ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ଆରମ୍ଭ, ଯାତ୍ରା ପୀଠ ଲୋକାରଣ୍ୟ

ଦିଗପହଣ୍ଡି,୧୩ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ ମଧ୍ୟରୁ ତତ୍କାଳୀନ ବଡଖେମୁଣ୍ଡି ଗଡ଼ ତଥା ଦିଗପହଣ୍ଡି ବ୍ଲକ ବଡଡିମ୍ବୁଳା ଗ୍ରାମରେ କେଉଁ ଆବହମାନ କାଳରୁ ପୂଜା ପାଇ ଆସୁଥିବା ମା’ ସିଦ୍ଧ ବାଙ୍କେଶ୍ବରୀଙ୍କ ଦୋଳଯାତ୍ରା ଗୁରୁବାର ରାତିରୁ ଆରମ୍ଭ ହୋଇଛି। ମା’ଙ୍କ ଯାତ୍ରା ପାଇଁ ପଡୋଶୀ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ତେଲଙ୍ଗାନା, ମଧ୍ୟପ୍ରଦେଶ, ଛତିଶଗଡ଼ ସମେତ ରାଜ୍ୟର ଦୂରଦୂରାନ୍ତରୁ ଶତାଧିକ ମାନସିକଧାରୀ ଶ୍ରଦ୍ଧାଳୁ ଆସି ପହଞ୍ଚିଛନ୍ତି। ମଧ୍ୟରାତ୍ରରେ ମା’ଙ୍କ ପୀଠ ସଂଲଗ୍ନ ବାଉଁଶ ବଣରେ ରାଜଗ୍ନି (ଅହ୍ୟା ପୋଡି) ବିଧି ବିଧାନ ହେବ। ପରେ ମାନସିକଧାରୀମାନେ ପୀଠରେ ପୂଜାର୍ଚ୍ଚନା କରି ମୁଣ୍ଡନ ହେବେ। ୩ ଦିନିଆ ଏହି ଯାତ୍ରା ଶନିବାର ରାତିରେ ଉଦ୍‌ଯାପିତ ହେବାର କାର୍ଯ୍ୟକ୍ରମ ରହିଛି।

ଚଳିତବର୍ଷ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ସୁରକ୍ଷା ବ୍ୟବସ୍ଥା ଓ ଭିଡ଼ ନିୟନ୍ତ୍ରଣ ସକାଶେ ଜଣେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ନେତୃତ୍ୱରେ ଜଣେ ଏସ୍‌ଡିପିଓ, ୪ ଆଇଆଇସି, ୨୦ ସବ୍‌ଇନ୍ସପେକ୍ଟର, ୨୫ ଏଏସ୍‌ଆଇ, ୪୦ ହୋମଗାର୍ଡଙ୍କ ସମେତ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଜଣାଇଛନ୍ତି।

ଏଥିସହ ଯାତ୍ରା କମିଟି ପକ୍ଷରୁ ସ୍ଥାନୀୟ ସ୍ବେଚ୍ଛାସେବୀ ଓ ସ୍କୁଲ କଲେଜର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀଙ୍କ ସମେତ ସ୍କାଉଟ ଗାଇଡ୍‌ ଛାତ୍ରୀଛାତ୍ରଙ୍କୁ ନିୟୋଜିତ କରାଯାଇଛି । ଯାତ୍ରା ପରିଚାଳନା କମିଟି ସଭାପତି ବିପିନ ଚନ୍ଦ୍ର ପ୍ରଧାନ , ଉପସଭାପତି କେ. ସଞ୍ଜୀବ ରେଡ୍ଡୀ, ସମ୍ପାଦକ ଉପେନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ଭୀମସେନ ପ୍ରଧାନ, ସହ କୋଷାଧ୍ୟକ୍ଷ ସୁଦାମ ପ୍ରଧାନ, କାର୍ଯ୍ୟକର୍ତ୍ତା ଶେଷକାନ୍ତ ଜାନୀ, ରମେଶ ଚନ୍ଦ୍ର ପାଢ଼ୀଙ୍କ ସମେତ କମିଟି ସଦସ୍ୟ ବୃନ୍ଦ ଓ ଆଖପାଖ ଗ୍ରାମର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri