କୁକୁରକୁ ଗୁଳି କରି ହତ୍ୟା

ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଗରେ ମଣିଷ କିଭଳି ଭାବେ ଅମାନବୀୟ କାଣ୍ଡ ଭିଆଇପାରେ ତା’ର ଏକ ଉଦାହରଣ ବୁଧବାର ଦେଖିବାକୁ ମିଳିଛି ଖଣ୍ଡଗିରି ଥାନା ଜାଗମରା ଅଞ୍ଚଳରେ। ପୋଷିଥିବା କୁକୁଡ଼ାକୁ କୁକୁର କାମୁଡ଼ି ମାରିଦେବାରୁ ଏଥିରେ ରାଗିଯାଇ କିତାବ ପଟ୍ଟନାୟକ(୪୫) ନାମକ ଜଣେ ବ୍ୟକ୍ତି ୨ଟି କୁକୁରଙ୍କୁ ଗୁଳି କରିଛନ୍ତି। ଏଥିରେ ଗୋଟିଏ କୁକୁରର ମୃତ୍ୟୁ ଘଟିଥିବାବେଳେ ଅନ୍ୟଟିକୁ ଗୁରୁତର ଅବସ୍ଥାରେ ଫରେଷ୍ଟ ପାର୍କ ନିକଟ ଏକ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଏନେଇ ସେବା ହିଁ ସଂଳ୍ପକ ପକ୍ଷରୁ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଜାଗମରା ଅଞ୍ଚଳ ଉପର ସାହିରେ ରହୁଥିବା କିତାବଙ୍କ ନାମରେ ଏକ ମାମଲା(ନଂ.୨୩/୨୨) ରୁଜୁ କରି ତଦନ୍ତ ଜାରି ରଖିଛି। ଅଭିଯୁକ୍ତ ଏକ ଏୟାର ଗନ୍‌(ଛଡ଼ରା)ରେ ଗୁଳି କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ଖଣ୍ଡଗିରି ଥାନା ଅଧିକାରୀ ପଦ୍ମନାଭ ପ୍ରଧାନ କହିଛନ୍ତି। ସୂଚନା ଅନୁଯାୟୀ, ଉପର ସାହିରେ ରହୁଥିବା କିତାବ କିଛି କୁକୁଡ଼ା ରଖିଛନ୍ତି। କିଛିଦିନ ତଳେ କିଛି ବୁଲାକୁକୁର ତାଙ୍କର ୨ କୁକୁଡ଼ାକୁ ମାରି ଦେଇଥିଲେ। ଏହାପରେ ସେ ରାଗି ଯାଇଥିଲେ। କୁକୁରକୁ ଘର ଆଖପାଖରେ ଦେଖିଲେ ସେ ଗୋଡ଼ାଇ ଦିଅନ୍ତି। ବୁଧବାର ଅପରାହ୍ନରେ ପୁଣି କୁକୁର ଦଳ କୁକୁଡ଼ାଙ୍କୁ ଗୋଡ଼ାଇ ଥିଲେ। ଏହା ଦେଖି କିତାବ ରାଗିଯିବା ସହ ପାଖରେ ରଖିଥିବା ଏୟାର ବନ୍ଧୁକରେ ୨କୁକୁରଙ୍କ ଉପରକୁ ଗୁଳି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri