ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୁଳିମାଡ଼, ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ୱାଶିଂଟନ୍‌, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଛି ।  ପେନ୍‌ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ । ଏହି ସମୟରେ ତାଙ୍କର ଡାହାଣ କାନରୁ ରକ୍ତ ବାହାରୁଥିବା ଦେଖିବାକୁ ମିଳିଥିଲା । ହେଲେ ସେ ଏବେ ବିପଦ ମୁକ୍ତ ରହିଛନ୍ତି । ଅନ୍ୟପଟେ ଏହି ଗୁଳିମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନା ଥାଉକି, ଆମେରିକାରେ ନଭେମ଼୍ବର ମାସରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି । ଏହି ସମୟରେ ପୂର୍ବତନ ରାଷ୍ଟ୍ରପତିଙ୍କ ଉପରକୁ ଗୁଳିମାଡ଼ ଆମେରିକା ନାଗରିକଙ୍କ ଚିନ୍ତା ବଢ଼ାଇଛି। ଏନେଇ ସିକ୍ରେଟ ସର୍ଭିସ ଏକ୍ସରେ ଏକ ପୋଷ୍ଟ କରି କହିଛି ଯେ, ପୂର୍ବତନ ରାଷ୍ଟ୍ରପତି ସୁରକ୍ଷିତ ଅଛନ୍ତି ।

ତେବେ ଟ୍ରମ୍ପଙ୍କୁ ଗୁଳିମାଡ଼ ସମୟରେ ଜଣେ ଶୁଟର୍‌ ରାଲି ଭିଡରେ ଉପସ୍ଥିତ ଥିବା ବେଳେ ଅନ୍ୟ ଜଣେ ୧୦୦ ଫୁଟ୍‌ ଦୂର ଏକ କୋଠାର ଛାତରେ ଥିଲେ। ସେଠାରୁ ସେ ଟ୍ରମ୍ପଙ୍କୁ ଟାର୍ଗେଟ କରିଥିଲେ। ହେଲେ ସୁରକ୍ଷାକର୍ମୀମାନେ ତାଙ୍କୁ ହତ୍ୟା କରିଥିଲେ। ଗୁଳି ବାଜିବା ପରେ ମଧ୍ୟ ଟ୍ରମ୍ପ ସ୍ଲୋଗାନ ଜାରି ରଖିଥିଲେ। ଘଟଣାକୁ ନେଇ ଦେଶରେ ଉତ୍ତେଜନା ବଢ଼ିଥିବା ବେଳେ ନ୍ୟୁୟର୍କରେ ସୁରକ୍ଷା କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?