୧୭ରେ ୯ ଗ୍ରୁପ୍‌ କରିବେ ଡଲ୍‌ଫିନ୍‌ ଗଣନା

ରାଜନଗର, ୧୫।୧(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଅଞ୍ଚଳରେ ଡଲ୍‌ଫିନ୍‌ ଗଣନା କରାଯିବ। ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ସମୁଦ୍ର ଓ ଭିତରକନିକା ମଧ୍ୟରେ ଥିବା କ୍ରିକ୍‌ ଓ ନଦୀରେ ଆସନ୍ତା ୧୭ ତାରିଖରେ ଗଣନା କରାଯିବ ବୋଲି ରାଜନଗର ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ କେବଳ ଚିଲିକାରେ ଡଲ୍‌ଫିନ୍‌ ଗଣନା କରାଯାଉଥିଲା। ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗର ନିଷ୍ପତ୍ତିକ୍ରମେ ୫ ବର୍ଷ ହେଲା ଭିତରକନିକା ଅଞ୍ଚଳରେ ଡଲ୍‌ଫିନ୍‌ ଗଣନା କରାଯାଉଛି। ଭିତରକନିକା ଅଞ୍ଚଳରେ ଡଲ୍‌ଫିନ୍‌ ଗଣନା ପାଇଁ ୯ଟି ଟିମ୍‌ ଗଠନ କରାଯାଇଛି। ଆଉଟର ହୁଇଲର୍‌ରୁ ଚିଞ୍ଚତ୍ରି ମାଉଥ୍‌, ବରୁଣେଇରୁ ପାରାଦୀପ, ହଂସିଣା ବ୍ରିଜ୍‌ରୁ ମାଇପୁରା ମାଉଥ୍‌, ରାଜନଗର ହଂସୁଆ ନଦୀରୁ ଖୋଳା, ଖୋଳାରୁ ଧାମରା ମାଉଥ ଭାୟା ନଳିତାପାଟିଆ, କାଳିଭଞ୍ଜଡିଆଁ, ଜମ୍ବୁ ଖରନାସିରୁ ହୁକିଟୋଲା, ପାରାଦୀପରୁ ଜଟାଧାର ମୁହାଣ ଓ ଦେବୀମୁହାଣରୁ ଜଟାଧାର ମୁହାଣ ଯାଏ ୯ଟି ଗ୍ରୁପରେ ବିଭକ୍ତ ହୋଇ ଡଲ୍‌ଫିନ୍‌ ଗଣନା କରାଯିବ। ଡଲଫିନ୍‌ ବିଶାରଦ ଡଃ. ମୁନ୍‌ତାଜ ଖଁାଙ୍କ ନେତୃତ୍ୱରେ ଏହି ଗଣନା କରାଯିବ। ପ୍ରତିଗ୍ରୁପରେ ୩ ରୁ ୫ ଜଣ ଲେଖାଏ ଗଣନାକାରୀ ରହିବେ। ସମୁଦ୍ର ମଧ୍ୟରେ ୫ଟି ଟିମ୍‌ ଓ ନଦୀ, କ୍ରିକ୍‌ରେ ୪ଟି ଟିମ୍‌ ଡଲ୍‌ଫିନ୍‌ମାନଙ୍କର ଗଣନା କରିବେ। ୧୬ ତାରିଖରେ ଡଲ୍‌ଫିନ୍‌ ଗଣନା ସମ୍ପର୍କରେ ତାଲିମ ଦିଆଯିବ। ୧୭ତାରିଖରୁ ଗୋଟିଏ ଦିନ ୯ଟି ଗ୍ରୁପ ଏହି ଗଣନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri