ଡୋନାଲ୍ଡ ଟ୍ରମ୍ପଙ୍କ ବଢିଲା ଅଡୁଆ, ହୋଇପାରେ ଜେଲ୍

ନ୍ୟୁୟର୍କ,୧୦।୧୧: ଦୀର୍ଘ ସମୟ ଅପେକ୍ଷା ପରେ ଆମେରିକାର ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏଥର ଲୋକମାନେ ଜୋ ବାଇଡେନଙ୍କୁ ରାଷ୍ଟ୍ରପତି ଭାବରେ ବାଛିଛନ୍ତି। ଏଥି ସହିତ କଡ଼ା ସଂଘର୍ଷ ପରେ ଡୋନାଲ୍ଡ ଟ୍ରମ୍ପ ହାରି ଯାଇଛନ୍ତି। ରାଜନୈତିକ ବିଶେଷଜ୍ଞମାନେ କହିଛନ୍ତି ଯେ ଏହି ପରାଜୟ ପରେ ଟ୍ରମ୍ପ ଅଧିକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟରୁ ବାହାରିବା ମାତ୍ରେ ତାଙ୍କୁ ଜେଲ ମଧ୍ୟ ହୋଇପାରେ। ଡୋନାଲ୍ଡ ଟ୍ରମ୍ପ ରାଷ୍ଟ୍ରପତି ଥିବାବେଳେ ତାଙ୍କ ନାଁରେ ଅନେକ ଘୋଟାଲା ଅଭିଯୋଗ ହୋଇଥିଲା। କିନ୍ତୁ ରାଷ୍ଟ୍ରପତି ହୋଇଥିବାରୁ ଅଭିଯୋଗ କେବଳ ଅଭିଯୋଗରେ ରହିଯାଇଥିଲା। କାରଣ ରାଷ୍ଟ୍ରପତି ଥିବାବେଳେ ତାଙ୍କୁ କୋର୍ଟ ଚାଲାଣ କରାଯାଇପାରିବ ନାହିଁ। ତେଣୁ ପଦ ଯିବା ପରେ ତାଙ୍କ ଅସୁବିଧା ବଢିପାରେ। କୁହାଯାଉଛି ଯେ ଅପରାଧିକ ପ୍ରକ୍ରିୟା ବ୍ୟତୀତ ରାଷ୍ଟ୍ରପତିଙ୍କ ପଦରୁ ହଟାଯିବା ପରେ ତାଙ୍କର ଆର୍ଥିକ ବ୍ୟାପାର ମଧ୍ୟ ଯାଞ୍ଚ କରାଯାଇପାରିବ। ପେସ ୟୁନିଭରସିଟିର ପ୍ରଫେସର ବେନେଟ ଗର୍ଶମାନ କହିଛନ୍ତି ଯେ ଜୋ ବାଇଡେନ ରାଷ୍ଟ୍ରପତି ହେବା ପରେ ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଅପରାଧିକ ମାମଲା ରୁଜୁ ହେବାର ସମ୍ଭାବନା ରହିଛି। ବ୍ୟାଙ୍କ, ଟ୍ୟାକ୍ସ, ମନି ଲଣ୍ଡରିଂ, ନିର୍ବାଚନ ଠକେଇ ଭଳି ମାମଲାରେ ଟ୍ରମ୍ପ ନାଁରେ ଅଭିଯୋଗ କରିଛନ୍ତି। ଗଣମାଧ୍ୟମରେ କିଛି ମାମଲା ମଧ୍ୟ ସାମ୍ନାକୁ ଆସିଛି। କିନ୍ତୁ ତଦନ୍ତ କରାଯାଇ ନାହିଁ। ଏଥି ସହିତ ଟ୍ରମ୍ପଙ୍କ ୩୦୦ ମିଲିୟନ ଡଲାରରୁ ଅଧିକ ରୁଣ ଅଛି ଯାହା ତାଙ୍କୁ ଆସନ୍ତା ଚାରି ବର୍ଷ ମଧ୍ୟରେ ପରିଶୋଧ କରିବାକୁ ପଡିବ। ଉଲ୍ଲେଖନୀୟ କଥା ହେଉଛି, ଡୋନାଲ୍ଡ ଟ୍ରମ୍ପ ନାଁରେ ଚଳିତ ବର୍ଷ ମହାଭିଯୋଗ ହୋଇଥିଲେ ମଧ୍ୟ ସେ ନିର୍ଦ୍ଦୋଷରେ ଖଲାସ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri