ବଡ଼ କାର୍ଯ୍ୟାନୁଷ୍ଠାନ: ଲସ ଆଞ୍ଜେଲସରେ ୨ ହଜାର ଯବାନ ମୁତୟନ କଲେ ଡୋନାଲ୍ଡ ଟ୍ରମ୍ପ, କାରଣ ରହିଛି…

ଓ୍ବାଶିଂଟନ,୮।୬: ଲସ ଆଞ୍ଜେଲସରେ ହେଉଥିବା ପ୍ରତିବାଦକୁ ନିୟନ୍ତ୍ରଣ କରିବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ’କାଲିଫର୍ନିଆ ନ୍ୟାସନାଲ ଗାର୍ଡ’ର ୨ ହଜାର ଯବାନଙ୍କୁ ମୁତୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ଏହି ପଦକ୍ଷେପକୁ ରାଜ୍ୟପାଳ ବିରୋଧ କରିଛନ୍ତି। ଲସ ଆଞ୍ଜେଲସରେ ଫେଡେରାଲ ଇମିଗ୍ରେସନ ଅଧିକାରୀମାନେ ଶୁକ୍ରବାର ଦିନ ଇମିଗ୍ରେସନ ନିୟମ ଉଲ୍ଲଂଘନ କରିଥିବାରୁ ୪୪ ଜଣଙ୍କୁ ଗିରଫ କରିଛନ୍ତି। ଏହା ପରେ ଏକ ଫେଡେରାଲ ଡିଟେନ୍ସନ ସେଣ୍ଟର୍‌ ବାହାରେ ବିବାଦୀୟ ସ୍ଥିତି ଉପୁଜିଥିଲା। କାରଣ ଅଧିକାରୀମାନେ ଏହି କାର୍ଯ୍ୟ ବିରୁଦ୍ଧରେ ପ୍ରତିବାଦ କରିବାକୁ ଏକାଠି ହୋଇଥିବା ଲୋକମାନଙ୍କୁ ଘଉଡ଼ାଇବା ପାଇଁ ଲୁହବୁହା ଗ୍ୟାସ ପ୍ରୟୋଗ କରିଥିଲେ।

ଆମେରିକା ରାଷ୍ଟ୍ରପତିଙ୍କ ସରକାରୀ ବାସଭବନ ଏବଂ କାର୍ଯ୍ୟାଳୟ ହ୍ବାଇଟ ହାଉସ ଶନିବାର ଏକ ବିବୃତ୍ତିରେ କହିଛି ଯେ ଟ୍ରମ୍ପ କାଲିଫର୍ନିଆରେ ବଢୁଥିବା ବିଶୃଙ୍ଖଳାର ମୁକାବିଲା କରିବା ପାଇଁ କାଲିଫର୍ନିଆ ନ୍ୟାସନାଲ ଗାର୍ଡ ଯବାନଙ୍କୁ ମୁତୟନ କରୁଛନ୍ତି। କାଲିଫର୍ନିଆ ରାଜ୍ୟପାଳ ଏବଂ ଡେମୋକ୍ରାଟିକ ପାର୍ଟି ନେତା ଗାଭିନ ନ୍ୟୁସମ ଏହି ପଦକ୍ଷେପକୁ ବିରୋଧ କରିଛନ୍ତି ଏବଂ ’X’ ରେ ଏକ ପୋଷ୍ଟ ଶେୟାର କରି କହିଛନ୍ତି ଯେ ରିପବ୍ଲିକାନ ପାର୍ଟି ନେତା ଏବଂ ରାଷ୍ଟ୍ରପତି ଟ୍ରମ୍ପଙ୍କ ଏହି ପଦକ୍ଷେପ “ଇଚ୍ଛାକୃତ ଭାବରେ ଉତ୍ତେଜକ ଏବଂ କେବଳ ଉତ୍ତେଜନା ବୃଦ୍ଧି କରିବ। ନ୍ୟୁସମ କହିଛନ୍ତି ଯେ ଏହି ମିଶନ ଅନୁପଯୁକ୍ତ ଏବଂ ଜନସାଧାରଣଙ୍କ ବିଶ୍ୱାସକୁ ନଷ୍ଟ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri