Posted inଫୁରସତ

ମାଲିକଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ଚାରି ମହଲାରୁ ଡେଇଁ ଜୀବନ ହାରିଲା କୁକୁର

କଥାରେ ଅଛି କୁକୁର ମଣିଷର ସବୁଠାରୁ ବିଶ୍ୱସ୍ତ ସାଥୀ। ହେଲେ ପାଳିଥିବା ମଣିଷର ମୃତ୍ୟୁରେ ମ୍ରିୟମାଣ ହୋଇ କୁକୁର ନିଜେ ଜୀବନ ହାରିବା ଭଳି ଘଟଣା ହୁଏତ ଶୁଣି ନ ଥିବେ। ଏଭଳି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର କାନପୁରରେ।
୧୨ ବର୍ଷ ପୂର୍ବେ କାନପୁରର ମଲ୍ଲିକାପୁରମ୍‌ରେ ରହୁଥିବା ଡା. ଅନିତା ରାଜ ସିଂ ଏକ କୁକୁରକୁ ଉଦ୍ଧାର କରି ଘରକୁ ଆଣିଥିଲେ।

ସେତେବେଳେ ପରିତ୍ୟକ୍ତ କୁକୁରଟିର ଅବସ୍ଥା ଭଲ ନ ଥିଲା। ସଂକ୍ରମିତ ହେବା ଯୋଗୁ ତାର ଚିକିତ୍ସା କରିଥିଲେ ଅନିତା। ପରେ ତାର ନାମ ଜୟା ରଖିବା ସହ ଲାଳନପାଳନ କରି ଆସୁଥିଲେ।

ଅନିତାଙ୍କ ପୁଅ ତେଜାସଙ୍କ କହିବାନୁଯାୟୀ, ନିକଟରେ ଅନିତାଙ୍କ କୀଡ଼ନୀ ସମସ୍ୟା ଦେଖାଯାଇଥିଲା। ସେ ଗୁରୁତର ହେବା ପରେ ଲୟାଲ ସିଟି ହସ୍ପିଟାଲରେ ତାଙ୍କ ଚିକିତ୍ସା କରାଯାଉଥିଲା। ହେଲେ ଗତ ବୁଧବାର ତାଙ୍କର ମୃତ୍ୟୁ ଘଟିଥିଲା।

ପରେ ଡାକ୍ତରଙ୍କ ମୃତଦେହ ଘରକୁ ଅଣାଯାଇଥିଲା। ତାଙ୍କୁ ଏଭଳି ଅବସ୍ଥାରେ ଦେଖି ଜୟା ଭୁକିବା ଆରମ୍ଭ କରିଥିଲା। ଏପରିକି ସେ ହସ୍ପିଟାଲ ଯିବା ଦିନଠାରୁ କୁକୁରଟି ଠିକ୍‌ ଭାବେ ଖାଦ୍ୟ ଖାଉ ନ ଥିଲା। ପରେ ହଠାତ୍‌ ସେ ଘରର ଚତୁର୍ଥ ମହଲାରୁ ଡେଇଁ ପଡ଼ିଥିଲା। ଶେଷରେ ତାର ମଧ୍ୟ ମୃତ୍ୟୁ ଘଟିଛି।

ତେବେ ମାଲିକ ମୃତ୍ୟୁରେ ପ୍ରାଣ ହରାଇଥିବା  କୁକୁର ଜୟା ଏକା ନୁହେଁ। ୨୦୧୯ରେ ଏକ ଫ୍ରେଞ୍ଚ ବୁଲଡଗ୍‌ ନିରୋ ମାଲିକ ମୃତ୍ୟୁର ୧୫ ମିନିଟରେ ଆଖି ବୁଜିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri