ଡଲ୍‌ଫିନ୍‌ ହସିପାରନ୍ତି

ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍‌ଫିନ୍‌ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି ଗବେଷକମାନେ ଜାଣିବାକୁ ପାଇଛନ୍ତି। ଗୋଟିଏ ଡଲ୍‌ଫିନ ଏହାର ଖେଳସାଥୀ ସହ ଥିବାବେଳେ ପ୍ରାୟ ସବୁବେଳେ ହସିଥାଏ। ଡଲ୍‌ଫିନଗୁଡ଼ିକର ପରସ୍ପର ସହ ତଥା ସେମାନଙ୍କୁ ତାଲିମ ଦେଉଥିବା ଲୋକଙ୍କ ସହ ସାମାଜିକ କ୍ରୀଡ଼ାରେ ଲିପ୍ତ ଥିବାବେଳର ଭିଡିଓ ଫୁଟେଜ୍‌କୁ ଇଟାଲୀର ପିସା ୟୁନିଭର୍ସିଟିର ଗବେଷକମାନେ ୮୦ ଘଣ୍ଟା ଧରି ଅଧ୍ୟୟନ କରିଥିଲେ। ଏହି ସମୟ ମଧ୍ୟରେ ସେମାନେ ଡଲ୍‌ଫିନଗୁଡ଼ିକର ମୋଟ ୧,୨୮୮ ଥର ପାଟି ଖୋଲି ହସିବା ଦୃଶ୍ୟକୁ ରେକର୍ଡ କରିଥିଲେ। ନିଜ ପ୍ଲେମେଟ୍‌କୁ ଦେଖିବାମାତ୍ରେ ଡଲ୍‌ଫିନ ହସୁଥିବାର ଅଧିକ ଦେଖିବାକୁ ମିଳିଥିଲା। ପ୍ରାୟ ୮୯ ପ୍ରତିଶତ ହସ ଏହିଭଳି ଥିଲା ବୋଲି ଗବେଷକମାନେ କହିଛନ୍ତି। ପ୍ଲେମେଟ୍‌ ମଧ୍ୟ ନିଜର ପ୍ରତିକ୍ରିୟାରେ ହସୁଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ମା’ବାପାଙ୍କ ଗାଳିକୁ ସହିପାରିଲେନି, ଏକାଥରେ ବିଷ ପିଇ ୪ ନାବାଳିକାଙ୍କ ଆତ୍ମହତ୍ୟା

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

ଗମ୍ଭୀର ସ୍ଥିତିରେ ବାୟୁ ପ୍ରଦୂଷଣ

ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…

ଆଇସ୍‌କ୍ରିମ୍‌ ଖାଇଲେ

କଟକ ଜିଲା ବାଙ୍କୀ ତହସିଲ ଅନ୍ତର୍ଗତ କୁମୁସର ଗାଁରେ ୯ ଫେବୃଆରୀରେ ଅନୁଷ୍ଠିତ ଏକ ଅଷ୍ଟପ୍ରହରୀ କାର୍ଯ୍ୟକ୍ରମରେ ଆଇସ୍‌କ୍ରିମ ଖାଇ ୧୮ ଜଣ ପିଲା ଅସୁସ୍ଥ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri