ଆତ୍ମସମର୍ପଣ କଲେ ଡୋନାଲ୍ଡ ଟ୍ରମ୍ପ

ଓ୍ବାଶିଂଟନ୍‌,୨୫।୮: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨୦୨୦ ଜର୍ଜିଆ ନିର୍ବାଚନ ଫଳାଫଳକୁ ରଦ୍ଦ କରିବାକୁ ଚେଷ୍ଟା କରିବା ସହିତ ଜଡିତ ଏକ ମାମଲାରେ ଆଟଲାଣ୍ଟାର ଫୁଲଟନ କାଉଣ୍ଟି ଜେଲରେ ଆତ୍ମସମର୍ପଣ କରିଛନ୍ତି। ଏହା ପରେ ଜେଲର ଅଧିକାରୀମାନେ ତାଙ୍କୁ ଗିରଫ କରି ଫୁଲଟନ କାଉଣ୍ଟି ଜେଲରେ ରଖିଥିଲେ। ତେବେ ପରେ ଦୁଇ ମିଲିୟନ ଡଲାରର ବଣ୍ଡରେ ଟ୍ରମ୍ପଙ୍କୁ ମୁକ୍ତ କରାଯାଇଥିଲା। ଏହା ପରେ ସେ ନ୍ୟୁ ଜର୍ସି ଅଭିମୁଖେ ଯାତ୍ରା କରିଥିଲେ।
ତାଙ୍କ ବିରୋଧରେ ଅପରାଧିକ ମାମଲାରେ ପୂର୍ବତନ ରାଷ୍ଟ୍ରପତି ଚଳିତ ବର୍ଷ ଚତୁର୍ଥ ଥର ପାଇଁ ସ୍ଥାନୀୟ କିମ୍ବା କେନ୍ଦ୍ର କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଆତ୍ମସମର୍ପଣ କରିବା ପୂର୍ବରୁ ବହୁ ସଂଖ୍ୟକ ସମର୍ଥକ ଜେଲ ବାହାରେ ଏକାଠି ହୋଇ ବିରୋଧ କରିଥିଲେ। ପୂର୍ବତନ ରାଷ୍ଟ୍ରପତିଙ୍କ ସମର୍ଥକମାନେ ଜିଲ୍ଲା ଓକିଲ ଫନି ୱିଲିସ୍ଙ୍କ ବିରୋଧରେ ସ୍ଲୋଗାନ ଦେଇଥିଲେ।
ଏହାପୂର୍ବରୁ ଟ୍ରମ୍ପ କହିଥିଲେ ଯେ,୨୦୨୦ରେ ନିର୍ବାଚନକୁ ରଦ୍ଦ କରିବାକୁ ଯୋଜନା କରିଥିବା ଅଭିଯୋଗରେ ସେ ଆତ୍ମସମର୍ପଣ କରିବାକୁ ପ୍ରସ୍ତୁତ ଅଛନ୍ତି। ୨୦୨୦ରେ ଟ୍ରମ୍ପଙ୍କ ବିରୋଧରେ ଜର୍ଜିଆର ର୍ନିବାଚନ ଫଳାଫଳକୁ ରଦ୍ଦ କରିବାକୁ ଷଡଯନ୍ତ୍ର କରି ଏକ ଡଜନରୁ ଅଧିକ ମାମଲା ପଞ୍ଜିକୃତ ହୋଇଛି। ଏହି ମାମଲାରେ ଟ୍ରମ୍ପ ଏବଂ ଅନ୍ୟ ୧୮ ଜଣଙ୍କ ବିରୋଧରେ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri