ଡୋକରୀଚଞ୍ଚରା, ବୁଢ଼ାରଜା ମନ୍ଦିର ସ୍ଥିତି ଅନୁଧ୍ୟାନ

କୋକସରା,୧୮।୪(ଡି.ଏନ.ଏ)-ସୋମବାର କଳାହାଣ୍ଡି ଜିଲାର ପ୍ରଶାସନିକ ଅଧିକାରୀଙ୍କ ମିଳିତ ଟିମ୍‌ କୋକସରା ବ୍ଲକର ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରା ଓ ଆମପାଣି ବୁଢ଼ାରଜା ମନ୍ଦିର ପରିଦର୍ଶନ କରିଛନ୍ତି। କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପାୱାର ସଚିନ ପ୍ରକାଶ, ଦକ୍ଷିଣ ବନଖଣ୍ଡ ଡିଏଫ୍‌ଓ ଦୟାନନ୍ଦ ଗଜାନନ ଲାଡେ, ଉପଜିଲାପାଳ ଧର୍ମଗଡ଼ ବେଦ ଭୂଷଣ, ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କୁଅର, କୋକସରା ବିଡ଼ିଓ ଉତ୍ତମ କୁମାର ବାଗ, ତହସିଲଦାର ଦେବବ୍ରତ କରାଟି, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ଓ ଅନ୍ୟ ଅଧିକାରୀ ଅପରାହ୍ନ ୩ଟାରେ ଗୁଡହାଣ୍ଡି ଡୋକରିଚଞ୍ଚରାରେ ପହଞ୍ଚିଥିଲେ। ବନବିଭାଗ ଦ୍ୱାରା ପର୍ଯ୍ୟଟନସ୍ଥଳରେ ଉନ୍ନୟନ କାର୍ଯ୍ୟ ଦେଖିବା ସହ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା ଉନ୍ନୟନ ସମିତିର ସଭାପତି ଭଦ୍ରେଶ୍ୱର ପାତ୍ର, ଉପ ସଭାପତି ଘନଶ୍ୟାମ ନାଏକ, ସମ୍ପାଦକ ନିଲାମ୍ବର ନାଏକ, ସଦସ୍ୟ ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ, ରାଜେନ୍ଦ୍ର ନାଏକ, ଭୂବନାନନ୍ଦ ନାଏକ, ଯତୀନ୍ଦ୍ର ମାଝୀ, ଗିରିଧାରୀ ଧଙ୍ଗଡାମାଝୀ, ସହଦେବ ଦିଶାରୀଙ୍କ ସହ ପର୍ଯ୍ୟଟନସ୍ଥଳର ଭିତ୍ତିଭୂମିର ବିକାଶ ଉପରେ ସମୀକ୍ଷା କରିବା ପରେ ଜିଲାର ଶେଷ ସୀମାରେ ଥିବା ଆମପାଣି ବୁଢ଼ାରଜା ମନ୍ଦିର ମଧ୍ୟ ପରିଦର୍ଶନ କରିଛନ୍ତି। ପ୍ରଶାସନିକ ଅଧିକାରୀଙ୍କ ଗସ୍ତ ସମ୍ଭବତଃ ଦୁଇଟି ସ୍ଥାନର ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ କରିବା ଉପରେ କେନ୍ଦ୍ରିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ଅଧିନାୟକ ପଦରୁ ଗିଲ୍‌ ହେବେ ବିଦା! ତାଙ୍କ ସ୍ଥାନରେ ଏହି ଖେଳାଳିଙ୍କୁ ମିଳିବ ଅଧିନାୟକତ୍ୱ, ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୧୨: କ୍ରିକେଟର ଶୁବମନ ଗିଲ୍‌ଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ତାଙ୍କୁ ପ୍ରଥମେ ଟେଷ୍ଟ ଦଳର ଅଧିନାୟକ ଏବଂ ପରେ ଚଳିତ ବର୍ଷ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

୩ ଲକ୍ଷ ପାର୍‌ କରିବ ସୁନା ଦାମ୍‌! ଆମେରିକୀୟ ଅର୍ଥନୀତିଜ୍ଞଙ୍କ ବଡ଼ ଆକଳନ

ନୂଆଦିଲ୍ଲୀ,୨୨।୧୨: ଆମେରିକୀୟ ଅର୍ଥନୀତିଜ୍ଞ ଏବଂ ପ୍ରସିଦ୍ଧ ବଜାର ରଣନୀତିଜ୍ଞ ଏଡ ୟାରଡେନି ବିଶ୍ୱାସ କରନ୍ତି ଯେ ଏହି ଦଶନ୍ଧିର ଶେଷ ସୁଦ୍ଧା ସୁନାରେ ଏକ ଗୁରୁତ୍ୱପୂର୍ଣ୍ଣ...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri