ପୁଣି ଥରେ ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲଢ଼ିବେ ଟ୍ରମ୍ପ, କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୧୬।୧୦: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨୦୨୪ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଫ୍ଲୋରିଡାର ପାଲମ ବିଚ୍‌ର ମାର-ଏ-ଲାଗୋ ଇଷ୍ଟେଟରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମଙ୍ଗଳବାର ସେ ଏନେଇ ଘୋଷଣା କରିଛନ୍ତି। ତେବେ ଏହି ଘୋଷଣାର କିଛି ସମୟ ପୂର୍ବରୁ ଟ୍ରମ୍ପ ଆନୁଷ୍ଠାନିକ ଭାବେ ରାଷ୍ଟ୍ରପତି ପଦ ଲାଗି କାଗଜପତ୍ର ଦାଖଲ କରିଥିଲେ।

ହଜାର ହଜାର ସମର୍ଥକଙ୍କ ସାମ୍ନାରେ ୭୬ ବର୍ଷୀୟ ଟ୍ରମ୍ପ କହିଛନ୍ତି, ଆମେରିକାକୁ ପୁଣିଥରେ ମହାନ କରିବା ଲାଗି ମୁଁ ପୁଣିଥରେ ଆମେରିକାର ରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀତ୍ୱ ଘୋଷଣା କରୁଛି। ମୁଁ ଆପଣ ସମସ୍ତଙ୍କର ସ୍ବର। ମୋତେ ଲାଗେ ଆମେରିକାର ପ୍ରକୃତ ମହାନତା ଏଯାଏ ବିଶ୍ୱ ଦେଖିନାହିଁ। ଏଣୁ ମୁଁ ନିର୍ବାଚନରେ ପ୍ରତିନ୍ଦ୍ୱନ୍ଦ୍ୱିତା କରିବି ବୋଲି ସେ କହିଛନ୍ତି।

ଏହାଛଡ଼ା ନିଜର ୪ ବର୍ଷର କାର୍ଯ୍ୟକାଳ ସମ୍ପର୍କରେ ଟ୍ରମ୍ପ କହିଛନ୍ତି ଯେ, ଉକ୍ତ ସ୍ବଳ୍ପ ସମୟ ମଧ୍ୟରେ ସମସ୍ତେ ବହୁତ ଭଲ କାମ କରୁଥିଲେ, ସମସ୍ତେ ପୂର୍ବ ଭଳି ଉନ୍ନତି କରୁଥିଲେ। ହେଲେ କରୋନା ମହାମାରୀ ସମୟରେ ତାଙ୍କର କାର୍ଯ୍ୟକାଳ ସମାପ୍ତ ହୋଇଥିଲା। ସେତେବେଳେ ଅର୍ଥନୀତି ଦ୍ରୁତ ଗତିରେ ଆଗକୁ ବଢ଼ୁଥିବା ବେଳେ ଏବେ ଦେଶ ପୁଣି ତଳକୁ ଖସୁଛି। ୟୁକ୍ରେନରେ ହୋଇଥିବା ବିବାଦର ମୁକାବିଲା ଲାଗି ବର୍ତ୍ତମାନର ରାଷ୍ଟ୍ରପତି ବାଇଡେନ୍‌ ଦେଶକୁ ଆଣବିକ ଯୁଦ୍ଧର ନିକଟବର୍ତ୍ତୀ କରିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri