ବିନା ଏନ୍‌ଓସିରେ ଚାଲିଛି ବ୍ୟବସାୟ

ବାରିପଦା ଅଫିସ,୨୯ା୯: ମୟୂରଭଞ୍ଜ ଜିଲା ବାରିପଦା ସହରରେ ବିପଦ ସଙ୍କୁଳ ଅଗ୍ନି ନିର୍ବାପକ ବ୍ୟବସ୍ଥାକୁ ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି। ଅଗ୍ନି ନିର୍ବାପକ ପ୍ରମାଣପତ୍ର(ଏନ୍‌ଓସି) ବିନା ଟାଉନ ପ୍ଳାନିଂରେ ଘର ନକ୍‌ସା ଅନୁମୋଦନ କରିବାର କୌଣସି ନିୟମ ନ ଥିବା ବେଳେ ବ୍ୟବସାୟିକ ପ୍ରତିଷ୍ଠାନ ଗୁଡ଼ିକ କିପରି ଚାଲୁଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନିକଟରେ ଷ୍ଟେଶନ ରୋଡ୍‌ ସ୍ଥିତ ବ୍ୟାଙ୍କ ଅଫ୍‌ ବରୋଦାରେ ଘଟିଥିବା ଅଗ୍ନିକାଣ୍ଡକୁ ନେଇ ସହରରେ ଚର୍ଚ୍ଚା ଜୋର ଧରିଛି। ବାରିପଦା ପୌରପରିଷଦ ପକ୍ଷରୁ ୬ ଜଣିଆ ଟିମ୍‌ ଉକ୍ତ ବ୍ୟାଙ୍କର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ତେବେ ଯାଞ୍ଚ ବେଳେ ବ୍ୟାଙ୍କ ସମେତ ଆଖପାଖ ଦୋକାନଗୁଡ଼ିକରେ ଅଗ୍ନି ନିର୍ବାପକ ବ୍ୟବସ୍ଥା କରା ନ ଯାଇ ନିୟମ ଉଲ୍ଲଂଘନ ହୋଇଥିବା ଯାଞ୍ଚକାରୀ ଟିମ୍‌ ପ୍ରକାଶ କରିଛନ୍ତି ।

ଜିଲାରେ ଥିବା ବାରିପଦା, ରାଇରଙ୍ଗପୁର ପୌର ପରିଷଦ ଏବଂ ଉଦଳା ଓ କରଞ୍ଜିଆ ବିଜ୍ଞାପିତ ଅଞ୍ଚଳ ପରିଷଦରେ ବହୁତଳ ବିଶିଷ୍ଟ ପ୍ରାସାଦ ନିର୍ମାଣ କରାଯାଇଛି। ସପିଂ ମଲ୍‌, ଘରୋଇ ଓ ସରକାରୀ ଶିକ୍ଷାନୁଷ୍ଠାନ, କ୍ଷୁଦ୍ର ଶିଳ୍ପାନୁଷ୍ଠାନ, ନର୍ସିଂହୋମ ଓ ବ୍ୟବସାୟିକ ପ୍ରତିଷ୍ଠାନମାନ ଗଢ଼ି ଉଠିବାରେ ଲାଗିଛି। ଜିଲାରେ ୫ହଜାରରୁ ଊର୍ଦ୍ଧ୍ୱ ବହୁତଳ ବିଶିଷ୍ଟ ପ୍ରାସାଦଗୁଡ଼ିକରେ ବ୍ୟବସାୟ ଚାଲୁ ରହିଥିବା ବେଳେ ମାତ୍ର ୧୮୫ଟି ଅନୁଷ୍ଠାନ ଅଗ୍ନି ନିର୍ବାପକ ବ୍ୟବସ୍ଥା କରି ଏନ୍‌ଓସି ପ୍ରାପ୍ତ କରିଛନ୍ତି। ସେଥି ମଧ୍ୟରୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଥିବା ୬୦ଟି ଶିକ୍ଷାନୁଷ୍ଠାନର ଅଗ୍ନି ନିର୍ବାପକ ଏନ୍‌ଓସି ରହିଛି। ଅବଶିଷ୍ଟ କୋଠାଗୁଡ଼ିକରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଗ୍ରହଣ କରାଯାଇ ନାହିଁ। ଫଳରେ ସରକାରୀ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରି ବ୍ୟବସାୟୀମାନେ ଲୋକଙ୍କ ଜୀବନ ସହ ଖେଳ ଖେଳୁଛନ୍ତି। ବାରିପଦା ବ୍ୟାଙ୍କ ଅଗ୍ନିକାଣ୍ଡ ଘଟଣାକୁ ନେଇ ବୁଧବାର ପୌର ପରିଷଦ ପକ୍ଷରୁ ଏମ୍‌ଇ ସଚ୍ଚିଦାନନ୍ଦ ଶତପଥୀଙ୍କ ନେତୃତ୍ୱରେ ଏକ ଟିମ ବିଲ୍ଡିଂ ପରିଦର୍ଶନ କରି ଆନୁସଙ୍ଗିକ କାଗଜପତ୍ର ଯାଞ୍ଚ କରବା ସହିତ ବିଲ୍ଡିଂ ପରିସରକୁ ମାପଚୁପ କରିଛନ୍ତି। ସେଠାରେ ଆବଶ୍ୟକୀୟ ଅଗ୍ନି ନିର୍ବାପନର ଆନୁସଙ୍ଗିକ ବ୍ୟବସ୍ଥା ନ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ତେବେ ଏହାର ତଦନ୍ତ କରି ସମ୍ପୂର୍ଣ୍ଣ ରିପୋର୍ଟ ପ୍ରସ୍ତୁତ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି। ବାରିପଦା ସହରରେ ଥିବା ବହୁତଳ ସପିଂ ମଲ୍‌ଗୁଡ଼ିକ ଅବ୍ୟବସ୍ଥା ମଧ୍ୟରେ ଚାଲିଥିବା ବେଳେ ଅଗ୍ନି ନିର୍ବାପକ ପ୍ରମାଣପତ୍ର(ଏନଓସି) ନ ଥିବା ଜଣାପଡ଼ିଛି ା

ସହର ମଧ୍ୟରେ ଥିବା ସପିଂ ମଲ କିମ୍ବା କମ୍ପ୍ଲେକ୍ସଗୁଡ଼ିକ ସରକାରୀ ଜାଗା ମାଡିବସି ବ୍ୟବସାୟ ଚଳାଉଥିବାରୁ ପ୍ରତିଦିନ ଛୋଟବଡ଼ ଦୁର୍ଘଟଣା ମାନ ଘଟିବାରେ ଲାଗିଛି ା ପାକିଂ ବ୍ୟବସ୍ଥା ନକରି ମ୍ୟୁନସିପାଲିଟି ଜାଗାକୁ ଅକ୍ତିଆର କରିଥିବା ବ୍ୟବସାୟିକ ଅନୁଷ୍ଠାନ ଗୁଡିକର ଯାଂଚ କରିବା ସହ ଏନଓସି ଓ ଫାୟାର କ୍ଳିୟରେନ୍ସ ତଦାରଖ କରିବାକୁ ସାଧାରଣରେ ଦାବି ହେଉଛି । ଏ ସଂକ୍ରାନ୍ତରେ ବାରିପଦା ଅଗ୍ନିଶମ ଅଧିକାରୀ ଭବେନ୍ଦ୍ର ନାଥ ଦେଙ୍କୁ ପଚାରିବାରୁ ଆଗକୁ ସହରର ସପିଂ ମଲ, ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନଗୁଡିକର ଅଗ୍ନି ନିର୍ବାପକ ବ୍ୟବସ୍ଥା ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରାଯିବ । ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହିତ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରାଯିବ । ତେବେ ଲୋକଙ୍କୁ ସୁରକ୍ଷା ଯୋଗାଇବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ଜନଆନ୍ଦୋଳନ ତୀବ୍ର ରୂପ ଧାରଣ କରିବ ବୋଲି ବିଭିନ୍ନ ସଙ୍ଗଠନ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?