୧୭ରେ ୯ ଗ୍ରୁପ୍‌ କରିବେ ଡଲ୍‌ଫିନ୍‌ ଗଣନା

ରାଜନଗର, ୧୫।୧(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଅଞ୍ଚଳରେ ଡଲ୍‌ଫିନ୍‌ ଗଣନା କରାଯିବ। ଧାମରା ମୁହାଣଠାରୁ ଦେବୀ ମୁହାଣ ଯାଏ ସମୁଦ୍ର ଓ ଭିତରକନିକା ମଧ୍ୟରେ ଥିବା କ୍ରିକ୍‌ ଓ ନଦୀରେ ଆସନ୍ତା ୧୭ ତାରିଖରେ ଗଣନା କରାଯିବ ବୋଲି ରାଜନଗର ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ କେବଳ ଚିଲିକାରେ ଡଲ୍‌ଫିନ୍‌ ଗଣନା କରାଯାଉଥିଲା। ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗର ନିଷ୍ପତ୍ତିକ୍ରମେ ୫ ବର୍ଷ ହେଲା ଭିତରକନିକା ଅଞ୍ଚଳରେ ଡଲ୍‌ଫିନ୍‌ ଗଣନା କରାଯାଉଛି। ଭିତରକନିକା ଅଞ୍ଚଳରେ ଡଲ୍‌ଫିନ୍‌ ଗଣନା ପାଇଁ ୯ଟି ଟିମ୍‌ ଗଠନ କରାଯାଇଛି। ଆଉଟର ହୁଇଲର୍‌ରୁ ଚିଞ୍ଚତ୍ରି ମାଉଥ୍‌, ବରୁଣେଇରୁ ପାରାଦୀପ, ହଂସିଣା ବ୍ରିଜ୍‌ରୁ ମାଇପୁରା ମାଉଥ୍‌, ରାଜନଗର ହଂସୁଆ ନଦୀରୁ ଖୋଳା, ଖୋଳାରୁ ଧାମରା ମାଉଥ ଭାୟା ନଳିତାପାଟିଆ, କାଳିଭଞ୍ଜଡିଆଁ, ଜମ୍ବୁ ଖରନାସିରୁ ହୁକିଟୋଲା, ପାରାଦୀପରୁ ଜଟାଧାର ମୁହାଣ ଓ ଦେବୀମୁହାଣରୁ ଜଟାଧାର ମୁହାଣ ଯାଏ ୯ଟି ଗ୍ରୁପରେ ବିଭକ୍ତ ହୋଇ ଡଲ୍‌ଫିନ୍‌ ଗଣନା କରାଯିବ। ଡଲଫିନ୍‌ ବିଶାରଦ ଡଃ. ମୁନ୍‌ତାଜ ଖଁାଙ୍କ ନେତୃତ୍ୱରେ ଏହି ଗଣନା କରାଯିବ। ପ୍ରତିଗ୍ରୁପରେ ୩ ରୁ ୫ ଜଣ ଲେଖାଏ ଗଣନାକାରୀ ରହିବେ। ସମୁଦ୍ର ମଧ୍ୟରେ ୫ଟି ଟିମ୍‌ ଓ ନଦୀ, କ୍ରିକ୍‌ରେ ୪ଟି ଟିମ୍‌ ଡଲ୍‌ଫିନ୍‌ମାନଙ୍କର ଗଣନା କରିବେ। ୧୬ ତାରିଖରେ ଡଲ୍‌ଫିନ୍‌ ଗଣନା ସମ୍ପର୍କରେ ତାଲିମ ଦିଆଯିବ। ୧୭ତାରିଖରୁ ଗୋଟିଏ ଦିନ ୯ଟି ଗ୍ରୁପ ଏହି ଗଣନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri