Posted inUncategorized

ଘରୋଇ ନର୍ସିଂ ହୋମ୍‌ ସିଲ୍‌

ଢେଙ୍କାନାଳ ଅଫିସ, ୫।୩: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) କାର୍ଡରେ କରାଯାଉଥିଲା ଅର୍ଥ ହଡ଼ପ। ଡାକ୍ତରଙ୍କ ନାମରେ ଜାଲ୍‌ ଦସ୍ତଖତ କରି ଲୁଟୁଥିଲେ ଟଙ୍କା। ଏପରି କି ମୃତରୋଗୀଙ୍କୁ ମଧ୍ୟ ଛାଡ଼ି ନ ଥିଲେ। ମାନବିକତାକୁ ଜଳାଞ୍ଜଳି ଦେଇ ଅଧିକ ଚିକିତ୍ସା ଆବଶ୍ୟକତା ଥିବା କହି ଜଣେ ମୃତବ୍ୟକ୍ତିଙ୍କୁ କଟକ ରେଫର କରିଥିଲେ। ଏଭଳି ଏକାଧିକ ଅଭିଯୋଗରେ ଦୁର୍ନୀତିର ଗନ୍ଧ ବାରିବା ପରେ ଢେଙ୍କାନାଳ ସ୍ବାସ୍ଥ୍ୟ ବିଭାଗ ସ୍ଥାନୀୟ ଟାଉନ ଥାନା ପଛପାଖରେ ଥିବା ପଣ୍ଡା ନର୍ସିଂ ହୋମ୍‌କୁ ଶନିବାର ସନ୍ଧ୍ୟାରେ ସିଲ୍‌ କରିଛି। ଜିଲାପାଳ ସରୋଜ କୁମାର ସେଠୀଙ୍କ ନିର୍ଦ୍ଦେଶରେ ଉକ୍ତ ବେସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ସୂଚନାଯୋଗ୍ୟ, ପଣ୍ଡା ନର୍ସିଂ ହୋମ୍‌ ନାମରେ ପୂର୍ବରୁ ରୋଗୀଙ୍କୁ ଶୋଷଣ କରିବା, ସରକାରୀ ଯୋଜନାରେ ଅର୍ଥ ହଡ଼ପ ଭଳି ଏକାଧିକ ଅଭିଯୋଗ ରହିଥିଲା। କିଛିଦିନ ତଳେ ନର୍ସିଂହୋମ୍‌ରେ ଚିକିତ୍ସାଧୀନ ଜଣେ ରୋଗୀଙ୍କର ମୃତ୍ୟୁ ହୋଇଯାଇଥିଲା। ମୁଣ୍ଡରୁ ଦୋଷ ଛଡ଼ାଇବା ପାଇଁ ନର୍ସିଂ ହୋମ୍‌ କର୍ତ୍ତୃପକ୍ଷ ତାଙ୍କୁ ଆମ୍ବୁଲାନ୍ସରେ କଟକ ରେଫର କରିଦେଇଥିଲେ। ତେବେ କଟକ ବଡ଼ ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରୋଗୀଙ୍କ ସମ୍ପର୍କୀୟ ଏ ନେଇ ଜିଲା ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗ ନିକଟରେ ଅଭିଯୋଗ କରିଥିଲେ। ଏଥିସହ ବିଏସ୍‌କଓ୍ବୋଇ କାର୍ଡରେ ଚଞ୍ଚକତା ଏବଂ ଡାକ୍ତରଙ୍କ ନକଲି ଦସ୍ତଖତ କରି ଟଙ୍କା ହଡ଼ପ କରିବା, ଚିକିତ୍ସାରେ ଅବହେଳା ପ୍ରଦର୍ଶନ ଆଦି ଅଭିଯୋଗ ଆସିବା ପରେ ଶୁକ୍ରବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ଜଣେ ସହକାରୀ ଜିଲାପାଳ, ପୋଲିସ ଉପସ୍ଥିତିରେ ନର୍ସିଂ ହୋମ୍‌ର କାଗଜପତ୍ର ଯାଞ୍ଚ କରାଯାଇ ଏହାର ରିପୋର୍ଟ ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶରେ ମାଜିଷ୍ଟ୍ରେଟ୍‌ ଓ ପୋଲିସ ଉପସ୍ଥିତିରେ ନର୍ସିଂହୋମ୍‌କୁ ସିଲ୍‌ କରାଯାଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା...

ପଓ୍ବନ୍‌ ସିଂଙ୍କ ପରେ ନିର୍ବାଚନରୁ ଓହରିଲେ ଉପେନ୍ଦ୍ର ସିଂ ରାଓ୍ବତ୍‌

ନୂଆଦିଲ୍ଲୀ,୪।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ନିର୍ବାଚନ...

ଭାଜପା-ବିଜେଡି ବାହାଘର

ଛେଣ୍ଡିପଦା,୩।୩ (ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠ ସମ୍ମୁଖରେ ବ୍ଲକ କଂଗ୍ରେସ ପକ୍ଷରୁ ଶନିବାର ଭାଜପା ଓ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri