ସରିଲା ପୂଜା, ଆଜି ମେଲାଣି

ଢେଙ୍କାନାଳ ଅଫିସ, ୧୯।୧୦: ଶେଷ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ବୁଧବାର ମା’ଙ୍କୁ ଦିଆଯିବ ମେଲାଣି। ଭସାଣି ଉତ୍ସବକୁ ନେଇ ସମସ୍ତ ପୂଜା ପ୍ରତିଷ୍ଠାନର ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଥିବାବେଳେ ମଙ୍ଗଳବାର ଅନ୍ତିମ ସନ୍ଧ୍ୟାରେ ଆଳତି ଦେଖିବାକୁ ଲୋକାରଣ୍ୟ ହୋଇଉଠିଥିଲା ସାରା ସହର।
ମିଳିତ ଭସାଣି ଶୋଭାଯାତ୍ରାରେ ୩୮ ମେଢ଼ ସାମିଲ ହେବେ। ପୂର୍ବାହ୍ନ ୯ଟା ସୁଦ୍ଧା ସମସ୍ତ ମେଢ ପ୍ରତିଷ୍ଠାନ ଛାଡ଼ିବେ। ରାତି ସାଢ଼େ ୧୧ଟା ମଧ୍ୟରେ ବିସର୍ଜନ ପର୍ବ ଶେଷ ହେବ। ପରମ୍ପରା ଅନୁଯାୟୀ ୧ନଂ. ମେଢ଼ ମିନାବଜାର ପ୍ରଥମେ ଯିବ। ଏହା ପଛକୁ ଜବାହରଚୌକ, ଲକ୍ଷ୍ମୀବଜାର ଏବଂ ଅନ୍ୟମାନେ କ୍ରମିକ ସଂଖ୍ୟା ଅନୁଯାୟୀ ଯିବେ। ମେଢ଼ ମଧ୍ୟରେ ସର୍ବନିମ୍ନ ୫୦ ଫୁଟ ବ୍ୟବଧାନ ରହିବ ବୋଲି ମିଳିତ ବଜାର ପୂଜା କମିଟି ପକ୍ଷରୁ ସୂଚନା ଦିଆଯାଇଛି। ଭସାଣି ଶୋଭାଯାତ୍ରାରେ ଶବ୍ଦ ପ୍ରଦୂଷଣକୁ ରୋକିବା ପାଇଁ ଡିଜେ ସାଉଣ୍ଡ ନିଷିଦ୍ଧ କରାଯାଇଛି। ପାରମ୍ପରିକ ବାଦ୍ୟଯନ୍ତ୍ର ସାମିଲ କରିବା ଉପରେ ଗୁରୁତ୍ୱ ଦିଆଯାଇଛି। ୨୪ ଘଣ୍ଟା ପୂର୍ବରୁ ସହରର ସମସ୍ତ ମଦ ଦୋକାନଗୁଡ଼ିକୁ ବନ୍ଦ କରାଯାଇଛି। ଆଇନଶୃଙ୍ଖଳା ସ୍ଥିତି ଏଡ଼ାଇବାକୁ ୨୭ ପ୍ଲାଟୁନ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ଟ୍ରାଫିକ୍‌ ପରିଚାଳନାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଥିବାବେଳେ ବିଭିନ୍ନ ବଜାରରେ ସିସିଟିଭି କ୍ୟାମେରା ମଧ୍ୟ ଲଗାଯାଇଛି।
ମେଢ଼ଗୁଡ଼ିକ ନିଜ ଆସ୍ଥାନରୁ ବାହାରି ଗଣେଶ ବଜାର, ରଥଗଡ଼ା, କୈବଲ୍ୟବଜାର ରାଜବାଟୀ, ଦୁର୍ଗାବଜାର, ବସ୍‌ଷ୍ଟାଣ୍ଡ ଟ୍ରାଫିକ ଛକ ଦେଇ ପୂର୍ତ୍ତ ବିଭାଗ ରାସ୍ତାରେ କାଠଶଙ୍ଖ ଆଡ଼କୁ ବିସର୍ଜନ ପାଇଁ ଯିବେ। ଅନ୍ୟ କେତେକ ମେଢ଼ ବସ୍‌ଷ୍ଟାଣ୍ଡ ଟ୍ରାଫିକ ଛକଠାରୁ ବସଷ୍ଟାଣ୍ଡ, ଗୁଡିଆନାଳୀ ଦେଇ କୁଞ୍ଜକାନ୍ତ ପୋଖରୀରେ ବିସର୍ଜନ କରିବା ଲାଗି ନିର୍ଦ୍ଧାରିତ ହୋଇଛି। ସେହିପରି ଆଉ କେତେକ ମେଢ଼ ଗଣେଶ ବଜାରଠାରୁ ରଥଗଡ଼ା ଓ ଦେଉଳସାହି ଦେଇ ଯାଉଁଳିପୋଖରୀ ଏବଂ ଦଣ୍ଡ ପୋଖରୀକୁ ଯିବେ। ଅବଶିଷ୍ଟ ମେଢ଼ଗୁଡ଼ିକ ବାଜିଚୌକ, ରାମେଶ୍ୱରପୁର ଦେଇ ସିମିଳିଆ ପୋଖରୀରେ ବିସର୍ଜନ ହେବେ। ଜୁବିଲିଟାଉନ-୨ ଓ କୈବଲ୍ୟବଜାର ପୂଜା ପ୍ରତିଷ୍ଠାନ ମଧ୍ୟରେ ବିବାଦ ଲାଗିଥିବାରୁ ସମ୍ପୃକ୍ତ ରୁଟ୍‌ରେ ଅଧିକ ପୋଲିସ ମୁତୟନ କରାଯାଇଛି।
ପୂର୍ବାହ୍ନ ୯ଟାରେ ମିନାବଜାରଠାରେ ଜିଲାପାଳ ସରୋଜ ସେଠୀ ନଡ଼ିଆ ଭାଙ୍ଗି ଭସାଣି ଶୋଭାଯାତ୍ରାର ଶୁଭାରମ୍ଭ କରିବେ। ଏସ୍‌ପି ଲାଗୋନୟାଗୀ ଦିବ୍ୟା ଭି.ଙ୍କ ସମେତ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ, ମିଳିତ ବଜାର ପୂଜା କମିଟି, ଶାନ୍ତି କମିଟି ଏବଂ ମିନାବଜାର ପୂଜା ପ୍ରତିଷ୍ଠାନର କର୍ମକର୍ତ୍ତା ଉପସ୍ଥିତ ରହିବେ। ଭସାଣି ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ସମାପନ କରିବା ପାଇଁ ଜିଲାପାଳ, ଏସ୍‌ପି, ମିଳିତବଜାର ପୂଜା କମିଟି ସଭାପତି ଗୋପାଳ ଚନ୍ଦ୍ର ପାତ୍ର, ଶାନ୍ତି କମିଟି ସଭାପତି ସୁଧାଂଶୁ ଦଳେଇ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ବଢ଼ିଲା ସହାୟତା ଭତ୍ତା, ଉପକୃତ ହେବେ ୪୭ ହଜାର

ଭୁବନେଶ୍ୱର,୨୮ା୧୨: କେନ୍ଦୁଝର ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର କଳାକାରମାନଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ଭୁବନେଶ୍ବର ପରେ କଟକରେ ବିଜେଡି ମେଳି, ନାଁ ଧରି ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri