୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ ଉଭୟ ପରିବାରର ୬ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଜକର ଗ୍ରାମର ନୂଆସାହିରେ ରହୁଥିବା ଟୁଟୁ ଗୌଡ଼ଙ୍କ ବଡ଼ପୁଅ ରବୀନ୍ଦ୍ର ଗୌଡ଼ଙ୍କ ସହ ଗ୍ରାମର ତଳ ସାହି ବାସିନ୍ଦା ଘନ ଗୌଡ଼ଙ୍କ ଝିଅ ଲିଜାଙ୍କ ବିବାହ ହୋଇଥିଲା। ଲିଜାଙ୍କୁ ଶାଶୁଘର ଲୋକେ ନିର୍ଯତନା ଦେବା କାରଣରୁ ଗତ ପ୍ରାୟ ୪ ମାସ ହେଲା ସେ ବାପ ଘରେ ରହୁଛନ୍ତି। ଏନେଇ ଉଭୟ ପରିବାର ମଧ୍ୟରେ ଶତ୍ରୁତା ଲାଗି ରହିଥିଲା। ଉଭୟ ପରିବାର ଟ୍ରାକ୍ଟର ରଖି ବାଲି,ପଥର ବ୍ୟବସାୟ କରୁଥିବା ବେଳେ ଗାଁ ନିକଟ ନଦୀରୁ ବାଲି ଚାଲାଣକୁ ନେଇ ପୂର୍ବରୁ ଦୁଇ ପରିବାର ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଗ୍ରାମବାସୀଙ୍କ ବୁଝାଶୁଝା ପରେ ସ୍ଥିତି ସ୍ବାଭାବିକ ହୋଇଥିଲା।

ଶୁକ୍ରବାର ରାତିରେ ଘନ ଓ ତାଙ୍କ ପୁଅ କିରଣ ଗୌଡ଼ ଏବଂ କିଛି ସହଯୋଗୀ ୨ଟି ବାଇକରେ ଟୁଟୁଙ୍କ ଘରକୁ ଆସି ଗାଳିଗୁଲଜ କରିବା ସହ ଠେଙ୍ଗାରେ ତାଙ୍କ ଦୁଇପୁଅ ରବୀନ୍ଦ୍ର ଓ ସୁନୀଲଙ୍କୁ ଆକ୍ରମଣ କରିଥିଲେ। ଏପରିକି ରବୀନ୍ଦ୍ରଙ୍କ ବଡ଼ବାପା ବାବୁ ଗୌଡ଼ ଛଡ଼ାଇବାକୁ ଆସିବା ସମୟରେ ସେ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ। ଟୁଟୁ ଏବଂ ତାଙ୍କ ପରିବାର ଲୋକେ ଘନ ଓ ତାଙ୍କ ପୁଅ କିରଣଙ୍କୁ ଆକ୍ରମଣ କରିଥିବା ଜଣାପଡ଼ିଛି। ଏହି ଆକ୍ରମଣ ଓ ପ୍ରତି ଆକ୍ରମଣରେ ଟୁଟୁଙ୍କ ସମେତ ବଡ଼ଭାଇ ବାବୁ, ଦୁଇପୁଅ ରବୀନ୍ଦ୍ର ଓ ସୁନୀଲ ଏବଂ ଅନ୍ୟ ପକ୍ଷର ଘନ ଓ ତାଙ୍କ ପୁଅ କିରଣ ଆହତ ହୋଇଥିଲେ ବୋଲି ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏନେଇ ଉଭୟ ପରିବାର ପକ୍ଷରୁ କେ.ନୂଆଗାଁ ଥାନାରେ ଏତଲା ଦେବା ପରେ ଏତଲାକୁ ଭିତ୍ତିକରି ଆଇଆଇସି ବିଶ୍ୱଜିତ ନାୟକ କେସ୍‌ ନଂ. ୧୦୬/୨୬ ଏବଂ ୧୦୭/୨୬ରେ ପୃଥକ୍‌ ମାମଲା ରୁଜୁ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦଶପଲ୍ଲାରେ ଚାଞ୍ଚଲ୍ୟ: ୩ ଦିନ ଧରି ନିଖୋଜ ବିରଞ୍ଚିଙ୍କ ମୃତଦେହ ମାଟି ତଳୁ ଉଦ୍ଧାର, ଘଟଣାସ୍ଥଳରେ…

ନୟାଗଡ଼,୧।୧୧(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲା ଥାନା ଟାକରା ପଞ୍ଚାୟତ ଅସନିବେରେଣା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗତ ୩ ଦିନ ଧରି ନିଖୋଜ…

ବନ୍ୟା କ୍ଷତ ଶୁଖିନି, ପୁଣି ବାତ୍ୟା ଆଶଙ୍କା, ଅଞ୍ଚଳବାସୀଙ୍କୁ ସତର୍କ କରି ପ୍ରଶାସନ…

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ପୁରୁଷୋତ୍ତମପୁର ଅଞ୍ଚଳରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପାଣି ଘରୁ ନ ଶୁଖୁଣୁ ପୁଣି ୨, ୩ ଓ ୪…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଣପୁର ପୁଅଙ୍କ କମାଲ, ଜିତିଲେ ୩ଟି ସ୍ୱର୍ଣ୍ଣ, ରାୟଗଡ଼ାରେ ହେବ…

ଗୁଣପୁର,୧।୧୧(ସୁଜାତା ପାଢ଼ୀ): ହରିୟାଣାର ଫରିଦାବାଦଠାରେ ରବିବାର ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଣପୁର ‘ମହାବୀର ଏ-୧ ଜିମ୍’ର ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରି ସ୍ୱର୍ଣ୍ଣ ପଦକ ହାସଲ…

ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଭାଜପା ରାଜ୍ୟ ସଭାପତି

ଛତ୍ରପୁର/ଗଞ୍ଜାମ,୧ା୧୧(ଦିଲ୍ଲୀପ ସାମଲ/ଅନାଥ ତରାଇ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିରେ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଥିବାବେଳେ ରବିବାର ଛତ୍ରପୁର ନିର୍ବାଚନମଣ୍ଡଳୀ…

ବିପର୍ଯ୍ୟୟ ମୁକାବିଲା ପାଇଁ ସ୍ଥାୟୀ ଯୋଜନା ପ୍ରସ୍ତୁତ କରିବାକୁ ସିପିଆଇର ଦାବି, ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପରେ ଜିଲାପାଳ…

ଛତ୍ରପୁର,୧ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ଯୋଗୁ ଗଞ୍ଜାମ ଜିଲାର ବିଭିନ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଦୁର୍ଦ୍ଦଶା ଓ ବ୍ୟାପକ କ୍ଷୟକ୍ଷତିକୁ ଦୃଷ୍ଟିରେ ରଖି ବିପନ୍ନଙ୍କୁ…

ବୋଲେରୋରେ ପିଛା କରି ବାଇକ୍ ଅଟକାଇଲେ, ମାଡ଼ ମାରି ମଉସାଙ୍କ ମୁଣ୍ଡ ଫଟାଇଥିଲେ; ପୁତୁରା ଗିରଫ, ଜେଲ୍‌କୁ ଗଲେ…

ଦିଗପହଣ୍ଡି,୧।୧୧(ଅଶେଷ ନାଥ ମିଶ୍ର): ପାରିବାରିକ କଳହକୁ ନେଇ ମଉସାଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତ ପୁତୁରାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଗଞ୍ଜାମ ଜିଲା ସାନଖେମୁଣ୍ଡି…

‘ବଲାଙ୍ଗୀର ଦିନ୍’ ଉତ୍ସବର ଶୁଭାରମ୍ଭ: ନାଚ-ଗୀତରେ କମ୍ପିଲା ସହର, ରଙ୍ଗାରଙ୍ଗ ଶୋଭାଯାତ୍ରାରେ ଝୁମିଲେ ଲୋକେ

ବଲାଙ୍ଗୀର,୧।୧୧(ସୁନିଲ କୁମାର ମହାନ୍ତି): ଷଷ୍ଠ ‘ବଲାଙ୍ଗୀର ଦିନ୍’ ଉତ୍ସବ ପାଳନ ଆଜି ରବିବାର ଏକ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହ ଶୁଭାରମ୍ଭ ହୋଇଯାଇଛି। ବଲାଙ୍ଗୀର ଦିନ୍ ଆୟୋଜକ…

ବଢ଼ିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ପୁଣି ଖୋଲିଲା ୩ ଗେଟ୍‌

ସମ୍ବଲପୁର,୧ା୧୧(ପ୍ରମୋଦ ବହିଦାର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ହୀରାକୁଦ ଜଳଭଣ୍ଡାରର ଉପର ପ୍ରବଳ ବର୍ଷା ଯୋଗୁ ମହାନଦୀରେ ଜଳ ପ୍ରବାହ ବୃଦ୍ଧି ପାଇଛି। ସେହି ଅନୁପାତରେ ହୀରାକୁଦ ଜଳଭଣ୍ଡାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?