରି ନାଚୁଛି।

ଭିଡିଓ ଦେଖିବା ପରେ ଜଣେ ୟୁଜର ଲେଖିଛନ୍ତି କୁକୁରମାନେ ମଣିଷ ଅପେକ୍ଷା ଭଲ ଏବଂ ଭାବନାକୁ ମଣିଷ ଅପେକ୍ଷା ଠିକ ଭାବରେ ବୁଝନ୍ତି। ମୁଁ ଦେଖିଥିବା ଭିଡ଼ିଓ ମଧ୍ୟରେ ଏହା ସର୍ବୋତ୍ତମ। ଅନ୍ୟ ଜଣେ ଲେଖିଛନ୍ତି, ଏହା ସତ କି? ଯଦି ଏହା ସତ ତେବେ ଏହା ପ୍ରକୃତରେ ଆଶ୍ଚର୍ଯ୍ୟଜନକ ଅଟେ ।

ଇନଷ୍ଟାଗ୍ରାମ ଆକାଉଣ୍ଟ evyaanb ରୁ ଭିଡିଓ ଶେୟାର କରାଯାଇଛି। ଏହି ଭିଡିଓକୁ ୬ ମିଲିୟନରୁ ଅଧିକ ଲୋକ ପସନ୍ଦ କରିଥିବାବେଳେ ଏହାକୁ ଅଢ଼େଇ ଲକ୍ଷରୁ ଅଧିକ ଲୋକ ଶେୟାର କରିଛନ୍ତି। ଏହି ଭିଡିଓକୁ ୬୧ ମିଲିୟନରୁ ଅଧିକ ଲୋକ ଦେଖିଛନ୍ତି।

https://www.instagram.com/reel/C2ceQ1BPIgw/?utm_source=ig_embed&ig_rid=9345c7f7-c141-4ff7-91af-dfa1a34c252d


Enter your email to get our daily news in your inbox.

All Right Reserved By Dharitri.Com

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri