Posted inଫୁରସତ

କୁକୁର ଜନ୍ମଦିନରେ ମହିଳା ଖର୍ଚ୍ଚ କଲେ ୧୧ ଲକ୍ଷ ଟଙ୍କା

ବେଜିଂ: ସାଧାରଣତଃ ଗୃହପାଳିତ ପ୍ରାଣୀଙ୍କ ମଧ୍ୟରେ ଲୋକଙ୍କର ଅଧିକ ସ୍ନେହ ଥାଏ କୁକୁର ପ୍ରତି । ଏବେ ଏମିତି ଏକ କୁକୁରର ଜନ୍ମଦିନରେ ୧୧ ଲକ୍ଷ ଟଙ୍କା ଖର୍ଚ୍ଚ ହେବା ଚର୍ଚ୍ଚାର ବିଷୟ ପାଲଟିଛି । ଚାଇନାର ଜଣେ ମହିଳା ତାଙ୍କ ପାଳିତ ଡଗି ଡୁଓ ଡୁଓର ଜନ୍ମଦିନରେ ୧୧ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି । ଯାହାର ଭିଡିଓ ଏବେ ଟିକ୍‌ଟକ୍‌ରେ ଭାଇରାଲ ହେବାରେ ଲାଗିଛି । ଡେଲି ଷ୍ଟାରର ଖବର ଅନୁଯାୟୀ, କୁକୁରର ଜନ୍ମଦିନରେ ମହିଳା ଜଣକ ୫୨୦ଟି ଡ୍ରୋନର ବ୍ୟବହାର କରିଥିଲେ । ଏଥିରେ ‘ଡୁଓ ଡୁଓ ଏ ଭେରି ହାପି ବାର୍ଥ ଡେ’ ଓ ‘ୱିଶ ଡୁଓ ଡୁଓ ଏ ହାପି ୧୦ମ ବାର୍ଥଡେ’ ଲେଖା ଯାଇଥିଲା । କୁକୁର ଜନ୍ମଦିନର ଏହି ଭିଡିଓ ଚାଇନିଜ ପ୍ଲାଟଫର୍ମ ଟିକ୍‌ଟକ୍‌ରେ ଅପଲୋଡ ହେବା ପରେ ଏବେ ଏହା ଖୁବ୍ ଭାଇରାଲ ହୋଇଛି । ୩୦ ମିନିଟ ଧରି ଚାଲିଥିବା ଡ୍ରୋନ୍ ଶୋ’ରେ କୁକୁରଙ୍କ ଶବ୍ଦ ଭଳି ହାପି ବାର୍ଥ ଡେ ସଙ୍ଗ ଗାନ କରାଯାଇଥିଲା । ଏହି ଭିଡିଓକୁ ଦେଖିବା ପରେ ସୋସିଆଲ ମିଡିଆ ୟୁଜର୍ସ ଭିନ୍ନ ଭିନ୍ନ ମତ ଦେଇଛନ୍ତି । କେହି କହିଛି ଏହା ଅର୍ଥର ଅପବ୍ୟବହାର, କିଏ କହିଛି ମୁଁ ଆଗାମୀ ଜନ୍ମରେ କୁୁକର ହୋଇ ଜନ୍ମ ହେବାକୁ ଚାହୁଁଛି । ଆଉ କିଏ ଲେଖିଛି ଏମିତି ଅର୍ଥ ନଷ୍ଟ କରିବା ଅପେକ୍ଷା ପ୍ରାଣୀଙ୍କ ଚ୍ୟାରିଟି ପାଇଁ ଖର୍ଚ୍ଚ କରିଥିଲେ ଭଲ ହୋଇଥାଆନ୍ତା । ଏମିତି ଆହୁରି ଅନେକ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?