Posted inଖେଳ

୭୧ ବର୍ଷ ପରେ ପ୍ରଥମ ଟେନିସ ଖେଳାଳି ଭାବେ ଏହି କୃତିତ୍ୱ ଲାଭ କଲେ ଥିମ୍‌

ନ୍ୟୁୟର୍କ, ୧୪।୯: ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ଏଠାରେ ଅନୁଷ୍ଠିତ ୟୁଏସ୍‌ ଓପନ୍‌ ପୁରୁଷ ସିଙ୍ଗଲ୍ସରେ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ଥିମ୍‌ ୨-୬, ୪-୬, ୬-୪, ୬-୩, ୭-୬ (୮/୬) ସେଟ୍‌ରେ ଜର୍ମାନୀର ଆଲେକ୍ସଜାଣ୍ଡର ଜେଭରେଭଙ୍କୁ ପରାସ୍ତ କରିଛନ୍ତି। ଏଥିସହ ଥିମ୍‌ ତାଙ୍କ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ ଟ୍ରଫି ଜିତିବାର ସୌଭାଗ୍ୟ ଲାଭ କରିଛନ୍ତି। ପ୍ରଥମ ୨ ସେଟ୍‌କୁ ଯଥାକ୍ରମେ ୨-୬, ୪-୬ ସେଟ୍‌ରେ ହାରିଥିଲେ ମଧ୍ୟ ପରବର୍ତ୍ତୀ ୩ଟି ସେଟ୍‌ରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କରି ଜେଭରେଭଙ୍କୁ ମାତ୍‌ ଦେବାରେ ଥିମ୍‌ ସଫଳ ହୋଇଥିଲେ। ୟୁଏସ୍‌ ଓପନ୍‌ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରଥମ ୨ ସେଟ୍‌ ହାରି ପରେ ଟାଇଟଲ୍‌ ଜିତିବାରେ ୭୧ ବର୍ଷରେ ଏହା ପ୍ରଥମ ଘଟଣା। ଏଥିପୂର୍ବରୁ ୧୯୪୯ ୟୁଏସ୍‌ ଓପନ୍‌ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଟ୍ରେଡ୍‌ ଶ୍ରୋଡରଙ୍କୁ ପରାସ୍ତ କରି ପାଞ୍ଚୋ ଗୋଞ୍ଜାଲେସ୍‌ ଏହି ସଫଳତା ପାଇଥିଲେ। ଥିମ୍‌ ପୂର୍ବରୁ ୩ଥର ଗ୍ରାଣ୍ଡସ୍ଲାମ ଫାଇନାଲରେ ପ୍ରବେଶ କରିଥିଲେ ମଧ୍ୟ ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri