ଭାରତକୁ ପୁଣି ଧମକ ଦେଲା ଆମେରିକା, ମୋଦି ଶୁଣିଲେ ହୋଇଯିବେ ନିଆଁ!

ଓ୍‌ବାଶିଂଟନ୍‌,୧୧।୯: ଆମେରିକାର ବାଣିଜ୍ୟ ସଚିବ ହାୱାର୍ଡ ଲୁଟନିକ ପୁଣିଥରେ ଦୋହରାଇଛନ୍ତି ଯେ ଭାରତକୁ ରୁଷୀୟ ତେଲ କିଣିବା ବନ୍ଦ କରିବାକୁ ପଡିବ, ତା’ହେଲେ ସେତେବେଳେ ଯାଇ ଉଚ୍ଚ ଟାରିଫ୍‌ ଏବଂ ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା ହୋଇପାରିବ। ଲୁଟନିକ କହିଛନ୍ତି ଯେ ଏହି ସମୟରେ ସେ ଭାରତ ସହିତ ବାଣିଜ୍ୟ ଚୁକ୍ତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି।
ଏକ ରିପୋର୍ଟ ଅନୁଯାୟୀ, ହାୱାର୍ଡ ଲୁଟନିକ କହିଛନ୍ତି, ଯେତେବେଳେ ଭାରତ ରୁଷୀୟ ତେଲ କିଣିବା ବନ୍ଦ କରିବ, ଆମେ ସେମାନଙ୍କ ସହିତ ସମସ୍ତ ସମସ୍ୟାର ସମାଧାନ କରିବୁ।

ଗୋଟିଏ ପଟେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ବିଶେଷ ବନ୍ଧୁ ବୋଲି କହୁଛନ୍ତି, ଅନ୍ୟ ପଟେ ତାଙ୍କ ମନ୍ତ୍ରୀମାନେ ଭାରତକୁ ଧମକ ଦେଉଛନ୍ତି। ହାୱାର୍ଡ ଲୁଟନିକ ସ୍ପଷ୍ଟ ଭାବରେ ସୂଚାଇ ଦେଇଛନ୍ତି ଯେ ଭାରତ ରୁଷୀୟ ତେଲ କିଣିବା ବନ୍ଦ କରିବା ଉଚିତ ନଚେତ୍‌ ଟାରିଫ୍‌ ଏବଂ ବାଣିଜ୍ୟ ଚୁକ୍ତି ଉପରେ କୌଣସି ଆଲୋଚନା ହେବ ନାହିଁ।

ହାୱାର୍ଡ ଲୁଟନିକ ରୁଷୀୟ ତେଲ କିଣିବା ପାଇଁ ଭାରତକୁ ନିରନ୍ତର ଟାର୍ଗେଟ କରୁଛନ୍ତି। ସେ କହିଛନ୍ତି ଯେ ୫୦ ପ୍ରତିଶତ ଟାରିଫ୍‌ ସାମ୍ନା କରୁଥିବା ଭାରତ, ଖୁବ ଶୀଘ୍ର ଆମେରିକୀୟ ଚାପର ସମ୍ମୁଖୀନ ହେବ। ଗତ ସପ୍ତାହରେ ଏକ ସାକ୍ଷାତକାରରେ ସେ କହିଥିଲେ, ମୁଁ ଭାବୁଛି ଗୋଟିଏ କିମ୍ବା ଦୁଇ ମାସ ମଧ୍ୟରେ ଭାରତ ଆଲୋଚନା ଟେବୁଲରେ ରହିବ। ସେମାନେ କ୍ଷମା ମାଗିବେ ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହିତ ଏକ ଆପୋଷ ସମାଧାନ କରିବାକୁ ଚେଷ୍ଟା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ

ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri