ଡୋକରୀଚଞ୍ଚରା, ବୁଢ଼ାରଜା ମନ୍ଦିର ସ୍ଥିତି ଅନୁଧ୍ୟାନ

କୋକସରା,୧୮।୪(ଡି.ଏନ.ଏ)-ସୋମବାର କଳାହାଣ୍ଡି ଜିଲାର ପ୍ରଶାସନିକ ଅଧିକାରୀଙ୍କ ମିଳିତ ଟିମ୍‌ କୋକସରା ବ୍ଲକର ପର୍ଯ୍ୟଟନ ସ୍ଥଳୀ ଗୁଡହାଣ୍ଡି ଡୋକରିଚଞ୍ଚରା ଓ ଆମପାଣି ବୁଢ଼ାରଜା ମନ୍ଦିର ପରିଦର୍ଶନ କରିଛନ୍ତି। କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡି, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପାୱାର ସଚିନ ପ୍ରକାଶ, ଦକ୍ଷିଣ ବନଖଣ୍ଡ ଡିଏଫ୍‌ଓ ଦୟାନନ୍ଦ ଗଜାନନ ଲାଡେ, ଉପଜିଲାପାଳ ଧର୍ମଗଡ଼ ବେଦ ଭୂଷଣ, ଧର୍ମଗଡ଼ ରେଞ୍ଜର ଭବାନୀ ଶଙ୍କର କୁଅର, କୋକସରା ବିଡ଼ିଓ ଉତ୍ତମ କୁମାର ବାଗ, ତହସିଲଦାର ଦେବବ୍ରତ କରାଟି, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ଓ ଅନ୍ୟ ଅଧିକାରୀ ଅପରାହ୍ନ ୩ଟାରେ ଗୁଡହାଣ୍ଡି ଡୋକରିଚଞ୍ଚରାରେ ପହଞ୍ଚିଥିଲେ। ବନବିଭାଗ ଦ୍ୱାରା ପର୍ଯ୍ୟଟନସ୍ଥଳରେ ଉନ୍ନୟନ କାର୍ଯ୍ୟ ଦେଖିବା ସହ ଗୁଡ଼ହାଣ୍ଡି ଡୋକରୀଚଞ୍ଚରା ଉନ୍ନୟନ ସମିତିର ସଭାପତି ଭଦ୍ରେଶ୍ୱର ପାତ୍ର, ଉପ ସଭାପତି ଘନଶ୍ୟାମ ନାଏକ, ସମ୍ପାଦକ ନିଲାମ୍ବର ନାଏକ, ସଦସ୍ୟ ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ, ରାଜେନ୍ଦ୍ର ନାଏକ, ଭୂବନାନନ୍ଦ ନାଏକ, ଯତୀନ୍ଦ୍ର ମାଝୀ, ଗିରିଧାରୀ ଧଙ୍ଗଡାମାଝୀ, ସହଦେବ ଦିଶାରୀଙ୍କ ସହ ପର୍ଯ୍ୟଟନସ୍ଥଳର ଭିତ୍ତିଭୂମିର ବିକାଶ ଉପରେ ସମୀକ୍ଷା କରିବା ପରେ ଜିଲାର ଶେଷ ସୀମାରେ ଥିବା ଆମପାଣି ବୁଢ଼ାରଜା ମନ୍ଦିର ମଧ୍ୟ ପରିଦର୍ଶନ କରିଛନ୍ତି। ପ୍ରଶାସନିକ ଅଧିକାରୀଙ୍କ ଗସ୍ତ ସମ୍ଭବତଃ ଦୁଇଟି ସ୍ଥାନର ଉନ୍ନୟନ କାର୍ଯ୍ୟ ତ୍ୱରାନ୍ବିତ କରିବା ଉପରେ କେନ୍ଦ୍ରିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri