ଟ୍ରମ୍ପ୍‌ଙ୍କ ଦ୍ୱିତୀୟ ଇନିଂସ୍‌ ଆରମ୍ଭ: ଶପଥ ଗ୍ରହଣ କରି କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୦।୧: ରିପବ୍ଲିକାନ୍‌ ନେତା ଡୋନାଲ୍ଡ ଟ୍ରମ୍ପ୍‌ ଦ୍ୱିତୀୟ ଥର ନିର୍ବାଚିତ ହେବା ସହ ସୋମବାର ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି। ଦ୍ୱିତୀୟ ଇନିଂସରେ ସେ ସରକାରୀ ଅନୁଷ୍ଠାନଗୁଡ଼ିକରେ ବଡ଼ ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଆମେରିକାରେ ବେଆଇନ ଅନୁପ୍ରବେଶ ରୋକିବା ପାଇଁ ସେ ପ୍ରତିଜ୍ଞାବଦ୍ଧ ଏବଂ ତୃତୀୟ ବିଶ୍ୱଯୁଦ୍ଧ କରାଇଦେବେନି ବୋଲି ଟ୍ରମ୍ପ୍‌ ଶପଥ ଗ୍ରହଣ ପୂର୍ବରୁ ଉଦ୍‌ବୋଧନରେ କହିଛନ୍ତି।

ଓ୍ବାଶିଂଟନ କ୍ୟାପିଟାଲ ଓ୍ବାନ୍‌ ଏରେନାରେ ଏକ ରାଲିକୁ ସମ୍ବୋଧନ କରି ଟ୍ରମ୍ପ୍‌ କହିଥିଲେ, ମଙ୍ଗଳବାର ସୂର୍ଯ୍ୟାସ୍ତ ସୁଦ୍ଧା ଆମ ଦେଶରେ ଦେଶରେ ଅବାଞ୍ଛିତ ପ୍ରବେଶ ବନ୍ଦ ହେବ। ସେ ଟିକ୍‌ଟକ୍‌ଠାରୁ ଆରମ୍ଭ କରି ୟୁକ୍ରେନ୍‌ ଯୁଦ୍ଧର ଅବସାନ ପର୍ଯ୍ୟନ୍ତ ବିଭିନ୍ନ ପ୍ରସଙ୍ଗରେ କହିଥିଲେ।

ପ୍ରଥମ ଦିନରେ ଜାତୀୟ ସୀମା ଏମର୍ଜେନ୍ସି ଘୋଷଣା ସମେତ ୫୦ ନିର୍ଦ୍ଦେଶନାମା କାର୍ଯ୍ୟକାରୀ ହେବ। ଟ୍ରମ୍ପ୍‌ ପ୍ରଥମ ଦିନରେ ଘରୋଇ ଶକ୍ତି ଉତ୍ପାଦନ, ସଂଘୀୟ କାର୍ଯ୍ୟଶକ୍ତିର ସଂସ୍କାର, ନାଗରିକତ୍ୱ ନୀତି ସମେତ ଅନୂ୍ୟନ ୨୫ ନିର୍ଦ୍ଦେଶନାମାରେ ସ୍ବାକ୍ଷର କରିବାକୁ ଯୋଜନା ରଖିଛନ୍ତି, ଯାହା ଏକ ରେକର୍ଡ ସୃଷ୍ଟି କରିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ଚନ୍ଦ୍ରରେ ପ୍ରଥମେ ପାଦ ଥାପିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ଘର ବିକ୍ରି ହେବ

ୱାପାକୋନେଟା, ଓହିୟୋ, ୬ା୮ (ଏ.ପି.): ଚନ୍ଦ୍ରପୃଷ୍ଠରେ ପ୍ରଥମ ମାନବ ଭାବେ ପାଦ ଥାପି ଇତିହାସ ରଚିଥିବା ନୀଲ୍‌ ଆର୍ମଷ୍ଟ୍ରଙ୍ଗ୍‌ଙ୍କ ପିଲାଦିନର ସ୍ବପ୍ନ ଓ ଉଡ଼ାଣର ମୂଳଦୁଆ ପଡ଼ିଥିବା…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri