ନିଜ ହତ୍ୟାକୁ ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା: କହିଦେଲେ ଏମିତି…ସାରା ବିଶ୍ୱ ସ୍ତବ୍ଧ

ଓ୍‌ବାଶିଂଟନ୍‌,୧୧।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ତିକ୍ତତା ଏବେ ଚରମ ସୀମାରେ ପହଞ୍ଚିଛି। ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲ୍ଲୀ ଖାମେନେଇଙ୍କ ଶେଷକୃତ୍ୟ ସମୟରେ ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ଖୋଲାଖୋଲି ନାରାବାଜି କରାଯାଇଛି ଏବଂ ‘ଟ୍ରମ୍ପ ୱି ଉଇଲ କିଲ ୟୁ’ (Trump We Will Kill You) ଲେଖାଥିବା ବ୍ୟାନର ପ୍ରଦର୍ଶନ କରାଯାଇଛି। ଏହାକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଏବଂ ଆଶ୍ଚର୍ଯ୍ୟଜନକ ବୟାନ ଦେଇଛନ୍ତି।

ଦେଇଥିବା ଏକ ସାକ୍ଷାତକାରରେ ଟ୍ରମ୍ପ କହିଛନ୍ତି, ଯଦି ଇରାନ ତାଙ୍କୁ ହତ୍ୟା କରିବାରେ ସଫଳ ହୁଏ, ତେବେ ଇରାନ ବିରୋଧରେ ଏକ ଅଭୂତପୂର୍ବ ଏବଂ ବିନାଶକାରୀ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସେ ପୂର୍ବରୁ ହିଁ ଆମେରିକୀୟ ସେନାକୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇ ସାରିଛନ୍ତି। ଟ୍ରମ୍ପ କହିଛନ୍ତି, “ମୁଁ ସେନା ପାଇଁ ନିର୍ଦ୍ଦେଶ ଛାଡ଼ି ଯାଇଛି ଯଦି ମୋର କିଛି ବି ହୁଏ, ତେବେ ଇରାନ ଉପରେ ଏଭଳି ସ୍ତରରେ ବୋମା ବର୍ଷା କରାଯାଉ, ଯାହା ସେମାନେ ପୂର୍ବରୁ କେବେ ଦେଖିନଥିବେ”।

ଇସ୍ରାଏଲ ପକ୍ଷରୁ ଆମେରିକାକୁ ଇରାନର ଏକ ନୂତନ ‘କିଲିଂ ପ୍ଲାନ’ ବା ହତ୍ୟା ଷଡ଼ଯନ୍ତ୍ର ବିଷୟରେ ସୂଚନା ଦିଆଯାଇଥିବା ନେଇ ଚର୍ଚ୍ଚା ହେଉଥିଲା। ତେବେ ଟ୍ରମ୍ପ ଏଭଳି କୌଣସି ନୂଆ ଅପରେଶନାଲ ପ୍ଲାନ ବିଷୟରେ ଜାଣିବାକୁ ମନା କରିଦେଇଛନ୍ତି। ସେ କହିଛନ୍ତି, “ଇସ୍ରାଏଲ କୌଣସି ନୂଆ ତଥ୍ୟ ଆଣିନାହିଁ। ମୁଁ ଦୀର୍ଘ ଦିନ ହେବ ଇରାନର ହଟ୍‌ଲିଷ୍ଟରେ ନମ୍ବର ୱାନ୍‌ରେ ରହିଆସିଛି ଏବଂ ଜୀବନ ଏମିତି ହିଁ ଚାଲେ”। ସାକ୍ଷାତକାର ଶେଷରେ ଟ୍ରମ୍ପ କଟାକ୍ଷ କରି କହିଛନ୍ତି, “ମୁଁ ଆଶା କରୁଛି (ମୋ ଅନୁପସ୍ଥିତିରେ) ଆପଣ ସମସ୍ତେ ମତେ ମିସ୍‌ କରିବେ”।

 

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ର ବ୍ୟସ୍ତତା

ରାମ ମନ୍ଦିର ଯେଉଁଠି ତିଆରି ହେଲା-ଅଯୋଧ୍ୟା-ସେଠାରେ ଭାଜପାର ପରାଜୟ ୨୦୨୪ରେ ଦଳର ନେତାମାନଙ୍କୁ ଭୟଭୀତ କରାଇ ଦେଇଥିଲା ବୋଲି ଏବେ ବୁଝାପଡୁଛି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ…

ସ୍ବଚ୍ଛତାକୁ ଜଳସମ୍ପଦ ବିଭାଗର ଗୁରୁତ୍ୱ, ପ୍ରକଳ୍ପର ବାସ୍ତବତା ନିରୀକ୍ଷଣ କରିବ ‘ଡ୍ରୋନ୍‌’

ଭୁବନେଶ୍ୱର,୧୩।୧୦(ରବିନାରାୟଣ ଜେନା): ଜଳସେଚନ ପ୍ରକଳ୍ପର କାର୍ଯ୍ୟାନ୍ବୟନରେ ସ୍ବଚ୍ଛତା ଓ ଉତ୍ତରଦାୟିତ୍ୱ ବଢ଼ାଇବା ସହ କାମର ଅଗ୍ରଗତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଆଗାମୀ ଦିନରେ ଡ୍ରୋନ୍‌…

ପାନାମାରେ ଶକ୍ତିଶାଳୀ ଭୂକମ୍ପ, ଭାଙ୍ଗିଲା ୯୦୦ରୁ ଅଧିକ ଘର

ପାନାମା ସିଟି,୧୩।୧୦: ଶୁକ୍ରବାର ପାନାମାର ଦକ୍ଷିଣ ଉପକୂଳ ନିକଟରେ ଦୁଇଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହେବା ପରେ, ସୋମବାର ୬ ତୀବ୍ରତା ବିଶିଷ୍ଟ ଆଉ ଏକ ଭୂକମ୍ପ…

ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ: ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌

ଭୁବନେଶ୍ୱର, ୧୨।୧୦(ବନ୍ଦନା ସେଠୀ): ଦକ୍ଷିଣ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପ ରୂପ ନେବ। ଏହା ଅଧିକ ଘନୀଭୂତ ହେବ କି ନାହିଁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?