ଭାରତକୁ ବଡ଼ ଝଟକା ଦେଲେ ଟ୍ରମ୍ପ: ନେଲେ ୨ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ବିଶ୍ୱରେ ହଇଚଇ

ଓ୍ବାଶିଂଟନ୍‌,୮।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସମେତ ବିଶ୍ୱର ଅନେକ ଦେଶକୁ ଏକ ବଡ଼ ଝଟକା ଦେଇଛନ୍ତି। ତାଙ୍କର “ଆମେରିକା ପ୍ରଥମ” ନୀତିକୁ ଆଗକୁ ବଢାଇ ସେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପ୍ରଥମତଃ, ସେ ଆମେରିକାକୁ ସେହି ୬୬ଟି ଅନ୍ତର୍ଜାତୀୟ ସଂଗଠନରୁ ଅଲଗା କରିଛନ୍ତି, ଯେଉଁଥିରେ ଆମେରିକାକୁ କୌଣସି ଫାଇଦା ହେଉନଥିଲା। ଦ୍ୱିତୀୟତଃ, ସେ ଆମେରିକାର ସାମରିକ ବଜେଟକୁ ୧ ଟ୍ରିଲିୟନ ଡଲାରରୁ ୧.୫ ଟ୍ରିଲିୟନ ଡଲାରକୁ ବୃଦ୍ଧି କରିଛନ୍ତି, ଯାହା ଦାରା ସେ ତାଙ୍କ ଇଚ୍ଛା ଅନୁଯାୟୀ ସେନା ଗଠନ କରିପାରିବେ।

ହ୍ବାଇଟ ହାଉସ ରାଷ୍ଟ୍ରପତି ଟ୍ରମ୍ପଙ୍କ ନିଷ୍ପତ୍ତିକୁ ଟୁଇଟ୍‌ କରିଛି। ହ୍ବାଇଟ ହାଉସ କହିଛି ଯେ ରାଷ୍ଟ୍ରପତି ଟ୍ରମ୍ପ ଗତକାଲି ଏକ ସ୍ମାରକପତ୍ରରେ ସ୍ବାକ୍ଷର କରିଛନ୍ତି। ଆମେରିକା ୬୬ଟି ଅନ୍ତର୍ଜାତୀୟ ସଂଗଠନରୁ ଓହରିଯାଇଛି। ଏଥିରେ ୩୫ଟି ଅଣ-ସଂଯୁକ୍ତ ରାଷ୍ଟ୍ର ସଂଗଠନ ଏବଂ ଭାରତ ନେତୃତ୍ୱାଧୀନ ଅନ୍ତର୍ଜାତୀୟ ସୌର ମେଣ୍ଟ (ISA) ସମେତ ୩୧ଟି ଜାତିସଂଘ ସଂସ୍ଥା ଅନ୍ତର୍ଭୁକ୍ତ।

ଏହା ଉଲ୍ଲେଖ କରାଯିବା ଉଚିତ ଯେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଦ୍ୱିତୀୟ କାର୍ଯ୍ୟକାଳ ଆରମ୍ଭ ହେବା ପରଠାରୁ, ସେ ଆମେରିକା ପାଇଁ ଅନେକ ନିଷ୍ପତ୍ତି ନେଇଛନ୍ତି, ଯେପରିକି ଜାତିସଂଘକୁ ଆମେରିକାର ପାଣ୍ଠି ହ୍ରାସ କରିବା। ଜାତିସଂଘ ମାନବାଧିକାର ପରିଷଦ (UNSC)ରେ ଆମେରିକାର ଅଂଶଗ୍ରହଣକୁ ସ୍ଥଗିତ କରିବା, ପାଲେଷ୍ଟାଇନୀ ରିଲିଫ ଏଜେନ୍ସି (UNRWA)କୁ ପାଣ୍ଠି ଉପରେ ଅବରୋଧ ବୃଦ୍ଧି କରିବା ଏବଂ ଜାତିସଂଘର ସାଂସ୍କୃତିକ ସଂସ୍ଥା UNESCOରୁ ଓହରିଯିବାକୁ ଚେଷ୍ଟା କରିବା। ସେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏବଂ ପ୍ୟାରିସ ଜଳବାୟୁ ଚୁକ୍ତିନାମାରୁ ମଧ୍ୟ ଓହରିଯିବାର ଯୋଜନା ଘୋଷଣା କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଭାରତ ମହାସାଗରରେ ବଡ଼ ବିସ୍ଫୋରଣ ଘଟାଇବ ଇରାନ; ଟ୍ରମ୍ପଙ୍କୁ ଦେଲା ଖୋଲା ଚେତାବନୀ!

ତେହରାନ,୨୧।୯: ଅନେକ ମାସ ବିତିଯାଇଥିଲେ ମଧ୍ୟ ଆମେରିକା ଏବଂ ଇରାନ ମଧ୍ୟରେ ଥିବା ବିବାଦ ସମ୍ପୂର୍ଣ୍ଣ ଭାବେ ଶେଷ ହୋଇନାହିଁ। ଏହି ପରିପ୍ରେକ୍ଷୀରେ, ଇରାନ ଏକ ଚେତାବନୀ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯(ବନ୍ଦନା ସେଠୀ): ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

ଚମକାଇଦେଲା BCCIର ନିଷ୍ପତ୍ତି! ଟିମ୍ ଇଣ୍ଡିଆର ନୂଆ ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଦ୍ରୁତ ବୋଲର ଲକ୍ଷ୍ମୀପତି ବାଲାଜୀଙ୍କୁ ଭାରତ-ଏ ଦଳର ହେଡ୍‌ କୋଚ୍‌ ଭାବେ ନିଯୁକ୍ତ କରାଯାଇଛି । ଅଷ୍ଟ୍ରେଲିଆ-ଏ ବିପକ୍ଷ ମଲ୍ଟି-ଫର୍ମାଟ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?