କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍ର ମୃତ୍ୟୁ ଘଟିିଥିବା ସନ୍ଦେହ କରାଯାଉଛି।
ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଡଲଫିନ୍ର ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷେ କେଉଁ ପରିସ୍ଥିତିରେ ଡଲଫିନ୍ର ମୃତ୍ୟୁ ଘଟିଲା ସେନେଇ ବନ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।