Posted inUncategorized

ଘରୋଇ ନର୍ସିଂ ହୋମ୍‌ ସିଲ୍‌

ଢେଙ୍କାନାଳ ଅଫିସ, ୫।୩: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) କାର୍ଡରେ କରାଯାଉଥିଲା ଅର୍ଥ ହଡ଼ପ। ଡାକ୍ତରଙ୍କ ନାମରେ ଜାଲ୍‌ ଦସ୍ତଖତ କରି ଲୁଟୁଥିଲେ ଟଙ୍କା। ଏପରି କି ମୃତରୋଗୀଙ୍କୁ ମଧ୍ୟ ଛାଡ଼ି ନ ଥିଲେ। ମାନବିକତାକୁ ଜଳାଞ୍ଜଳି ଦେଇ ଅଧିକ ଚିକିତ୍ସା ଆବଶ୍ୟକତା ଥିବା କହି ଜଣେ ମୃତବ୍ୟକ୍ତିଙ୍କୁ କଟକ ରେଫର କରିଥିଲେ। ଏଭଳି ଏକାଧିକ ଅଭିଯୋଗରେ ଦୁର୍ନୀତିର ଗନ୍ଧ ବାରିବା ପରେ ଢେଙ୍କାନାଳ ସ୍ବାସ୍ଥ୍ୟ ବିଭାଗ ସ୍ଥାନୀୟ ଟାଉନ ଥାନା ପଛପାଖରେ ଥିବା ପଣ୍ଡା ନର୍ସିଂ ହୋମ୍‌କୁ ଶନିବାର ସନ୍ଧ୍ୟାରେ ସିଲ୍‌ କରିଛି। ଜିଲାପାଳ ସରୋଜ କୁମାର ସେଠୀଙ୍କ ନିର୍ଦ୍ଦେଶରେ ଉକ୍ତ ବେସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ସୂଚନାଯୋଗ୍ୟ, ପଣ୍ଡା ନର୍ସିଂ ହୋମ୍‌ ନାମରେ ପୂର୍ବରୁ ରୋଗୀଙ୍କୁ ଶୋଷଣ କରିବା, ସରକାରୀ ଯୋଜନାରେ ଅର୍ଥ ହଡ଼ପ ଭଳି ଏକାଧିକ ଅଭିଯୋଗ ରହିଥିଲା। କିଛିଦିନ ତଳେ ନର୍ସିଂହୋମ୍‌ରେ ଚିକିତ୍ସାଧୀନ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଯାଇଥିଲା। ମୁଣ୍ଡରୁ ଦୋଷ ଛଡ଼ାଇବା ପାଇଁ ନର୍ସିଂ ହୋମ୍‌ କର୍ତ୍ତୃପକ୍ଷ ତାଙ୍କୁ ଆମ୍ବୁଲାନ୍ସରେ କଟକ ରେଫର କରିଦେଇଥିଲେ। ତେବେ କଟକ ବଡ଼ ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରୋଗୀଙ୍କ ସମ୍ପର୍କୀୟ ଏ ନେଇ ଜିଲା ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗ ନିକଟରେ ଅଭିଯୋଗ କରିଥିଲେ। ଏଥିସହ ବିଏସ୍‌କଓ୍ବୋଇ କାର୍ଡରେ ଚଞ୍ଚକତା ଏବଂ ଡାକ୍ତରଙ୍କ ନକଲି ଦସ୍ତଖତ କରି ଟଙ୍କା ହଡ଼ପ କରିବା, ଚିକିତ୍ସାରେ ଅବହେଳା ପ୍ରଦର୍ଶନ ଆଦି ଅଭିଯୋଗ ଆସିବା ପରେ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ଜଣେ ସହକାରୀ ଜିଲାପାଳ, ପୋଲିସ ଉପସ୍ଥିତିରେ ନର୍ସିଂ ହୋମ୍‌ର କାଗଜପତ୍ର ଯାଞ୍ଚ କରାଯାଇ ଏହାର ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶରେ ମାଜିଷ୍ଟ୍ରେଟ୍‌ ଓ ପୋଲିସ ଉପସ୍ଥିତିରେ ନର୍ସିଂହୋମ୍‌କୁ ସିଲ୍‌ କରାଯାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri