ଘରୋଇ କଳହରୁ କରୁଣ ପରିଣତି: ସ୍ତ୍ରୀଙ୍କୁ ପ୍ରେଟୋଲ ଢାଳି ଜାଳିଦେଲେ ସ୍ବାମୀ

ପୁରୀ,୩।୯(ଅଜିତ କୁମାର ମହାନ୍ତି): ପୁରୀ ଜିଲା କୁମ୍ଭାରପଡା ଥାନା ଅଞ୍ଚଳରେ ପାରିବାରିକ କହଳକୁ ନେଇ ଏକ କରୁଣ ତଥା ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ସ୍ବାମୀସ୍ତ୍ରୀଙ୍କ ପବିତ୍ର ସମ୍ପର୍କରେ କଳଙ୍କ ଲାଗିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଯୋର ଧରିଛି। ପାରିବାରିକ କହଳକୁ ନେଇ ସ୍ତ୍ରୀଙ୍କୁ ପେଟ୍ରୋଲ ଢାଳି ଜାଳି ଦେଇଛି ସ୍ବାମୀ। ନିଆଁରେ ଜଳିଯାଇଥିବା ମହିଳା ଜଣଙ୍କ ହେଉଛନ୍ତି ସରୋଜିନୀ ମଲ୍ଲିକ (୩୫)। ସରୋଜିନୀଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ଚିକିତ୍ସା ନିମନ୍ତ ସଦରମୁଖ୍ୟ ଚିକିତ୍ସାଳୟରେ ଭତି କରାଯାଇଥିବାବେଳେ ଅବସ୍ଥା ଗୁରୁତର ହେବାରୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏପରି ନାରକୀୟ କାଣ୍ଡ ଘଟାଇଥିବା ସ୍ବାମୀଙ୍କୁ ଗିରଫ କରିଛି।

ପୋଲିସର ସୂଚନା ଅନୁଯାୟୀ, କୁମ୍ଭାରପଡା ଥାନା ଅନ୍ତର୍ଗତ ଆଲାମଚଣ୍ଡୀ ଲେନରେ ରହୁଥିବା ବିକ୍ରମ ମଲ୍ଲିକ ଓ ତାଙ୍କ ସ୍ତ୍ରୀ ସରୋଜିନୀ ମଲ୍ଲିକଙ୍କ ମଧ୍ୟରେ କୌଣସି ଘଯଣାକୁ ନେଇ କହଳ ହୋଇଥିଲା। ଉଭୟଙ୍କ ମଧ୍ୟରେ ପାରିବାରିକ କଳହ ଉଗ୍ର ରୂପ ନେଇଥିଲା। ଏଥିରେ ବିକ୍ରମ ଉତ୍ତ୍ୟକ୍ତ ହୋଇ ସରୋଜିନୀଙ୍କ ଉପରେ ପେଟ୍ରୋଲ ଢାଲି ନିଆଁ ଲଗାଇ ଦେଇଥିଲା। ତେବେ ପରିବାର ଲୋକ ନିଆଁ ଲିଭାଇବା ସହ ସରୋଜିନୀଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ।

ଖବର ପାଇ କୁମ୍ଭାରପଡା ଓ ତାଳବଣିଆ ଥାନା ପୋଳିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ବିକ୍ରମକୁ ଗିରଫ କରି ଥାନାକୁ ନେଇଛି। ଅପରପକ୍ଷରେ ଶରୀରର ୮୦ ଶତକଡା ଅଂଶ ପୋଡି ଯାଇଥିବାରୁ ସରୋଜିନୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗୁରୁତର ସରୋଜିନୀଙ୍କୁ ଚିକିତ୍ସା ନିମନ୍ତେ ଡାକ୍ତର ସରୋଜିନୀଙ୍କୁ ଚିକିତ୍ସା ନିମନ୍ତେ ଏସମ ସ୍ଥାନାନ୍ତର କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…

ପାଟନା,୩।୯: ବିହାରର ଔରଙ୍ଗାବାଦ ଜିଲା କୁଟୁମ୍ବା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ କରି…

କରିଲୋପାଟଣା କଲେଜ ଅଧ୍ୟକ୍ଷ ଦାୟିତ୍ୱ ହସ୍ତାନ୍ତର ବିବାଦ: ରେକର୍ଡ ଯାଞ୍ଚ

ମାର୍ଶାଘାଇ,୩ା୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ମାର୍ଶାଘାଇ ବ୍ଲକ କରିଲୋପାଟଣା ମହାବିଦ୍ୟାଳୟରେ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ହସ୍ତାନ୍ତର ନେଇ ବିବାଦ ଘଟଣାରେ ମହାବିଦ୍ୟାଳୟ ପରିଚାଳନା କମିଟି ସଭାପତି ତଥା କେନ୍ଦ୍ରାପଡ଼ା ଉପ…

ଚାକିରି ଛାଡ଼ିଲେ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ: ଏବେ କରୁଛନ୍ତି…

ନୂଆଦିଲ୍ଲୀ,୩।୯: ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଅଭିନନ୍ଦନ ବାୟୁସେନାରୁ ତାଙ୍କ ସେବା ଛାଡି…

୫. ୮ କୋଟିଙ୍କୁ ମିଳିବ ରୋଜଗାର! ବାଇକ ଟ୍ୟାକ୍ସିକୁ ନେଇ ସବୁ ରାଜ୍ୟ ସରକାରଙ୍କୁ ଏହି ନିର୍ଦ୍ଦେଶ ଦେଲେ ଗଡ଼କରୀ

ନୂଆଦିଲ୍ଲୀ,୩।୯: ଦେଶରେ ଟ୍ରାନ୍ସପୋର୍ଟ ବ୍ୟବସ୍ଥାକୁ ଆହୁରି ସହଜ ଓ ରୋଜଗାରମୁଖୀ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଯୋଜନା ଉପରେ ଜୋର ଦେଉଛନ୍ତି। କେନ୍ଦ୍ରୀୟ ସଡ଼କ…

ମହାକାଳପଡ଼ାର ଏହି ସ୍ଥାନରେ ପ୍ରତିଷ୍ଠା ହେବ ଜାହାଜ ନିର୍ମାଣ କାରଖାନା, ଏମ୍‌ପି-ବିଧାୟକଙ୍କ ଉଦ୍ୟମକୁ ନେଇ…

ମହାକାଳପଡ଼ା,୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ସଭାଗୃହଠାରେ ଅଷ୍ଟମ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଅଧ୍ୟକ୍ଷା ମୀରାରାଣୀ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ…

ରୋହିତଙ୍କ ସନ୍ନ୍ୟାସକୁ ନେଇ ସାମ୍ନାକୁ ଆସିଲା ବଡ଼ ଖବର: ଚୟନକର୍ତ୍ତାମାନେ ଦେଇଥିଲେ ଏମିତି ସୂଚନା

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟର ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ପ୍ରାୟ ଦୁଇ ମାସ ପୂର୍ବରୁ ରୋହିତଙ୍କ ସନ୍ନ୍ୟାସକୁ ନେଇ ଚର୍ଚ୍ଚା…

ଦୁଗ୍ଧ କମ୍ପାନୀରେ ଭୀଷଣ ଅଗ୍ନିକାଣ୍ଡ:ସବୁକିଛି ଛାର୍‌ଖାର୍‌

କଟକ,୩।୯(ପ୍ରଭୁକଲ୍ୟାଣ ପାଲ୍‌): କଟକରେ ଥିବା ଏକ ଦୁଗ୍ଧ କମ୍ପାନୀରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଜଗତପୁର ଶିଳ୍ପାଞ୍ଚଳ ମଧ୍ୟରେ ଥିବା ପ୍ରଗତି କ୍ଷୀର କମ୍ପାନୀରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ…

ଖଇରୀଙ୍କ ମୁଣ୍ଡ ଉପରେ ୫ ନାତୁଣୀନାତିଙ୍କ ଭାର: ଦୁଇ ମୁଠା ଖାଦ୍ୟ ପାଇଁ କରୁଛନ୍ତି ସଂଘର୍ଷ

ଜମନକିରା,୩।୯(ରବିନ୍ଦ୍ର ପ୍ରସାଦ ଦାନୀ): ସମୟ ବଦଳିଲେ ମଣିଷର ଭାଗ୍ୟ ବି ବଦଳିଯାଏ। କିନ୍ତୁ କିଛି ଲୋକଙ୍କ ଜୀବନରେ ଏଭଳି ପରିସ୍ଥିତି ଆସେ, ଯେଉଁଠି ଦୁଃଖ କେବେ ସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri