୭୯ ଥର ରକ୍ତଦାନ କରି ସୃଷ୍ଟି କଲେ ରେକର୍ଡ: ଜନ୍ମଦିନରେ ବଞ୍ଚାଇଲେ ଶିଶୁର ଜୀବନ

ଭଞ୍ଜନଗର, ୬।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳର ଜଣାଶୁଣା ରକ୍ତଦାତା ତଥା ସାମାଜିକ କର୍ମୀ ଜୟକୃଷ୍ଣ ପଟ୍ଟନାୟକ ୭୯ ଥର ରକ୍ତଦାନ କରି ଭଞ୍ଜନଗର ଅଞ୍ଚଳରେ ଏକ ଉଲ୍ଲେଖନୀୟ ରେକର୍ଡ ସୃଷ୍ଟି କରିଛନ୍ତି। ଜୟକୃଷ୍ଣଙ୍କ ଏହି ସ୍ୱେଚ୍ଛାକୃତ ରକ୍ତଦାନ କାର୍ଯ୍ୟକୁ ନେଇ ବିଭିନ୍ନ ମହଲରୁ ତାଙ୍କ ପ୍ରତି ଶୁଭେଚ୍ଛା ଓ ପ୍ରଶଂସାର ସୁଅ ଛୁଟିଛି।ଶୁକ୍ରବାର ଜୟକୃଷ୍ଣଙ୍କ ଜନ୍ମଦିନ ଥିବାବେଳେ ସେ ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଥିବା ଜଣେ ଶିଶୁଙ୍କୁ ରକ୍ତଦାନ କରି ତାଙ୍କ ଜୀବନ ବଞ୍ଚାଇଥିଲେ।

ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଚାଲିଥିବାରୁ ଅନେକ ଲୋକ ରକ୍ତଦାନ କରିବାକୁ ଅନାଗ୍ରହ ପ୍ରକାଶ କରୁଛନ୍ତି। ଫଳରେ ଭଞ୍ଜନଗର ବ୍ଲଡ୍ ବ୍ୟାଙ୍କରେ ରକ୍ତର ପର୍ଯ୍ୟାପ୍ତ ମହଜୁଦ ନାହିଁ। ଏହା ଯୋଗୁ ଅନେକ ରୋଗୀଙ୍କୁ ଆବଶ୍ୟକ ସମୟରେ ରକ୍ତ ଯୋଗାଇବା କଷ୍ଟକର ହୋଇପଡ଼ୁଛି।

ଏପରି ପରିସ୍ଥିତିରେ ଜଗନ୍ନାଥପ୍ରସାଦ ବ୍ଲକର ପଟାଙ୍ଗି ଗ୍ରାମର ହରିବନ୍ଧୁ ଖିଲାରଙ୍କ ଝିଅ ଭଞ୍ଜନଗର ମେଡିକାଲରେ ରକ୍ତ ଶିକୁଳି (ସିକେଲ ସେଲ) ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ। ତାଙ୍କ ପାଇଁ ଏକ ୟୁନିଟ୍ ରକ୍ତ ଅତ୍ୟନ୍ତ ଆବଶ୍ୟକ ଥିଲା। କିନ୍ତୁ ବ୍ଲଡ୍ ବ୍ୟାଙ୍କରେ ରକ୍ତ ମହଜୁଦ ନଥିବାରୁ ହରିବନ୍ଧୁ ଏକ ୟୁନିଟ୍ ରକ୍ତ ଯୋଗାଡ଼ କରିବା ପାଇଁ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରୁଥିଲେ।

ଏହି ସମୟରେ ସେ ଜୟକୃଷ୍ଣ ପଟ୍ଟନାୟକଙ୍କ ସହ ଯୋଗାଯୋଗ କରି ସହାୟତା ଲୋଡ଼ିଥିଲେ। ଏହାପରେ ଜୟକୃଷ୍ଣ ନିଜ ଜନ୍ମଦିନରେ ୭୯ତମ ଥର ପାଇଁ ରକ୍ତଦାନ କରି ଶିଶୁଟିର ଜୀବନ ବଞ୍ଚାଇଥିଲେ। ତାଙ୍କର ଏହି ମାନବିକତା ଓ ସେବାଭାବକୁ ନେଇ ସାଧାରଣରେ ପ୍ରଶଂସା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri