ପୁରୁଷୋତ୍ତମପୁରକୁ ଫେରୁଛନ୍ତି ଦବଙ୍ଗ ଅଧିକାରୀ, ଛାନିଆ ହେଲେଣି ଅପରାଧୀ-ମାଫିଆ

ପୁରୁଷୋତ୍ତମପୁର,୧୫ା୨(ସୀମାଞ୍ଚଳ ମିଶ୍ର): ଭୁବନେଶ୍ୱର ସ୍ପେଶାଲ ବ୍ରାଞ୍ଚ୍‌ରେ ଡିଏସ୍‌ପି ଭାବେ କାର୍ଯ୍ୟ କରୁଥିବା ଡଃ.ଦୀପକ କୁମାର ମିଶ୍ରଙ୍କୁ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏସ୍‌ଡିପିଓ ଭାବେ ବଦଳି ହୋଇଛି। ଏହାକୁ ନେଇ ଶୁକ୍ରବାର ସରକାରଙ୍କ ଗୃହବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପୁରୁଷୋତ୍ତମପୁର ଅଞ୍ଚଳରେ ରହିଥିବା ଅପରାଧୀ ଓ ମଦ, ଗଞ୍ଜେଇ, ବାଲିମାଫିଆଙ୍କ ମଧ୍ୟରେ ଛନକା ପଶିଯାଇଥିବା ବେଳେ କିଛି ଅସାଧୁ କର୍ମଚାରୀ ମଧ୍ୟ ଚିନ୍ତାରେ ପଡ଼ିଛନ୍ତି। ଯାହାକି ଦୀପକ କୁମାର ମିଶ୍ର ଗତ ୨୬.୧୦.୨୦୦୮ଠାରୁ ୧୦.୬.୨୦୦୯ ପର୍ଯ୍ୟନ୍ତ ପୁରୁଷୋତ୍ତମପୁର ଥାନାଧିକାରୀ ଭାବରେ ରହିଥିଲେ। ଏହି ସମୟ ମଧ୍ୟରେ ଏଠିକାର ମଦ, ଗଞ୍ଜେଇ ଓ ବାଲିମାଫିଆଙ୍କୁ ଦମନ କରିବା ସାଙ୍ଗକୁ ଅଞ୍ଚଳରେ ରହିଥିବା ଅପରାଧୀମାନଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଆଣି ସାବାଡ଼ କରିବା ସହ ଚୋର ଡକାୟତିଙ୍କ ଆଡ୍ଡା ପାଲଟିଥିବା ଝରଣଛକ ଓ ଭୂତସରସିଙ୍ଗି-କୋଦଳା-ବୁଢ଼ାମ୍ବ ରାସ୍ତାକୁ ଅପରାଧ ମୁକ୍ତ କରି ଏଠାରେ ଚର୍ଚ୍ଚାକୁ ଆସିଥିଲେ। ଯାହାକି ଥାନାଧିକାରୀ ସମୟରେ ନିରୀହ ଲୋକଙ୍କ ନ୍ୟାୟ ଦେଇ ଅଞ୍ଚଳକୁ ଅପରାଧମୁକ୍ତ କରି ଲୋକଙ୍କ ପ୍ରିୟପାତ୍ର ହୋଇଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଲୋକେ ସେହି କାର୍ଯ୍ୟକୁ ଭୁଲି ପାରି ନ ଥିବା ବେଳେ ପୁଣି ଏସ୍‌ଡିପିଓ ହୋଇ ଫେରୁଥିବା ନେଇ ସାଧାରଣ ଲୋକଙ୍କ ମଧ୍ୟରେ ଖୁସିର ଲହରି ଖେଳିଯାଇଛି। ସାଧାରଣ ଲୋକେ ତାଙ୍କ ଫେରିବା ବାଟକୁ ଚାହିଁ ରହିଥିବା ବେଳେ ଅପରାଧୀ ଓ ମାଫିଆମାନେ ଚିନ୍ତାରେ ପଡ଼ିଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri