ଗହୀରମଥାରେ ୩୦୦ ଡଲ୍‌ଫିନଙ୍କ ଜଳକ୍ରୀଡ଼ା

ରାଜନଗର,୧୨।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଜଳରାଶିରେ ୩୦୦ ଡଲ୍‌ଫିନ  ଜଳକ୍ରୀଡ଼ା କରୁଥିବା ଦେଖିବାକୁ ମିଳିଛି। ଏକଦା ଡଲ୍‌ଫିନଙ୍କ ଜଳକ୍ରୀଡ଼ା ସ୍ଥାନ ଭାବେ ଓଡ଼ିଶାର ଚିଲିକା ପରିଚିତ ଥିଲା। ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଡଲ୍‌ଫିନଙ୍କ ସଂଖ୍ୟା ବୃଦ୍ଧି ପ୍ରାଣୀବିଜ୍ଞାନୀଙ୍କ ମଧ୍ୟରେ ଉତ୍ସାହ ଭରି ଦେଇଛି। ୨୦୧୫ରେ ପ୍ରଥମ କରି ଭିତରକନିକାରେ ପ୍ରବାହିତ ନଦୀ ନାଳ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଡଲ୍‌ଫିନଙ୍କ ଗଣନା କରାଯାଇଥିଲା। ପ୍ରଥମ ଗଣନାରେ ଇରାୱାର୍ଡ, ବଟଲନୋଜ, ହମ୍ପ୍‌ବ୍ୟାକ, ଫିନ୍‌ଲେସ ପରିପଏସ ଓ ଗାଙ୍ଗେଟିକ ପ୍ରଭୃତି ୫ ପ୍ରଜାତିର ୨୭୦ ଡଲ୍‌ଫିନଙ୍କୁ ଚିହ୍ନଟ କରାଯାଇଥିଲା। ରାଜନଗର ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ ଚଳିତବର୍ଷ ଭିତରକନିକାରେ ଜାନୁୟାରୀ ୧୭ ପୂର୍ବାହ୍ନରେ ୯ଟି ଟିମ ଡଲ୍‌ଫିନ ଗଣନା କରିଥିଲେ। ପାଗ ଅନୁକୂଳ ନ ଥିବାରୁ ପୁନଶ୍ଚ ୩ ଦିନିଆ ଡଲ୍‌ଫିନ ଗଣନା କରାଯାଉଛି। ଜାନୁୟାରୀ ୨୯, ଫେବୃୟାରୀ ୫ରେ ଗଣନା ସରିଥିବା ବେଳେ ଶୁକ୍ରବାର ଶେଷ ପର୍ଯ୍ୟାୟ ଗଣନା କରାଯିବାର ଥିଲା। ଯେଉଁଦିନର ରିପୋର୍ଟ ସବୁଠୁ ଭଲ ଆସିବ, ସେଦିନର ରିପୋର୍ଟକୁ ଆଧାର କରି ସଂଖ୍ୟା ସ୍ଥିର କରାଯିବ। ଦ୍ୱିତୀୟ ପର୍ଯ୍ୟାୟ ଡଲ୍‌ଫିନ ଗଣନା ସମୟରେ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟର ସାତଭାୟାଠାରୁ ଏକକୁଳା ମଧ୍ୟରେ ପାଖାପାଖି ହବାଳିଖଟି ନିକଟରେ ଏକକାଳୀନ ୩୦୦ ଡଲ୍‌ଫିନ ଜଳକ୍ରୀଡା କରୁଥିବା ଟିମ୍‌ ଗଣନା କରିଥିଲେ। ଜଳବାୟୁର ପରିବର୍ତ୍ତନ ଯୋଗୁ ଡଲ୍‌ଫିନଙ୍କ ବଂଶ ହ୍ରାସ ପାଉଥିବା ନେଇ ଆଶଙ୍କା ପ୍ରକାଶ ପାଉଥିଲା। ବର୍ତ୍ତମାନ ଗଣନାକାରୀ ଗୋଟିଏ ସ୍ଥାନରେ ଏକକାଳୀନ ୩୦୦ ଡଲ୍‌ଫିନଙ୍କ ଜଳକ୍ରୀଡ଼ା ଦେଖି ଏମାନଙ୍କ ସଂଖ୍ୟା ବୃଦ୍ଧି ପାଇବା ନେଇ ଆଶା ପ୍ରକାଶ କରୁଥିବା ଜଣାପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri