ସିଦ୍ଧ ବାଙ୍କେଶ୍ବରୀଙ୍କ ଡିମ୍ବୁଳା ଯାତ୍ରା ଆରମ୍ଭ, ଯାତ୍ରା ପୀଠ ଲୋକାରଣ୍ୟ

ଦିଗପହଣ୍ଡି,୧୩ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ଶକ୍ତିପୀଠ ମଧ୍ୟରୁ ତତ୍କାଳୀନ ବଡଖେମୁଣ୍ଡି ଗଡ଼ ତଥା ଦିଗପହଣ୍ଡି ବ୍ଲକ ବଡଡିମ୍ବୁଳା ଗ୍ରାମରେ କେଉଁ ଆବହମାନ କାଳରୁ ପୂଜା ପାଇ ଆସୁଥିବା ମା’ ସିଦ୍ଧ ବାଙ୍କେଶ୍ବରୀଙ୍କ ଦୋଳଯାତ୍ରା ଗୁରୁବାର ରାତିରୁ ଆରମ୍ଭ ହୋଇଛି। ମା’ଙ୍କ ଯାତ୍ରା ପାଇଁ ପଡୋଶୀ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ତେଲଙ୍ଗାନା, ମଧ୍ୟପ୍ରଦେଶ, ଛତିଶଗଡ଼ ସମେତ ରାଜ୍ୟର ଦୂରଦୂରାନ୍ତରୁ ଶତାଧିକ ମାନସିକଧାରୀ ଶ୍ରଦ୍ଧାଳୁ ଆସି ପହଞ୍ଚିଛନ୍ତି। ମଧ୍ୟରାତ୍ରରେ ମା’ଙ୍କ ପୀଠ ସଂଲଗ୍ନ ବାଉଁଶ ବଣରେ ରାଜଗ୍ନି (ଅହ୍ୟା ପୋଡି) ବିଧି ବିଧାନ ହେବ। ପରେ ମାନସିକଧାରୀମାନେ ପୀଠରେ ପୂଜାର୍ଚ୍ଚନା କରି ମୁଣ୍ଡନ ହେବେ। ୩ ଦିନିଆ ଏହି ଯାତ୍ରା ଶନିବାର ରାତିରେ ଉଦ୍‌ଯାପିତ ହେବାର କାର୍ଯ୍ୟକ୍ରମ ରହିଛି।

ଚଳିତବର୍ଷ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ସୁରକ୍ଷା ବ୍ୟବସ୍ଥା ଓ ଭିଡ଼ ନିୟନ୍ତ୍ରଣ ସକାଶେ ଜଣେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ନେତୃତ୍ୱରେ ଜଣେ ଏସ୍‌ଡିପିଓ, ୪ ଆଇଆଇସି, ୨୦ ସବ୍‌ଇନ୍ସପେକ୍ଟର, ୨୫ ଏଏସ୍‌ଆଇ, ୪୦ ହୋମଗାର୍ଡଙ୍କ ସମେତ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ଜଣାଇଛନ୍ତି।

ଏଥିସହ ଯାତ୍ରା କମିଟି ପକ୍ଷରୁ ସ୍ଥାନୀୟ ସ୍ବେଚ୍ଛାସେବୀ ଓ ସ୍କୁଲ କଲେଜର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀଙ୍କ ସମେତ ସ୍କାଉଟ ଗାଇଡ୍‌ ଛାତ୍ରୀଛାତ୍ରଙ୍କୁ ନିୟୋଜିତ କରାଯାଇଛି । ଯାତ୍ରା ପରିଚାଳନା କମିଟି ସଭାପତି ବିପିନ ଚନ୍ଦ୍ର ପ୍ରଧାନ , ଉପସଭାପତି କେ. ସଞ୍ଜୀବ ରେଡ୍ଡୀ, ସମ୍ପାଦକ ଉପେନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ଭୀମସେନ ପ୍ରଧାନ, ସହ କୋଷାଧ୍ୟକ୍ଷ ସୁଦାମ ପ୍ରଧାନ, କାର୍ଯ୍ୟକର୍ତ୍ତା ଶେଷକାନ୍ତ ଜାନୀ, ରମେଶ ଚନ୍ଦ୍ର ପାଢ଼ୀଙ୍କ ସମେତ କମିଟି ସଦସ୍ୟ ବୃନ୍ଦ ଓ ଆଖପାଖ ଗ୍ରାମର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ତଦାରଖ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

ଡିଜେଲ ଅଭାବରୁ ଚାଲିଲାନି ଜେନେରେଟର: ମରିଗଲେ ଫାର୍ମର ସମସ୍ତ କୁକୁଡ଼ା

ମାଲକାନଗିରି,୧୭।୫(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲାରେ ଡିଜେଲ ଅଭାବ ଏବେ ଗୁରୁତର ସମସ୍ୟା ହୋଇଛି। ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ ହେବା ପରେ ଜେନେରେଟର ଚାଲି ନ ଥିବାରୁ ଏକ…

ପୂର୍ବ ଶତ୍ରୁତାରୁ ଆକ୍ରମଣ ପ୍ରତି ଆକ୍ରମଣ ଘଟଣା, ଜେଲ୍ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମରେ ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶୁକ୍ରବାର ରାତିରେ…

ଚାଷଜମିରେ କାମ କରୁଥିବା ବେଳେ ଟଳିପଡିଲେ, ଅଂଶୁଘାତରେ ଚାଲିଗଲା ଜୀବନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ହନୁମାନ ମନ୍ଦିର ସାହିର ରଘୁନାଥ ଗୌଡ଼(୪୨) ରବିବାର ମଧ୍ୟାହ୍ନରେ ଅଂଶୁଘାତରେ…

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ବନମାଳିପୁଟ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri