ପର୍ଯ୍ୟଟନସ୍ଥଳୀ ଡୋକାରିଚଞ୍ଚରାର ଉନ୍ନୟନ କାର୍ଯ୍ୟ ବୁଲି ଦେଖିଲେ ଅଧିକାରୀ

କୋକସରା,୧୬ା୩(ଡି.ଏନ୍‌.ଏ.): କୋକସରା ବ୍ଲକ ଦକ୍ଷିଣ ବନଖଣ୍ଡ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଅବସ୍ଥିତ କଳାହାଣ୍ଡି ଜିଲାର ଅନ୍ୟତମ ପର୍ଯ୍ୟଟନସ୍ଥଳୀ ଗୁଡ଼ାହାଣ୍ଡି ଡୋକାରିଚଞ୍ଚରାରେ ବନ ବିଭାଗ ଅଧୀନରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ପରିଦର୍ଶନ ଓ ସମୀକ୍ଷା କରିଛନ୍ତି ଦକ୍ଷିଣ ବନଖଣ୍ଡ ଜିଲା ଅଧିକାରୀ ଦୟାନନ୍ଦ ଗଜାନନ ଲାଦେ। ତାଙ୍କ ସହ ଏସିଏଫ୍‌ ଦକ୍ଷିଣ ବନଖଣ୍ଡ ଅନିଲ କୁମାର ରାୟ, ଧର୍ମଗଡ଼ ବନପାଳ ଭବାନୀ ଶଙ୍କର କୁବର, ବେହେରା ଫରେଷ୍ଟର ଫାଲ୍ଗୁନୀ ମେହେର ଉପସ୍ଥିତ ରହିଥିଲେ। ଗୁଡ଼ାହାଣ୍ଡି ଡୋକାରିଚଞ୍ଚରା ଉନ୍ନୟନ କମିଟି ସଭାପତି ଭଦ୍ରେଶ୍ୱର ପାତ୍ର, କାର୍ଯ୍ୟକାରୀ ସଭାପତି ଜିତେନ୍ଦ୍ର ପ୍ରଧାନୀ, ଉପ ସଭାପତି ଅଇରୀ ନାସନ ଚିନ୍ଦା, ସୁଧୀର କୁମାର ପାତ୍ର, ସମ୍ପାଦକ ମଧୁବନ ପାତ୍ର, ଯତୀନ ମାଝି ପ୍ରମୁଖ ଉପସ୍ଥିତ ରହି ଜଙ୍ଗଲ ବିଭାଗର ଅଧିକାରୀଙ୍କୁ ପର୍ଯ୍ୟଟନସ୍ଥଳୀର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବା ସହ ଜଙ୍ଗଲ ସୁରକ୍ଷା, ଜଙ୍ଗଲ ବିଭାଗ ଦ୍ୱାରା ହେଉଥିବା ନିର୍ମାଣାଧୀନ କାର୍ଯ୍ୟରେ ଉନ୍ନୟନ ସମିତି ସହ ସମନ୍ବୟ ରଖିବା ପାଇଁ ଆଲୋଚନା ହୋଇଥିଲା। ଆଗାମୀ ଦିନରେ ପର୍ଯ୍ୟଟନସ୍ଥଳୀର ଉନ୍ନତି ଉପରେ ଜଙ୍ଗଲ ବିଭାଗ ପକ୍ଷରୁ ଯଥାସମ୍ଭବ ଉନ୍ନୟନ କାର୍ଯ୍ୟ କରାଯିବ ବୋଲି ଡିଏଫ୍‌ଓ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri