Posted inଖେଳ

ଇତିହାସ ରଚିଲେ ଭାରତର ଗୋଲଡେନ ବୟ: ହାସଲ କଲେ ବଡ଼ କାରନାମା

ଦୋହା, ୧୭ା୫:ଭାରତର ତାରକା ଆଥଲେଟ୍‌ ନୀରଜ ଚୋପ୍ରା ଏଠାରେ ଅନୁଷ୍ଠିତ ଡାଇମଣ୍ଡ ଲିଗ୍‌ ମିଟିଂରେ ପ୍ରଥମ ଥର ୯୦ମିଟରରୁ ଊର୍ଦ୍ଧ୍ୱ ଜାଭେଲିନ୍‌ ଥ୍ରୋ କରି ଇତିହାସ ରଚିଛନ୍ତି। ଏହି ସଫଳତା ହାସଲ କରିବାରେ ସେ ଭାରତର ପ୍ରଥମ, ଏସିଆର ୩ୟ ଏବଂ ବିଶ୍ୱର ୨୫ତମ ଆଥଲେଟ ହେବାର ଗୌରବ ଅର୍ଜନ କରିଛନ୍ତି। ଚେକ୍‌ ରିପବ୍ଲିକର ଜାନ୍‌ ଜେଲେନ୍‌ଜୀଙ୍କଠାରୁ କୋଚିଂ ନେଉଥିବା ଏହି ୨୭ବର୍ଷୀୟ ଡବଲ ଅଲିମ୍ପିକ ପଦକ ବିଜେତା ତାଙ୍କ ତୃତୀୟ ପ୍ରଚେଷ୍ଟାରେ ୯୦.୨୩ ମିଟର ଜାଭେଲିନ୍‌ ଫିଙ୍ଗି ଜାତୀୟ ରେକର୍ଡ ସୃଷ୍ଟି କରିଛନ୍ତି। ୫ମ ରାଉଣ୍ଡ ସୁଦ୍ଧା ନୀରଜ ଅଗ୍ରଣୀ ରହିଥିଲେ। ତେବେ ଜର୍ମାନୀର ଜୁଲିଆନ ଓ୍ବେବର ୬ଷ୍ଠ ତଥା ଅନ୍ତିମ ପ୍ରଚେଷ୍ଟାରେ ୯୧. ୦୬ ମିଟର ଥ୍ରୋ କରି ପ୍ରଥମ ସ୍ଥାନ ଅଧିକାର କରି ନେଇଥିଲେ। ନୀରଜ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଗ୍ରେନେଡାର ଆଣ୍ଡରସନ ପିଟର୍ସ (୮୫.୬୪ମିଟର) ତୃତୀୟ ହୋଇଥିଲେ। କାତାର ସ୍ପୋଟର୍‌ସ କ୍ଲବଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ଓଡ଼ିଶାର କିଶୋର ଜେନାଙ୍କ ସମେତ ସମଗ୍ର ବିଶ୍ୱରୁ ୧୧ଜଣ ଟପ୍‌ ଜାଭେଲିନ୍‌ ଥ୍ରୋୟର ଭାଗ ନେଇଥିଲେ। କିଶୋର ୭୮.୬୦ ମିଟର ସହ ୮ମ ସ୍ଥାନରେ ରହି ଅଭିଯାନ ଶେଷ କରିଥିଲେ। ପୂର୍ବରୁ ୯୦ ମିଟର ଅତିକ୍ରମ କରିଥିବା ଦୁଇ ଏସୀୟ ଆଥ୍‌ଲେଟ ହେଲେ ପାକିସ୍ତାନର ଅର୍ଶାଦ ନଦିମ (୯୨.୯୭ ମିଟର) ଓ ଚାଇନିଜ ତାଇପେର ଚାଓ ସୁନ୍‌ ଚେଙ୍ଗ୍‌ (୯୧.୩୬ ମିଟର)।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁପତ୍ର ଶ୍ରମିକଙ୍କୁ ବୋନସ ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲା କେନ୍ଦୁପତ୍ର କର୍ମଚାରୀ ସଂଘ

ବରଗଡ,୧୪।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ସରକାରଙ୍କ କ୍ୟାବିନେଟ ମିଟିଂରେ ରାଜ୍ୟରେ କାର୍ଯ୍ୟରତ ୧୨ ଲକ୍ଷ କେନ୍ଦୁପତ୍ର ଶ୍ରମିକମାନଙ୍କ ପାଇଁ କେନ୍ଦୁପତ୍ର ଦର ବୃଦ୍ଧି ଓ ବୋନସ ପ୍ରଦାନ ପାଇଁ…

ବଡ଼ଗୁଡା ନିକଟରେ ମୁହାଁମୁହିଁ ଧକ୍କା ହେଲେ ଦୁଇ ବାଇକ, ମୃତ୍ୟୁ ସଂଖ୍ୟା….

ଗୁଣପୁର,୧୪।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଏବଂ ଗଜପତି ଜିଲe କାଶୀନଗର ରାସ୍ତାର ବଡଗୁଡ଼ା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ…

ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା…

ମହିଳା ଶ୍ରମିକଙ୍କ ମୁଣ୍ଡ ଉପରେ ଚଢିଗଲା ଟ୍ରକ୍‌: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଉରକେଲା,୧୪।୭(ସଙ୍ଗୀତା ଜେନା) ବେଦବ୍ୟାସ ଅଞ୍ଚଳରେ ମଙ୍ଗଳବାର ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଯାଇଛି। ସ’ମିଲ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଚଢ଼ିଯିବାରୁ ଜଣେ ମହିଳା ଶ୍ରମିକଙ୍କ…

ଟିମ ଇଣ୍ଡିଆରେ ଫାଟ! ପରସ୍ପର ସହିତ କଥା ହେଉନାହାଁନ୍ତି ଗୌତମ ଗମ୍ଭୀର-ବିରାଟ କୋହଲି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୪।୭: ଭାରତୀୟ କ୍ରିକେଟ ଦଳ ଆଜି ଇଂଲଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଆରମ୍ଭ କରିବାକୁ ଯାଉଛି। ତଥାପି, ଏହି ମ୍ୟାଚ ପୂର୍ବରୁ ଟିମ…

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri