Posted inଜାତୀୟ

ଡାକ୍ତରଙ୍କୁ ହଜାରେ କୋଟିର ମାଗଣା ଉପହାର ଦେଇଛି ଡୋଲୋ କମ୍ପାନୀ

ନୂଆଦିଲ୍ଲୀ,୧୯।୮(ପି.ଟି.):ଜ୍ୱର ଓ ଯନ୍ତ୍ରଣା ଉପଶମ କରୁଥିବା ୬୫୦ ମିଲିଗ୍ରାମ ଡୋଲୋ ଟାବ୍‌ଲେଟ ଲେଖିବା ନିମନ୍ତେ ସମ୍ପୃକ୍ତ କମ୍ପାନୀ ଡାକ୍ତରମାନଙ୍କୁ ୧,୦୦୦ କୋଟି ଟଙ୍କାର ମାଗଣା ଉପହାର ଦେଇଛି। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି)ର ଅଭିଯୋଗ କ୍ରମେ ଏକ ଏନ୍‌ଜିଓ ଏହି ପ୍ରସଙ୍ଗ ଉଠାଇବା ପରେ ସୁପ୍ରିମକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହା ଅତ୍ୟନ୍ତ ଗୁରୁତର ପ୍ରସଙ୍ଗ ବୋଲି ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଏ.ଏସ୍‌. ବୋପନ୍ନାଙ୍କ ଖଣ୍ଡପୀଠ କହିଛନ୍ତି। ଆବେଦନକାରୀ ‘ଫେଡେରେଶନ ଅଫ୍‌ ମେଡିକାଲ ଆଣ୍ଡ ସେଲ୍ସ ରିପ୍ରେଜେଣ୍ଟେଟିଭ୍ସ ଆସୋସିଏଶନ ଅଫ୍‌ ଇଣ୍ଡିଆ’ ପକ୍ଷରୁ ବରିଷ୍ଠ ଆଇନଜୀବୀ ସଞ୍ଜୟ ପାରିଖ ଖଣ୍ଡପୀଠଙ୍କୁ ଜଣାଇଥିଲେ ଯେ ୫୦୦ ମିଲିଗ୍ରାମ ପର୍ଯ୍ୟନ୍ତ ଟାବ୍‌ଲେଟଗୁଡ଼ିକର ବଜାର ମୂଲ୍ୟ ସରକାର ନିୟନ୍ତ୍ରଣ କରୁଥିବାବେଳେ ଏହାଠାରୁ ଅଧିକ ମିଲିଗ୍ରାମର ଔଷଧ ମୂଲ୍ୟ ଫାର୍ମା କମ୍ପାନୀ ନିର୍ଦ୍ଧାରଣ କରିଥାନ୍ତି। ଅଧିକ ଲାଭ ପାଇଁ ଡୋଲୋ ଟାବ୍‌ଲେଟ ଉତ୍ପାଦନକାରୀ କମ୍ପାନୀ ମାଇକ୍ରୋ ଲାବ୍ସ ଲିଃ ଡାକ୍ତରମାନଙ୍କୁ ମାଗଣା ଉପହାର ଦେଇ ୬୫୦ ମିଲିଗ୍ରାମ୍‌ ଟାବ୍‌ଲେଟ ଲେଖିବା ପାଇଁ ପ୍ରବର୍ତ୍ତାଉଥିଲା। ଏହା ଉପରେ କେନ୍ଦ୍ର ସରକାରଙ୍କ ଜବାବ ରଖିବାକୁ ଖଣ୍ଡପୀଠ ଅତିରିକ୍ତ ସଲିସିଟର ଜେନେରାଲ କେ.ଏମ୍‌. ନଟରାଜଙ୍କୁ ନିର୍ଦ୍ଦେଶ ଦେବା ସହ ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୨୯କୁ ଧାର୍ଯ୍ୟ କରିଛନ୍ତି। ମାଇକ୍ରୋ ଲାବ୍ସ ଲିଃର ୯ ରାଜ୍ୟର ୩୬ଟି ସ୍ଥାନରେ ଥିବା କାର୍ଯ୍ୟାଳୟ ଓ କାରଖାନା ଉପରେ ଆୟକର ଚଢ଼ାଉ ବେଳେ ଅନୈତିକ କାର୍ଯ୍ୟ ଧରାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri